Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଂଲାଦେଶରେ ଆଉ ଏକ ମନ୍ଦିର ଉପରେ ଆକ୍ରମଣ, ଦୁର୍ଗା ପୂଜା ପାଇଁ ନିର୍ମିତ ମୂର୍ତ୍ତିକୁ ଜାଳିବାକୁ ପ୍ରୟାସ
ଆଜିର ଖବର

ବାଂଲାଦେଶରେ ଆଉ ଏକ ମନ୍ଦିର ଉପରେ ଆକ୍ରମଣ, ଦୁର୍ଗା ପୂଜା ପାଇଁ ନିର୍ମିତ ମୂର୍ତ୍ତିକୁ ଜାଳିବାକୁ ପ୍ରୟାସ

September 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
'ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ': ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
'ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ': ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ: ବାଂଲାଦେଶରେ ହିନ୍ଦୁ ଏବଂ ମନ୍ଦିର ଉପରେ ଆକ୍ରମଣ ଏପର୍ଯ୍ୟନ୍ତ ବନ୍ଦ ହୋଇନାହିଁ। ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ସରକାରରେ ମଧ୍ୟ ହିନ୍ଦୁମାନଙ୍କୁ ନିରନ୍ତର ଟାର୍ଗେଟ କରାଯାଉଛି। ଏବେ ଦୁର୍ଗା ପୂଜା ପାଇଁ ନିର୍ମିତ ମୂର୍ତ୍ତି ଭାଙ୍ଗିବାର ଏକ ମାମଲା ସାମ୍ନାକୁ ଆସିଛି। ଏହି ଘଟଣା ଅଗଷ୍ଟ ୩୧ ତାରିଖ ରାତିରେ ବାଂଲାଦେଶର ଶେରପୁର ଜିଲ୍ଲାରେ ଘଟିଥିଲା। ବିଳମ୍ବିତ ରାତିରେ କିଛି ଆକ୍ରମଣକାରୀ ମନ୍ଦିରର ତାଲା ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ। ସେମାନେ ମାଟିରେ ନିର୍ମିତ ମାତାଙ୍କମୂର୍ତ୍ତି ଭାଙ୍ଗିଥିଲେ। ଏହି ଅଞ୍ଚଳ ମେଘାଳୟ ସୀମା ନିକଟରେ ଅବସ୍ଥିତ। ମନ୍ଦିର କମିଟିର ସାଧାରଣ ସମ୍ପାଦକ କହିଛନ୍ତି ଯେ, ଅଭିଯୁକ୍ତମାନେ ମଧ୍ୟ ପେଟ୍ରୋଲ ଢାଳି ମୂର୍ତ୍ତିକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ମଧ୍ୟ ନିଆଁ ଲାଗିନଥିଲା। ଏ ବିଷୟରେ ସୂଚନା ପାଇବା ମାତ୍ରେ ସ୍ଥାନୀୟ ପୋଲିସ ଏବଂ ସେନା କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆକ୍ରମଣକାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା, କିନ୍ତୁ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ। ଅନୁସନ୍ଧାନ ପରେ ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ପୋଲିସ କହିଛି। ପ୍ରକାଶ ଯେ, ବାଂଲାଦେଶରେ ଅନ୍ତରୀଣ ସରକାର ଗଠନ ପରେ ଏହିପରି ଖବର କ୍ରମାଗତ ଭାବେ ସାମ୍ନାକୁ ଆସୁଛି। ହିନ୍ଦୁମାନଙ୍କ ଘର ଏବଂ ମନ୍ଦିରକୁ ନିରନ୍ତର ଟାର୍ଗେଟ କରାଯାଉଛି, ଯେଉଁଥିପାଇଁ ହିନ୍ଦୁମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏଠାରେ ନୂତନ ସରକାର ଗଠନ ପରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶିକ୍ଷକମାନଙ୍କଠାରୁ ବାଧ୍ୟତାମୂଳକ ଇସ୍ତଫା ନିଆଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪୯ ଜଣ ଶିକ୍ଷକ ଇସ୍ତଫା ଦେଇଛନ୍ତି। ଶେଖ ହସିନା ସରକାରଙ୍କ ପତନ ପରେ ଦେଶରେ ହିଂସା ଘଟୁଛି। ୫୨ ଟି ଜିଲ୍ଲାରେ ହିନ୍ଦୁମାନଙ୍କ ଉପରେ ୨୦୫ ଟି ଆକ୍ରମଣ ହୋଇଛି।

bangladesh
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.