Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ଭିନ୍ନ ଭିନ୍ନ ସ୍ଥାନରେ କାନ୍ଥ ଭୁଷୁଡି ୨୨ ଜଣଙ୍କ ମୃତ୍ୟୁ
ଆଜିର ଖବର

ମହାରାଷ୍ଟ୍ରରେ ଭିନ୍ନ ଭିନ୍ନ ସ୍ଥାନରେ କାନ୍ଥ ଭୁଷୁଡି ୨୨ ଜଣଙ୍କ ମୃତ୍ୟୁ

July 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁ କାନ୍ଥ ଭୁଶୁଡ଼ି ୨୨ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ଭିନ୍ନ ଭିନ୍ନ ସ୍ଥାନରେ ଏହି ଅଘଟଣ ଘଟିଛି। ଏଥିରେ ଅନ୍ୟ ୨୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଘୋଷଣା କରିଛନ୍ତି। ସୂଚନା ମୁତାବକ, ପ୍ରଥମ ଘଟଣା ମୁମ୍ବଇ ପୂର୍ବ ମଲାଡ ଅଞ୍ଚଳର ପିମ୍ପରିପାଡ଼ାରେ ପ୍ରବଳ ବର୍ଷା ଯୋଗୁ ସୋମବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନଡିଆରଏଫ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସେହିପରି ୨ୟ ଘଟଣାଟି ପୁଣେରେ ଘଟିଛି। ସୋମବାର ରାତି ପ୍ରାୟ ଗୋଟାଏରେ ପୁଣେସ୍ଥିତ ଅମ୍ବେଗାଓଁରେ ଥିବା ସିଂହଗଡ଼ କଲେଜର ପାଚେରି ଭୁଶୁଡ଼ି ପଡ଼ିଥିଲା। କାନ୍ଥ ତଳେ ଚାପି ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ଏନଡିଆରଏଫ ଟିମ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଛି। ଅନ୍ୟପଟେ ୩ୟ ଘଟଣାଟି ମୁମ୍ବଇର କଲ୍ୟାଣ ଅଞ୍ଚଳରେ ଘଟିଛି। ଏଠାରେ ଥିବା ନ୍ୟାଶନାଲ ଉର୍ଦ୍ଦୁ ହାଇସ୍କୁଲର ପାଚେରି ଭୁଶୁଡ଼ି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଆହୁରି ୧୦ ଜଣ ଆହତ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.