ଲକ୍ଷ୍ନୌ ଦୁର୍ଘଟଣାରେ ପ୍ରାଣ ହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ପୀଡ଼ିତଙ୍କ ପାଇଁ ସହାୟତା ଘୋଷଣା

Published: Sep 9, 2024, 10:42 am IST

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଲକ୍ଷ୍ନୌଠାରେ ଏକ କୋଠା ଭୁଶୁଡ଼ି ଲୋକଙ୍କ ପ୍ରାଣହାନି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି।

ଶ୍ରୀ ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ଫଣ୍ଡରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ ମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ଉତ୍ତର ପ୍ରଦେଶର ଲକ୍ଷ୍ନୌରେ କୋଠା ଭୁଶୁଡ଼ି ପ୍ରାଣ ହାନି ଘଟଣା ଦୁଃଖଦାୟକ । ନିକଟ ସମ୍ପର୍କୀୟଙ୍କୁ ହରାଇଥିବା ଲୋକଙ୍କ ପାଇଁ ସମବେଦନା। ଆହତମାନଙ୍କ ଆଶୁ ଅରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।”

Related posts