Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଣେ ଭିନ୍ନକ୍ଷମ ନାରୀର କାହାଣୀ ଚଳଚ୍ଚିତ୍ର “ଆଭା”, ସେପ୍ଟେମ୍ବର ୧୩ ରେ କରିବ ମୁକ୍ତିଲାଭ 
ଆଜିର ଖବର

ଜଣେ ଭିନ୍ନକ୍ଷମ ନାରୀର କାହାଣୀ ଚଳଚ୍ଚିତ୍ର “ଆଭା”, ସେପ୍ଟେମ୍ବର ୧୩ ରେ କରିବ ମୁକ୍ତିଲାଭ 

September 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ଆଭା” ର ସେନସର ହୋଇ ଅନକଟ୍ ଓ‌ ୟୁ ସାର୍ଟିଫିକେଟ ମିଳିବା ପରେ ଆସନ୍ତା ୧୩ ସେପ୍ଟେମ୍ବରରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ। ଜଣେ ଭିନ୍ନକ୍ଷମ ନାରୀର କାହାଣୀକୁ ନେଇ ନିର୍ମାଣ ହୋଇଛି “ଆଭା”।

ଆଭା ଏକ ନିପଟ ମଫସଲ ଗାଁ ର ଗରିବ ପରିବାର ର ଜଣେ ଶାରୀରିକ ଭିନ୍ନକ୍ଷମ ଝିଅ।  ଭିନ୍ନକ୍ଷମ ହେଲେ ମଧ୍ୟ କେମିତି ଜୀବନ ଶୈଳୀ ରେ ବଞ୍ଚିବାକୁ ହେବ ଯାହା ସମାଜକୁ ଏକ ପ୍ରକାର ଶିକ୍ଷା ମିଳିବ ତାହାରି ଉପରେ ଆଧାରିତ ଚଳଚ୍ଚିତ୍ର ଆଭା। ଖୁବ୍ ସୁନ୍ଦର ଅଭିନୟ କରିଛନ୍ତି ଆଭା ଓରଫ ସୋନା ମଲ୍ଲିକ।

ଏହି ଚଳଚ୍ଚିତ୍ରଟି ପଶ୍ଚିମବଙ୍ଗର ମେଦିନିପୁରର ଏକ ଆଦିବାସୀ ଗ୍ରାମର ଜଙ୍ଗଲ ଘେରି ରହିଥିବା ଏକ ଗ୍ରାମୀଣ ପରିବେଶରେ ସୁଟିଂ କରାଯାଇଛି। ୪୨ ଡିଗ୍ରୀ ତାପମାତ୍ରାରେ, ସମସ୍ତ ଟେକ୍ନିସିଆନ୍ସ ନୂତନ ଧରଣର ଚଳଚ୍ଚିତ୍ର ଟିଏ ନିର୍ମାଣ କରିବା ପାଇଁ ଚେଷ୍ଟା କରିଛନ୍ତି। ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଅନେକ ନୂଆ ସ୍ୱାଦ ପାଇବେ ବୋଲି ନିର୍ଦ୍ଦେଶକ କହିଛନ୍ତି। ଏହି ଚଳଚ୍ଚିତ୍ର ନାରୀ କୈନ୍ଦ୍ରିକ ହୋଇଥିବାରୁ ସମାଜରେ ସୁପ୍ରଭାବ ପକାଇବ ବୋଲି ନିର୍ମାତା ଓ ନିର୍ଦ୍ଦେଶକ ଆଶା ପ୍ରକଟ କରିଛନ୍ତି।

ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି ପ୍ରବୀର ମହାପାତ୍ର। କାହାଣୀ ଓ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦାୟିତ୍ୱ ରେ ଅଛନ୍ତି ପଲ୍ଲଵ ରୟ। ସଂଳାପ ଲେଖିଛନ୍ତି ବିଶିଷ୍ଟ ଗୀତିକାର ମୋହିତ ଚକ୍ରବର୍ତ୍ତୀ। ଚିତ୍ରୋତ୍ତଳନରେ ଚିତ୍ତରଞ୍ଜନ ବିଶ୍ୱାଳ, ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର l କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ସତ୍ୟ ପ୍ରକାଶ ସାହୁ। କ୍ରିଏଟିଭ ହେଡ୍‌ (ମାର୍କେଟିଙ୍ଗ ଓ ପିଆର୍) ଦାୟିତ୍ଵ ରେ ଅଛନ୍ତି ପ୍ରଣୟ ଜେଠୀ।

ଚଳଚ୍ଚିତ୍ର ପ୍ରେମୀଙ୍କ ପାଇଁ ଓମ୍ ବାବା ପ୍ରଡକସନ୍ସ ଏକ ନୂଆ ସ୍ୱାଦର ସିନେମା ଭେଟି ଦେଉଛି।  ଆଭା ଚଳଚ୍ଚିତ୍ର ର ମୁଖ୍ୟ ନାୟିକା ଭାବେ ନବାଗତା ଅଭିନେତ୍ରୀ ସୋନା ମଲ୍ଲିକ ଅଭିନୟ କରିଛନ୍ତି। ତାଙ୍କ ସହିତ ଅଭିଜ୍ଞ ଅଭିନେତ୍ରୀ ଅନୁ ଚୌଧୁରୀ, କେଦାର ମିଶ୍ର , ଶ୍ଵେତା ଆଚାର୍ଯ୍ୟଙ୍କ, ଵିଶାଲ ସାହୁ ସମେତ ଆହୁରି ଅନେକ ତାରକା ଅଭିନୟ କରିଛନ୍ତି।

ଆଭା ଓଡିଆ ଚଳଚ୍ଚିତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.