Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି କୃଷକ ମୋର୍ଚ୍ଚା ତରଫରୁ ଆୟୋଜିତ ହେଲା ନୂଆଁଖାଇ ଭେଟଘାଟ
ଆଜିର ଖବର

ବିଜେପି କୃଷକ ମୋର୍ଚ୍ଚା ତରଫରୁ ଆୟୋଜିତ ହେଲା ନୂଆଁଖାଇ ଭେଟଘାଟ

September 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପି କୃଷକ ମୋର୍ଚ୍ଚା ତରଫରୁ ଆୟୋଜିତ ହେଲା ନୂଆଁଖାଇ ଭେଟଘାଟ

ଭୁବନେଶ୍ୱର: ଓଡିଶାର କୃଷିଭିତିକ ଗଣପର୍ବ ନୂଆଁଖାଇ ଭେଟଘାଟ ବିଜେପି କୃଷକ ମୋର୍ଚ୍ଚା ତରଫରୁ ଆଜି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ୍ ଛକ ନିକଟ ବୁଲନ୍ ନନା ସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ।

ଏହି ଉତ୍ସବରେ ଓଡିଶାର ୧୦ଜଣ ସଫଳ ଚାଷୀଙ୍କୁ ଅନ୍ନଦାତା ୨୦୨୪ ସମ୍ମାନରେ ସମ୍ମାନିତ କରାଯାଇଛି । ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ଉତ୍ସବରେ ଯୋଗଦାନ କରି କହିଛନ୍ତି ଯେ, ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାର ୧୦୦ ଦିନରେ ଚାଷୀମାନଙ୍କ ପାଇଁ ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା କରି ଐତିହାସିକ ପଦକ୍ଷେପ ନେଇଛନ୍ତି ।

ଧାନ କ୍ୱିଂଟାଲ ପ୍ରତି ୩୧୦୦ ଟଙ୍କା କରିବା, ୫୮ ସବଡିଭିଜନରେ ଶୀତଳ ଭଣ୍ଡାର କରିବା, ୬ଲକ୍ଷ ଚାଷୀଙ୍କୁ ପିଏମ୍ କିସାନରେ ସାମିଲ କରିବା ସହିତ ସହରାଂଚଳର ଚାଷୀମାନଙ୍କୁ ସାମିଲ କରିବା, ଚାଷୀ ପରିବାର ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ୨ଲକ୍ଷ ଟଙ୍କା ଛାତ୍ରବୃତି ପ୍ରଦାନ କରିବା, ସମସ୍ତ ବ୍ଲକରେ ପନିପରିବା ମଣ୍ଡି ଖୋଲିବା, ସମସ୍ତ ଚାଷ ଜମିକୁ ଉଠା ଜଳସେଚନ ମାଧ୍ୟମରେ ଜଳସେଚନ କରିବା ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ । ଆଗାମୀ ଖରିଫ୍ ଧାନ କିଣା କାରବାରର ବ୍ୟାପକ ସ୍ୱଚ୍ଛତା ଅବଲମ୍ବନ କରାଯିବ । ଯେଉଁ ଅସାଧୁ ବ୍ୟକ୍ତିମାନେ ଧାନ କିଣା କାରବାରରେ ହେରଫେର କରିବେ ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ପ୍ରାକୃତିକ ପରିବେଶ ପ୍ରଦ୍ୟୁଷଣରୁ ରକ୍ଷା ପାଇବା ପାଇଁ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମକୁ ବ୍ୟାପକ ଭାବରେ କରିବା ପାଇଁ ଆହ୍ୱାନ ଦେବା ସହ ଚାଷୀ ଦରଦୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କର କୃଷକ କଲ୍ୟାଣକାରୀ ଯୋଜନାକୁ ସିଧାସଳଖ ଭାବରେ ଚାଷୀମାନଙ୍କ ପାଖରେ ପହଁଚାଇବା ପାଇଁ କୃଷକ ମୋର୍ଚ୍ଚାର ସମସ୍ତ ନେତୃବୃନ୍ଦ ଓ କାର୍ଯ୍ୟକର୍ତର୍ାମାନଙ୍କୁ ପରାମର୍ଶ ଦେଇଥିଲେ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ।

ଶ୍ରୀ ମହେଶ୍ୱର ସାହୁ କହିଛନ୍ତି ଯେ, ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଶ୍ରୀମାନ ନରେନ୍ଦ୍ର ମୋଦିଜୀ ପରିବେଶର ସୁରକ୍ଷା ପାଇଁ ମା’ ପାଇଁ ଗଛଟିଏ ଆହ୍ୱାନକୁ ସଫଳ କରିବା ନେଇ ୩୦ଲକ୍ଷ ବୃକ୍ଷ କୃଷକ ମୋର୍ଚ୍ଚା ରାଜ୍ୟରେ ରୋପଣ କରିବ । ତତ୍‌ସହିତ ସଦସ୍ୟତା ଅଭିଯାନକୁ ବ୍ୟାପକ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚାର ସମସ୍ତ କାର୍ଯ୍ୟକର୍ତା ସାରା ରାଜ୍ୟରେ ଘରକୁ ଘର ଯାଇ ସଦସ୍ୟତା କରିବା ପାଇଁ ଆହ୍ୱାନ ଦେବା ସହ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ଚାଷୀଙ୍କ ପାଖରେ ପହଁଚାଇବା କାମ କରିବ କୃଷକ ମୋର୍ଚ୍ଚା ।

ଏହି କ଼ାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବିମ୍ବାଧର କୁଅଁର, ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦ୍ଦେବ, ବିଜେପି ରାଜ୍ୟ ଉପସଭାପତି ତଥା କୃଷକ ମୋର୍ଚ୍ଚା ପ୍ରଭାରୀ ଶ୍ରୀ ଗୋଲକ ମହାପାତ୍ର, ବିଜେପିର ବରିଷ୍ଠ ନେତା ସଜ୍ଜନ ଶର୍ମା, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡା, ସିନେମା ତାରକା ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ବିଜେପି ଡବଲ ଇଞ୍ଜିନ ସରକାରର କୃଷକ କଲ୍ୟାଣକାରୀ ଯୋଜନାର ସଫଳତା ଉପରେ ତାଙ୍କ ବକ୍ତବ୍ୟରେ କହିଥିଲେ ।

ଏହି ଅବସରରେ ବିଜେପି କୃଷକ ରାଜ୍ୟ ସାଧାରଣ ସମ୍ପାଦକ ଉପେନ୍ଦ୍ର ଭଞ୍ଜ, ରାଜ୍ୟ ଉପସଭାପତି ପୁଲିନ୍ ପ୍ରକାଶ ପୁହାଣ, ହୃଷୀକେଶ ଜେନା, ହଳପାଣି ମାଝୀ, ସୂର୍ଯ୍ୟନାରାୟଣ ମହାପାତ୍ର, ସମ୍ପାଦକ ଅଶୋକ କୁମାର ରଥ, ବିକ୍ରମ କେଶରୀ ରାଉତରାୟ, ପ୍ରଶାନ୍ତ କୁମାର ସ୍ୱାଇଁ, ରାଜ୍ୟ ସଂଯୋଜକ ଜଗନ୍ନାଥ ମହାପାତ୍ର, କୌଶିକ ଚାନ୍ଦ, ସୁଦର୍ଶନ ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିଲେ।

BJP ନୂଆଖାଇ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ CADA ବିଭାଗର ଯନ୍ତ୍ରୀ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

June 23, 2026

ଆଜି କେଉଁ ଷ୍ଟକ୍‌ରେ ରହିବ ବଜାରର ନଜର? ବଡ଼ ଘୋଷଣା ପରେ ଚର୍ଚ୍ଚାରେ ୭ କମ୍ପାନୀ

June 23, 2026

କଲ୍ୟାଣସିଂହପୁର ନିର୍ଯାତନା ଘଟଣାରେ ଜାତୀୟ ମହିଳା କମିସନଙ୍କ କଡ଼ା ପଦକ୍ଷେପ

June 23, 2026
Latest News

ଭିଜିଲାନ୍ସ ଜାଲରେ CADA ବିଭାଗର ଯନ୍ତ୍ରୀ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

June 23, 2026

ଆଜି କେଉଁ ଷ୍ଟକ୍‌ରେ ରହିବ ବଜାରର ନଜର? ବଡ଼ ଘୋଷଣା ପରେ ଚର୍ଚ୍ଚାରେ ୭ କମ୍ପାନୀ

June 23, 2026

କଲ୍ୟାଣସିଂହପୁର ନିର୍ଯାତନା ଘଟଣାରେ ଜାତୀୟ ମହିଳା କମିସନଙ୍କ କଡ଼ା ପଦକ୍ଷେପ

June 23, 2026

ମନ୍ଦିରରେ ବିଗ୍ରହ ପ୍ରତିଷ୍ଠାକୁ ନେଇ ତୀବ୍ର ବିବାଦ: ୧୬୩ ଧାରା ଜାରି

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.