ନୂଆଦିଲ୍ଲୀ: ସେପ୍ଟେମ୍ବର ୧୯ ତାରିଖରୁ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ଫାଷ୍ଟ ବୋଲର ୟଶ ଦୟାଲଙ୍କୁ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସାମିଲ କରାଯାଇଛି। ଜସପ୍ରୀତ ବୁମ୍ରାଙ୍କୁ ମଧ୍ୟ ବିଶ୍ରାମ ଦିଆଯାଇ ନାହିଁ। ପ୍ରଥମ ଟେଷ୍ଟ ପାଇଁ ତାଙ୍କୁ ଦଳରେ ଚୟନ କରାଯାଇଛି।
ପୁରୁଷ ଚୟନ କମିଟି ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଭାରତର ୧୬ ସଦସ୍ୟ ବିଶିଷ୍ଟ ଦଳ ଚୟନ କରିଛି। ସେପ୍ଟେମ୍ବର ୨୭ ତାରିଖରୁ କାନପୁରରେ ଭାରତୀୟ ଦଳକୁ ବାଂଲାଦେଶ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ଖେଳିବାକୁ ପଡିବ। ତେବେ ଦ୍ୱିତୀୟ ଟେଷ୍ଟ ପାଇଁ ଦଳ ଏପର୍ଯ୍ୟନ୍ତ ଚୟନ କରାଯାଇ ନାହିଁ। ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ବ୍ୟତୀତ ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜ୍ ମଧ୍ୟ ଖେଳାଯିବ। ଏହି ସିରିଜ୍ ପାଇଁ ଦଳ ଏପର୍ଯ୍ୟନ୍ତ ମନୋନୀତ ହୋଇନାହିଁ।
ବାଂଲାଦେଶ ବିପକ୍ଷରେ ପ୍ରଥମ ଟେଷ୍ଟ ପାଇଁ ଟିମ୍ ଇଣ୍ଡିଆ:
ରୋହିତ ଶର୍ମା (ଅଧିନାୟକ), ଯଶସ୍ୱୀ ଜୟସ୍ଵାଲ, ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ସରଫରାଜ ଖାନ, ଋଷଭ ପନ୍ତ (ୱିକେଟ୍ କିପର), ଧ୍ରୁଭ ଜୁରେଲ (ୱିକେଟ୍ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଜସପ୍ରୀତ ବୁମରା ଏବଂ ୟଶ ଦୟାଲ।