Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ଭିନ୍ନ ଭିନ୍ନ ସ୍ଥାନରେ କାନ୍ଥ ଭୁଷୁଡି ୨୨ ଜଣଙ୍କ ମୃତ୍ୟୁ
ଆଜିର ଖବର

ମହାରାଷ୍ଟ୍ରରେ ଭିନ୍ନ ଭିନ୍ନ ସ୍ଥାନରେ କାନ୍ଥ ଭୁଷୁଡି ୨୨ ଜଣଙ୍କ ମୃତ୍ୟୁ

July 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁ କାନ୍ଥ ଭୁଶୁଡ଼ି ୨୨ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ଭିନ୍ନ ଭିନ୍ନ ସ୍ଥାନରେ ଏହି ଅଘଟଣ ଘଟିଛି। ଏଥିରେ ଅନ୍ୟ ୨୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଘୋଷଣା କରିଛନ୍ତି। ସୂଚନା ମୁତାବକ, ପ୍ରଥମ ଘଟଣା ମୁମ୍ବଇ ପୂର୍ବ ମଲାଡ ଅଞ୍ଚଳର ପିମ୍ପରିପାଡ଼ାରେ ପ୍ରବଳ ବର୍ଷା ଯୋଗୁ ସୋମବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନଡିଆରଏଫ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସେହିପରି ୨ୟ ଘଟଣାଟି ପୁଣେରେ ଘଟିଛି। ସୋମବାର ରାତି ପ୍ରାୟ ଗୋଟାଏରେ ପୁଣେସ୍ଥିତ ଅମ୍ବେଗାଓଁରେ ଥିବା ସିଂହଗଡ଼ କଲେଜର ପାଚେରି ଭୁଶୁଡ଼ି ପଡ଼ିଥିଲା। କାନ୍ଥ ତଳେ ଚାପି ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ଏନଡିଆରଏଫ ଟିମ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଛି। ଅନ୍ୟପଟେ ୩ୟ ଘଟଣାଟି ମୁମ୍ବଇର କଲ୍ୟାଣ ଅଞ୍ଚଳରେ ଘଟିଛି। ଏଠାରେ ଥିବା ନ୍ୟାଶନାଲ ଉର୍ଦ୍ଦୁ ହାଇସ୍କୁଲର ପାଚେରି ଭୁଶୁଡ଼ି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଆହୁରି ୧୦ ଜଣ ଆହତ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.