Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜୁରାଟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ଆକଳନ ପାଇଁ ଆଇଏମସିଟି ଗଠନ କଲା ଗୃହ ମନ୍ତ୍ରଣାଳୟ
ଆଜିର ଖବର

ଗୁଜୁରାଟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ଆକଳନ ପାଇଁ ଆଇଏମସିଟି ଗଠନ କଲା ଗୃହ ମନ୍ତ୍ରଣାଳୟ

September 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜରାଟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ଆକଳନ ପାଇଁ ଗୃହ ମନ୍ତ୍ରଣାଳୟ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନ (ଏନଆଇଡିଏମ) ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳ (ଆଇଏମସିଟି) ଗଠନ କରିଛି। ଆଇଏମସିଟି ଖୁବଶୀଘ୍ର ରାଜ୍ୟର ବନ୍ୟା ପ୍ରଭାବିତ ଜିଲ୍ଲା ପରିଦର୍ଶନ କରିବ।

ଅଗଷ୍ଟ ୨୫ରୁ ୩୦ ମଧ୍ୟରେ ରାଜସ୍ଥାନ ଓ ଗୁଜରାଟରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁଁ ଗୁଜରାଟ ରାଜ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ରେ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ବର୍ଷକ ମଧ୍ୟରେ ହିମାଚଳ ପ୍ରଦେଶ ମଧ୍ୟ ବିଭିନ୍ନ ସମୟରେ ପ୍ରବଳ ବର୍ଷା, ମେଘ ବିସ୍ଫୋରଣ ଏବଂ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଛି । ଗୃହ ମନ୍ତ୍ରଣାଳୟଏହି ରାଜ୍ୟଗୁଡ଼ିକର ବରିଷ୍ଠ ଅଧିକାରୀଙ୍କ ସହ ଯୋଗାଯୋଗରେ ଅଛି ଏବଂ ଯଦି ସେମାନେ ଗୁରୁତର କ୍ଷୟକ୍ଷତି ବିଷୟରେ ସୂଚନା ଦିଅନ୍ତି ତେବେ ସେଠାରେ ମଧ୍ୟ ଆଇଏମସିଟି ନିୟୋଜିତ କରିବେ। ଚଳିତ ମୌସୁମୀ ଋତୁରେ ଅନ୍ୟ କେତେକ ରାଜ୍ୟ ପ୍ରବଳ ବର୍ଷା, ବନ୍ୟା, ବାଦଲଫଟା ବର୍ଷା, ଭୂସ୍ଖଳନ ଇତ୍ୟାଦି ଦ୍ୱାରା ପ୍ରଭାବିତ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ପ୍ରଭାବିତ ରାଜ୍ୟଗୁଡ଼ିକୁ ସମସ୍ତ ସମ୍ଭବ ସହାୟତା ଯୋଗାଇ ଦେବାକୁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁଯାୟୀ, ଚଳିତ ବର୍ଷ ଅଗଷ୍ଟରେ ଗୃହ ମନ୍ତ୍ରଣାଳୟ ଆଇଏମସିଟି ଗଠନ କରିଛି ଯେଉଁମାନେ ସ୍ମାରକପତ୍ରକୁ ଅପେକ୍ଷା ନକରି ବନ୍ୟା/ ଭୂସ୍ଖଳନ ପ୍ରଭାବିତ ଆସାମ, କେରଳ, ମିଜୋରାମ ଏବଂ ତ୍ରିପୁରା ରାଜ୍ୟଗସ୍ତ କରି କ୍ଷୟକ୍ଷତିର ଆକଳନ ପାଇଁ ଆଗୁଆ ପରିଦର୍ଶନ କରିଛନ୍ତି।ନାଗାଲାଣ୍ଡ ରାଜ୍ୟ ପାଇଁ ଆଇଏମସିଟି ମଧ୍ୟ ଗଠନ କରାଯାଇଛି, ଯାହା ଖୁବଶୀଘ୍ର ରାଜ୍ୟର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବ।

ଅତୀତରେ ରାଜ୍ୟ ସରକାରଙ୍କ ଠାରୁ ସ୍ମାରକପତ୍ର ମିଳିବା ପରେ ହିଁ ଆଇଏମସିଟି ବିପର୍ଯ୍ୟୟ ପ୍ରଭାବିତ ରାଜ୍ୟ ଗସ୍ତ କରୁଥିଲା।

ଗୁଜରାଟ ଗୃହ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.