Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ଓ କଟକ ଅଞ୍ଚଳର ରାସ୍ତା ମରାମତି ଅକ୍ବୋବର ୫ ସୁଦ୍ଧା ସାରିବାକୁ ପୂର୍ତ୍ତମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଜିର ଖବର

ଭୁବନେଶ୍ୱର ଓ କଟକ ଅଞ୍ଚଳର ରାସ୍ତା ମରାମତି ଅକ୍ବୋବର ୫ ସୁଦ୍ଧା ସାରିବାକୁ ପୂର୍ତ୍ତମନ୍ତ୍ରୀଙ୍କ ନିର୍ଦ୍ଦେଶ

September 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକ ଅଞ୍ଚଳର ରାସ୍ତା ମରାମତି ଅକ୍ବୋବର ୫ ସୁଦ୍ଧା ସାରିବାକୁ ପୂର୍ତ୍ତମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ୱର ଓ କଟକ ସହର ମଧ୍ୟରେ ଥିବା ସମସ୍ତ ରାସ୍ତାର ମରାମତି ଓ ଉନ୍ନତିକରଣ ନେଇ ଆଜି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେ୍ୱðତନଗରୀ ଅଞ୍ଚଳରେ ଖରାପ ହୋଇଯାଇଥିବା ସମସ୍ତ ରାସ୍ତାକୁ ଅକେଫାବର ୫ ତାରିଖ ସୁଦ୍ଧା ମରାମତି ଶେଷ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗାମୀ ଦଶହରା ସମୟରେ ସୁରକ୍ଷିତ ଯାତାୟତକୁ ଦୃଷ୍ଟିରେ ରଖି ସ୍ଥାନୀୟ ନିର୍ମାଣ ସୌଧ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଥିବା ରାସ୍ତା ମଧ୍ୟରୁ କେଉଁ ରାସ୍ତାର ସ୍ଥିତି କ’ଣ, ସେ ନେଇ ଆଲୋଚନା ହୋଇଥିଲା। ଏଥିରେ ଭୁବନେଶ୍ୱର ଅଞ୍ଚଳର ମୋଟ ୮୧୮ଟି ରାସ୍ତାର ୭୯୮ କିମି ମଧ୍ୟରୁ ୪୬୭ ରାସ୍ତାର ୫୬୫ କିମି ରାସ୍ତା ଭଲ ଥିବାବେଳେ ୨୮୯ଟି ରାସ୍ତାର ୧୫୦ କିମି ରାସ୍ତା ସାମାନ୍ୟ ମରାମତି ଏବଂ ୬୨ଟି ରାସ୍ତାର ୭୧ କିମି ରାସ୍ତା ଅଧିକ ମରାମତି ଆବଶ୍ୟକ ରହିଛି।

ସେହିପରି କଟକ ଅଞ୍ଚଳର ମୋଟ ୯୫ଟି ରାସ୍ତାର ୧୯୭ କିମି ରାସ୍ତା ମଧ୍ୟରୁ ୬୧ଟି ରାସ୍ତାର ୧୧୭ କିମି ରାସ୍ତା ଭଲ ଥିବାବେଳେ ୨୭ଟି ରାସ୍ତାର ୭୦ କିମି ରାସ୍ତା ସାମାନ୍ୟ ମରାମତି ଏବଂ ୭ଟି ରାସ୍ତାର ୯ କିମି ରାସ୍ତା ଅଧିକ ମରାମତି ଆବଶ୍ୟକ ରହିଛି ବୋଲି ବିଭାଗ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା।

ବୈଠକରେ କଟକ ଓ ଭୁବନେଶ୍ୱର ବିଧାୟକଗଣ, ମେୟର ଏବଂ ଅନ୍ୟ ରାଜନେତାମାନେ ଉପସ୍ଥିତ ରହି ନିଜ ନିଜ ଅଞ୍ଚଳର ରାସ୍ତା ମରାମତି ନେଇ ଆଲୋଚନା କରିଥିଲେ।
ଶେଷରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସମସ୍ତଙ୍କ ଆଲୋଚନା ଶୁଣିବା ସହ ମହାନଗର ନିଗମ, ପୂର୍ତ୍ତ ଏବଂ ଜାତୀୟ ରାଜପଥ ପ୍ରାଧିକରଣ ନିକଟରେ ଥିବା ସମସ୍ତ ରାସ୍ତାର ମରାମତି ସହ ଲୋକଙ୍କ ଯାତାୟତକୁ ସୁଗମ କରିବା ପାଇଁ ଆବଶ୍ୟକ ସମସ୍ତ ଟେଣ୍ଡର କାର୍ଯ୍ୟ ସହ ଅକେଫାବର ୫ ଭିତରେ ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ନିର୍ମାଣ କାର୍ଯ୍ୟରେ ଗୁଣବତ୍ତା ଉପରେ କୌଣସି ପ୍ରକାର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିବା ସହ ଉଭୟ ସହରରେ ଥିବା ଡ୍ରେନ୍‌ଗୁଡ଼ିକରେ କଭର ପକାଇବା, ଜାତୀୟ ରାଜପଥ ଏବଂ ସର୍ଭିସ୍‌ ରୋଡ୍‌ ସମସ୍ୟାର ସମାଧାନ ଦିଗରେ ମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସହରର ଜଳବନ୍ଦି ସମସ୍ୟାର ସମାଧାନ ସହ ପରବର୍ତ୍ତୀ ସମୟରେ ନିୟମିତ ଭାବେ ରାସ୍ତାଘାଟ ମରାମତି ଅନୁଧ୍ୟାନ ନେଇ ବୈଠକ ଓ ଆଲୋଚନା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଥିଲେ।

ଏହି ବୈଠକରେ ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, ଚୌଦ୍ୱାର-କଟକ ବିଧାୟକ ଶ୍ରୀ ସୌଭିକ୍‌ ବିଶ୍ୱାଳ, ବାରବାଟି-କଟକ ବିଧାୟିକା ଶ୍ରୀମତୀ ସେଫିଆ ଫିର୍ଦୋସ୍‌, କଟକ ମହାନଗର ନିଗମ ମେୟର ଶ୍ରୀ ସୁବାସ ଚନ୍ଦ୍ର ସିଂ, ରାଜନେତା ଶ୍ରୀ ଜଗନ୍ନାଥ ପ୍ରଧାନ, ଶ୍ରୀ ଦିଲ୍ଲୀପ ମହାନ୍ତି, ଶ୍ରୀ ନୟନ କିଶୋର ମହାନ୍ତି, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଲକ୍ଷ୍ମୀକାନ୍ତ ପାଢ଼ୀ, ଇଆଇସି ମୁଖ୍ୟ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026

ଆଜି ପବିତ୍ର ରାମ ନବମୀରେ ଶ୍ରୀରାମଙ୍କୁ କିପରି ପୂଜା କଲେ ସେ ହୁଅନ୍ତି ଖୁସି, ଜାଣନ୍ତୁ

March 27, 2026

କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ସର୍ଭାଇଭର୍‍ ନେଟୱର୍କ କାର୍ଯ୍ୟକ୍ରମ

March 27, 2026

ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

March 27, 2026
Latest News

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026

ଆଜି ପବିତ୍ର ରାମ ନବମୀରେ ଶ୍ରୀରାମଙ୍କୁ କିପରି ପୂଜା କଲେ ସେ ହୁଅନ୍ତି ଖୁସି, ଜାଣନ୍ତୁ

March 27, 2026

କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ସର୍ଭାଇଭର୍‍ ନେଟୱର୍କ କାର୍ଯ୍ୟକ୍ରମ

March 27, 2026

ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

March 27, 2026

ପଶ୍ଚିମ ଏସିଆ ଘଟଣାବଳୀକୁ ଦୃଷ୍ଟିରେ ରଖି ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କିତ ଅପଡେଟ୍

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.