Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫସଫେଟିକ୍ ଏବଂ ପୋଟାସିକ୍ ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି ଦରକୁ କ୍ୟାବିନେଟ୍ ର ଅନୁମୋଦନ
ଆଜିର ଖବର

ଫସଫେଟିକ୍ ଏବଂ ପୋଟାସିକ୍ ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି ଦରକୁ କ୍ୟାବିନେଟ୍ ର ଅନୁମୋଦନ

September 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ୍‌ ଅନୁମୋଦନ
କ୍ୟାବିନେଟ୍‌ ର ବଡ଼ ନିଷ୍ପତ୍ତି: ଗହମ ସମେତ ଏହି ୬ ଟି ଫସଲର ବଢିଲା ଏମଏସପି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟିକ୍ ଏବଂ ପୋଟାସିକ୍ (ପିଆଣ୍ଡକେ ) ସାର ଉପରେ ରବି ଋତୁ, ୨୦୨୪ (୦୧.୧୦.୨୦୨୪ରୁ ୩୧.୦୩.୨୦୨୫) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ କରିବା ପାଇଁ ରାସାୟନିକ ଏବଂ ସାର ମନ୍ତ୍ରଣାଳୟର ପ୍ରସ୍ତାବକୁ ଅନୁମୋଦନ ମିଳିଛି।

୨୦୨୪ ରବି ଋତୁ ପାଇଁ ସମ୍ଭାବ୍ୟ ବଜେଟ୍ ଆବଶ୍ୟକତା ପ୍ରାୟ ୨୪,୪୭୫.୫୩ କୋଟି ଟଙ୍କା ହେବ।

ଫାଇଦା:

ଚାଷୀଙ୍କୁ ରିହାତି, ସୁଲଭ ଓ ଉଚିତ ମୂଲ୍ୟରେ ସାର ଉପଲବ୍ଧ କରାଇବା ସୁନିଶ୍ଚିତ ହେବ।

ସାର ଏବଂ ଅନ୍ୟାନ୍ୟ ସାମଗ୍ରୀର ଅନ୍ତର୍ଜାତୀୟ ମୂଲ୍ୟରେ ସାମ୍ପ୍ରତିକ ଧାରାକୁ ଦୃଷ୍ଟିରେ ରଖି ପିଆଣ୍ଡକେ ସାର ଉପରେ ସବସିଡିର ଯୁକ୍ତିଯୁକ୍ତକରଣ।

କାର୍ଯ୍ୟକାରିତା ରଣନୀତି ଏବଂ ଲକ୍ଷ୍ୟ:

ଚାଷୀଙ୍କୁ ସୁଲଭ ମୂଲ୍ୟରେ ଏହି ସାର ସୁରୁଖୁରୁରେ ଉପଲବ୍ଧ କରାଇବା ପାଇଁ ରବି ୨୦୨୪ (୦୧.୧୦.୨୦୨୪ରୁ ୩୧.୦୩.୨୦୨୫ ପର୍ଯ୍ୟନ୍ତ ଲାଗୁ) ପାଇଁ ଅନୁମୋଦିତ ଦର ଆଧାରରେ ପିଆଣ୍ଡକେ ସାର ଉପରେ ସବସିଡି ପ୍ରଦାନ କରାଯିବ।

ପୃଷ୍ଠଭୂମି

ସାର ଉତ୍ପାଦନକାରୀ/ଆମଦାନୀକାରୀଙ୍କ ଜରିଆରେ ସରକାର ଚାଷୀଙ୍କୁ ରିହାତି ମୂଲ୍ୟରେ ୨୮ ଗ୍ରେଡ୍ ର ପିଆଣ୍ଡକେ ସାର ଉପଲବ୍ଧ କରୁଛନ୍ତି। ପି ଆଣ୍ଡକେ ସାର ଉପରେ ସବସିଡି ଏନବିଏସ ଯୋଜନା ଦ୍ୱାରା ୦୧.୦୪.୨୦୧୦ ରୁ ନିୟନ୍ତ୍ରିତ ହୁଏ। କୃଷକ ଅନୁକୂଳ ଆଭିମୁଖ୍ୟ ଅନୁଯାୟୀ, କୃଷକମାନଙ୍କୁ ସୁଲଭ ମୂଲ୍ୟରେ ପିଆଣ୍ଡକେ ସାର ଉପଲବ୍ଧ କରାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ୟୁରିଆ, ଡିଏପି, ଏମଓପି ଏବଂ ସଲଫର ଭଳି ସାର ଏବଂ ସାମଗ୍ରୀର ଆନ୍ତର୍ଜାତିକ ମୂଲ୍ୟରେ ସାମ୍ପ୍ରତିକ ଧାରାକୁ ଦୃଷ୍ଟିରେ ରଖି ସରକାର ରବି ୨୦୨୪ ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପିଆଣ୍ଡକେ) ସାର ଉପରେ ୦୧.୧୦.୨୪ରୁ ୩୧.୦୩.୨୫ ପର୍ଯ୍ୟନ୍ତ ଏନବିଏସ ଦର ଅନୁମୋଦନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନୁମୋଦିତ ଓ ବିଜ୍ଞାପିତ ଦର ଅନୁଯାୟୀ ସାର କମ୍ପାନିଗୁଡ଼ିକୁ ସବସିଡି ପ୍ରଦାନ କରାଯିବ, ଯାହାଦ୍ୱାରା ଚାଷୀଙ୍କୁ ସୁଲଭ ମୂଲ୍ୟରେ ସାର ଉପଲବ୍ଧ ହେବ।

କ୍ୟାବିନେଟ୍ ର ଅନୁମୋଦନ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026
Latest News

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.