Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

September 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ କରାଯାଇଛି।

ଆଇଏଏସ୍‌ର ୨୦୨୦-୨୦୨୪ ବ୍ୟାଚର ବିଏସ୍‌ସି ଏଗ୍ରିକଲ୍‌ଚର (ଅନର୍ସ) ଓ ୨୦୨୩ ବ୍ୟାଚ୍‌ର ଏମ୍‌.ଏସ୍‌ସି ଏଗ୍ରିକଲ୍‌ଚର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ପ୍ରଫେସର ନନ୍ଦ କହିଥିଲେ ଯେ ବର୍ତମାନ ସାରା ବିଶ୍ୱ ଜଳବାୟୁ ପରିବର୍ତନର ମୁକାବିଲା କରୁଥିବା ବେଳେ ଏଭଳି ଗୁରୁତର ସମସ୍ୟାର ସମାଧାନର ବାଟ ବାହାର କରିବା ନିମନ୍ତେ ସୋଆରୁ ଶିକ୍ଷା ସମାପ୍ତ କରୁଥିବା ଯୁବ କୃଷିବିଜ୍ଞାନୀମାନେ ଆଗଭର ହେବା ଆବଶ୍ୟକ।

ଜଳବାୟୁ ପରିବର୍ତନ ସହିତ ଖାଦ୍ୟ ସୁରକ୍ଷା ମଧ୍ୟ ବିଶ୍ୱରେ ଆଉ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ତେଣୁ ଏସବୁ କ୍ଷେତ୍ରରେ ସମାଜର ହିତ ନେଇ ଛାତ୍ରଛାତ୍ରୀମାନେ କାର୍ଯ୍ୟ କରନ୍ତୁ ବୋଲି ପ୍ରଫେସର ନନ୍ଦ କହିଥିଲେ।

ଦେଶର ଶ୍ରେଷ୍ଠ ୧୪ ତମ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ମାନକୁ ଉଚ୍ଚକୁ ନେବା ପାଇଁ ଆହ୍ୱାନ ଦେଇ ପ୍ରଫେସର ନନ୍ଦ କହିଥିଲେ ଯେ ବର୍ତମାନ ବିଶ୍ୱରେ ଚାଟ୍ ଜିପିଟିର ଆବିର୍ଭାବ ହୋଇଛି। ମାତ୍ର ଗବେଷଣାରତ ଛାତ୍ରଛାତ୍ରୀମାନେ ଏହା ଉପରେ ସମ୍ପୂର୍ଣ୍ଣ ଭାବେ ନିର୍ଭରଶୀଳ ହେବା ଉଚିତ୍ ନୁହେଁ ବୋଲି ସେ ଉପଦେଶ ଦେଇଥିଲେ।

ଏହି ଅବସରରେ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ କୁଷି ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିଥିବା ବେଳେ ଏଂଟୋମୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ବି.କେ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆର କଂଟ୍ରୋଲର ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଏକାଡେମିକ କାଉନ୍‌ସିଲ୍‌ର ସଦସ୍ୟ, ବିଭିନ୍ନ ବିଭାଗୀୟ ମୁଖ୍ୟ ଓ ଫ୍ୟାକଲ୍ଟି ଉପସ୍ଥିତ ଥିଲେ।

ଶିକ୍ଷା ଓ ଅନୁସନ୍ଧାନ ସୋଆ ସୋଆ କୃଷି ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.