Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୩୨ ଗବେଷକ
ଆଜିର ଖବର

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୩୨ ଗବେଷକ

September 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ପ୍ରସିଦ୍ଧ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩୨ ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ୨୦୨୪ ନିମନ୍ତେ ଆମେରିକାର ଏହି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ ୨ ପ୍ରତିଶତ ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ଗବେଷକମାନେ ସାମିଲ ହୋଇଛନ୍ତି।

୨୦୨୩ରେ ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୨୨ ଜଣ ଗବେଷକ ସ୍ଥାନ ପାଇଥିବାବେଳେ ୨୦୨୪ ନିମନ୍ତେ ପ୍ରକାଶ ପାଇଥିବା ତାଲିକାରେ ସେମାନଙ୍କ ମଧ୍ୟରୁ ୨୦ ଜଣ ସ୍ଥାନ ପାଇଛନ୍ତି।

ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରକାଶିତ ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକା ଏକ ଗୁରୁତ୍ୱପୂର୍ଣ୍ଣ ର‌୍ୟାଙ୍କିଙ୍ଗ ଯାହାକି ଗବେଷଣା କ୍ଷେତ୍ରରେ ଉଚ୍ଚମାନର କାର୍ଯ୍ୟ କରୁଥିବା ଗବେଷକମାନଙ୍କୁ ସ୍ଥାନିତ କରିଥାଏ।

ଏହି ତାଲିକାରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ୧୪ ଜଣ ଗବେଷକ ସ୍ଥାନ ପାଇଥିବା ବେଳେ ସୋଆ ପକ୍ଷରୁ ସ୍ଥାପିତ ହୋଇଥିବା ୧୯ଟି ଗବେଷଣା କେନ୍ଦ୍ର ମଧ୍ୟରୁ ୬ଟି ଗବେଷଣା କେନ୍ଦ୍ରର ୧୧ ଜଣ ଗବେଷକ ସ୍ଥାନ ପାଇଛନ୍ତି।

ସୋଆ ଅଧିନସ୍ଥ ମଲ୍ଟିଡିସିପ୍ଲିନାରୀ ରିସର୍ଚ୍ଚ ସେଲ୍‌ର ନିର୍ଦ୍ଦେଶକ ପ୍ରଫେସର ପ୍ରଦୀପ୍ତ କୁମାର ଦାଶ ଏବଂ ବିଶିଷ୍ଟ ନ୍ୟୁରୋସର୍ଜନ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପତ୍ରଙ୍କ ମଧ୍ୟ ଏହି ସମ୍ମାନଜନକ ତାଲିକାରେ ସାମିଲ ହୋଇଛନ୍ତି। ଏହି ଦୁଇ ଗବେଷକ ପୂର୍ବରୁ ସୋଆର କୁଳପତି ଦାୟିତ୍ୱ ବହନ କରିଛନ୍ତି।

ସୋଆର ସେଂଟର ଫର୍ ନାନୋ ସାଇନ୍‌ସେସ୍ ଆଣ୍ଡ ନାନୋ ଟେକ୍ନୋଲୋଜି (ସିଏନ୍‌ଏସ୍‌ଏନ୍‌ଟି)ର ୫ ଜଣ ବୈଜ୍ଞାନିକ ଏହି ତାଲିକାରେ ସାମିଲ ହୋଇଥିବା ବେଳେ ବାୟୋଫୁଏଲ୍ସ ଆଣ୍ଡ ବାୟୋ ପ୍ରୋସେସିଂ ରିସର୍ଚ୍ଚ ସେଂଟରର ୨ ଜଣ ଗବେଷକ ଏହି ତାଲିକାରେ ଯୋଡ଼ି ହୋଇଛନ୍ତି। ସେହିପରି ସେଂଟର ଫର୍ ଇଣ୍ଡଷ୍ଟ୍ରିଆଲ୍ ବାୟୋଟେକ୍ନୋଲୋଜି ରିସର୍ଚ୍ଚ (ସିଆଇବିଆର୍‌), ମଲ୍ଟି ଡିସିପ୍ଲିନାରୀ ରିସର୍ଚ୍ଚ ସେଲ୍ (ଏମ୍‌ଡିଆର୍‌ସି), ସେଂଟର ଫର୍ ଇନ୍‌ଟରନେଟ ଅଫ୍ ଥିଙ୍ଗ୍‌ସ (ସିଆଇଓଟି) ଏବଂ ସେଂଟର ଅଫ୍ ଏକ୍ସିଲେନ୍ସ ଇନ୍ ଥିଓରେଟିକାଲ ଆଣ୍ଡ ମ୍ୟାଥମେଟିକାଲ ସାଇନ୍‌ସେସ୍ (ସିଇଟିଏମ୍‌ଏସ୍‌)ର ଜଣେ ଲେଖାଏଁ ଗବେଷକ ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

ଏହି ସମ୍ମାନଜନକ ତାଲିକାରେ ସିଏନ୍‌ଏସ୍‌ଏନ୍‌ଟିର ନିର୍ଦ୍ଦେଶକ ପ୍ରଫେସର କୁଳମଣି ପରିଡ଼ା, ବାୟୋ-ଫୁଏଲ୍ସ ଆଣ୍ଡ ବାୟୋ-ପ୍ରୋସେସିଙ୍ଗ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଲା, ସେଂଟର ଫର୍ ଇଣ୍ଡଷ୍ଟ୍ରି୍ରଆଲ୍ ବାୟୋଟେକ୍ନୋଲୋଜି ରିସର୍ଚ୍ଚର ନିର୍ଦ୍ଦେଶକ ପ୍ରଫେସର ହୃଦୟନାଥ ଥାଟ୍ଟୋଇ ଏବଂ ସେଂଟର ଫର୍ ବାୟୋଟେକ୍ନୋଲୋଜିର ନିର୍ଦ୍ଦେଶକ ପ୍ରଫେସର ସଂଘମିତ୍ରା ନାୟକ ସାମିଲ ହୋଇଛନ୍ତି।

ଆଇଟିଇଆର୍ ଗବେଷକ ପ୍ରଫେସର ଆର.ଏନ୍‌.ପି. ଚୌଧୁରୀ, ପ୍ରଫେସର ମନୋହର ମିଶ୍ର, ପ୍ରଫେସର ରଶ୍ମି ଆଚାର୍ଯ୍ୟ, ପ୍ରଫେସର ଏସ୍‌.ଆର୍ ମିଶ୍ର, ପ୍ରଫେସର ରାଜଶ୍ରୀ ଦାଶ, ପ୍ରଫେସର ବିନୋଦ କୁମାର ସାହୁ, ପ୍ରଫେସର ରେଣୁ ଶର୍ମା, ପ୍ରଫେସର ନିହାରବାଳା ଦେବୀ, ଡଃ ମନୋଜ କୁମାର ନାୟକ, ଡଃ ଶୁଭଶ୍ରୀ ଚୌଧୁରୀ, ଡଃ ଅକ୍ଷୟ କୁମାର ବର୍ମା, ଡଃ ଶେଷଦେବ ସାହୁ, ଡଃ ସନ୍ତୋଷ କୁମାର ପରିଡା ଏବଂ ଡଃ ଅକ୍ଷୟ କୁମାର ପାତ୍ର ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

ଏହି ତାଲିକାରେ ସାମିଲ ହୋଇଥିବା ଅନ୍ୟତମ ଗବେଷକମାନେ ହେଉଛନ୍ତି ଫାର୍ମାସ୍ୟୁଟିକ୍‌ସର ପ୍ରଫେସର ଗୌତମ ରଥ, ଡଃ ଅମିତ କୁମାର ନାୟକ ଏବଂ ଡଃ ବିନୀତ କୁମାର ରାୟ, ସେଂଟ୍ରାଲ ରିସର୍ଚ୍ଚ ଲ୍ୟାବ୍‌ର ପ୍ରଫେସର ରବୀନ୍ଦ୍ର ନାଥ ପାଢ଼ୀ, ସିଏନ୍‌ଏସ୍‌ଏନ୍‌ଟିର ଡଃ ସୁସଙ୍ଗିନୀ ନାୟକ, ଡଃ ସୁଲଗ୍ନା ପଟ୍ଟନାୟକ, ଡଃ ସତ୍ୟବ୍ରତ ସୁବୁଦ୍ଧି ଏବଂ ଡଃ ଦିପ୍ତୀ ପ୍ରଭା ସାହୁ, ଏଗ୍ରିକଲ୍‌ଚରାଲ ସାଇନ୍‌ସେସର ପ୍ରଫେସର ଜ୍ଞାନ ରଞ୍ଜନ ରାଉତ, ବାୟୋ-ଫୁଏଲ୍ସ ଆଣ୍ଡ ବାୟୋ-ପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ଡଃ. ଦେବବ୍ରତ ପ୍ରଧାନ, ସିଇଟିଏମ୍‌ଏସ୍‌ର ପ୍ରଫେସର ତାପସ ରଞ୍ଜନ ରାଉତରାୟ ଏବଂ ସିଆଇଓଟିର ଡକ୍ଟର ରାହୁଲ ପ୍ରିୟଦର୍ଶୀ।

scientist soa ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025

ଆଜି ଅକ୍ଟୋବର 5 ତାରିଖ ରବିବାରରେ ଏହି ରାଶିଗୁଡିକର ଭାଗ୍ୟଚକ୍ର ବଦଳି ଗଲା

October 5, 2025
Latest News

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.