Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଆଜି ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ କରାଯାଇଛି।

ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୦-୨୪ ବ୍ୟାଚର ବି.ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍ ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍‌.ଏସ୍‌.ସି (ବାୟୋଟେକ୍ନୋଲୋଜି) ଓ ୨୦୧୯-୨୪ ବ୍ୟାଚର ଇନ୍‌ଂଟିଗ୍ରେଡ ଏମ୍‌.ଏସ୍‌.ସି ଇନ୍ ବାୟୋଟେକ୍ନୋଲୋଜି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହିତ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ପ୍ରଫେସର ନନ୍ଦ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ମହାମାରୀ ସମୟରେ ଫାର୍ମାସିଷ୍ଟମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଥିଲେ। ଏହି ଡିଗ୍ରୀ ଛାତ୍ରଛାତ୍ରୀ ମାନଙ୍କର କଠିନ ପରିଶ୍ରମ, ନିଷ୍ଠା, ଶୃଙ୍ଖଳା, ସମୟାନୁବର୍ତିତା ତଥା ଶିକ୍ଷକ ଓ ଅଭିଭାବକଙ୍କର ସହଯୋଗରେ ଏହା ସମ୍ଭବପର ହୋଇପାରିଛି। ଫାର୍ମାସି ଓ ବାୟୋଟେକ୍ନନୋଲୋଜି ସ୍ୱାସ୍ଥ୍ୟକ୍ଷେତ୍ର ସହିତ ଓତଃପ୍ରୋତ ଭାବେ ଜଡିତ। ସୋଆ ବିଶ୍ୱବିଦ୍ୟାଳୟଏଥିପାଇଁ ଖୁବ୍ ସକ୍ରିୟ ଅଟେ।

ସୋଆ ଅନେକ ବିଦେଶୀ ବିଶ୍ୱବିଦ୍ୟାଳୟ ସହ ବୁଝାମଣା କରିଛି, ଯାହା ଛାତ୍ରଛାତ୍ରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ସେ କହିଥିଲେ।

ପ୍ରଫେସର ନନ୍ଦ କହିଥିଲେ ଯେ ସୋଆ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ୨୦୨୪ରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍ ଅନୁଯାୟୀ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିବାକୁ ସୁଯୋଗ ପାଇଛନ୍ତି। ସେମାନେ ଏହି ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ।

ପ୍ରଫେସର ନନ୍ଦ କହିଥିଲେ ଯେ, ଗବେଷଣା କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ନିମନ୍ତେ ସୋଆରେ ଅନେକ ଲ୍ୟାବ୍ ପ୍ରତିଷ୍ଠା କରାଯାଇଛି ଏବଂ ଅଟଳ ଇନୋଭେସନ୍ ମିଶନ ଅଧୀନରେ ଏକ ଇନ୍‌କ୍ୟୁବେସନ୍ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ଗବେଷଣା, ସହଭାଗିତା, ପାଟେଂଟ ଓ ଷ୍ଟାର୍ଟଅପ୍‌କୁ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଥିଲେ। ଏହି କ୍ଷେତ୍ରରେ ଶିକ୍ଷା ଗ୍ରହଣ କରିବାକୁ ଛାତ୍ରଛାତ୍ରୀମାନେ ଆଗ୍ରହ ରଖୁଛନ୍ତି।

ଏହି କାର୍ଯ୍ୟକ୍ରମରେ ଏସ୍‌ପିଏସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିଥିବାବେଳେ ଏସ୍‌ପିଏସ୍‌ର ପ୍ରଫେସର ଦିବ୍ୟଜ୍ୟୋତି ଦାସ ସ୍ୱାଗତ ଭାଷଣ ଦେଇଥିଲେ।

ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ବିଭାଗର ମୁଖ୍ୟ, ଏକାଡେମିକ କାଉନ୍‌ସିଲ୍ ସଦସ୍ୟ ଏବଂ ଫ୍ୟାକଲ୍ଟିମାନେ ଉପସ୍ଥିତ ଥିଲେ।

ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଫାର୍ମାସି ବାୟୋଟେକ୍ନୋଲୋଜି ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026
Latest News

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.