Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଞ୍ଜନଗର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଆଜିର ଖବର

ଭଞ୍ଜନଗର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

September 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ତରଫରୁ ଚଢ଼ାଉ ଚାଲିଛି। ଏକ କାଳୀନ ଆଠ ଗୋଟି ଟିମ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସ ଭବନ ସହ ଅନେକ ଗୁଡିଏ କୋଠାରେ ଚଢ଼ାଉ କରିଛନ୍ତି। ଆଜିର ଚଢ଼ାଉରେ ବ୍ରହ୍ମ ପୁର, ଛତ୍ରପୁର, କନ୍ଧମାଳ, ଗଜପତି ଜିଲ୍ଲାର ଭିଜିଲାନ୍ସ ବିଭାଗ ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ ଯେ, ପ୍ରସନ୍ନ ସ୍ୱାଇଁ ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଆଜିର ଚଢ଼ାଉର ଦୁର୍ନୀତି ନିବାରଣ ବିଭାଗ ଭଞ୍ଜନଗର ବ୍ୟତୀତ ବ୍ରହ୍ମପୁରରେ ମଧ୍ୟ ଚଢ଼ାଉ ଜାରି ରଖିଛି। ସୂଚନାଯୋଗ୍ୟ ଯେ, ଶ୍ରୀ ସ୍ୱାଇଁଙ୍କ ଭଞ୍ଜନଗର ବାଗଦେବୀ ରୋଡର ତିନି ମହଲା ବିଶିଷ୍ଟ ଘର, ବ୍ରହ୍ମପୁର ତୁଳସୀ ନଗର ଚାରି ମହଲା ଘର, ଭଞ୍ଜନଗର ୬ ନମ୍ବର ୱାର୍ଡରେ ନିର୍ମାଣଧୀନ ଦୁଇ ତଳ ବିଶିଷ୍ଟ ଘର, ଭଞ୍ଜନଗର ରଘୁନାଥ ବିହାର ସଂପର୍କୀୟ ଘରେ ଓ ଭଞ୍ଜନଗରରେ ଥିବା ଜଳସେଚନ ବିଭାଗ କାର୍ଯ୍ୟଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ଚାଲିଛି ଏବଂ ଟିମ ହାତରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ହସ୍ତଗତ ହୋଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ଭିଜିଲାନ୍ସ ଟିମ ନିଜର ଛାନ୍ ଭିନ ଚଳାଇଛି। ଏହି ଟିମରେ ୭ ଜଣ ଡ଼ିଏସପି, ୫ଜଣ ଇନ୍ସପେକ୍ଟର ଓ ଅନ୍ୟ ସହଯୋଗୀ ମାନେ ସାମିଲ ହୋଇଛନ୍ତି।

ଭିଜିଲାନ୍‌ସ ଚଢ଼ାଉ ସହକାରୀ ଯନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.