Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

September 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଓଡିଶାର ଦୁଇ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କୃତୀ ଶିକ୍ଷକ ଡ. ଦ୍ବିତି ଚନ୍ଦ୍ର ସାହୁ ଏବଂ ସନ୍ତୋଷ କୁମାର କରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

ସମ୍ବର୍ଦ୍ଧନା ଅବସରରେ ସେମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୪ ଜାତୀୟ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ଓଡିଶାରୁ ଏହି ଦୁଇ ଜଣ କୃତୀ ଶିକ୍ଷକ ସ୍ଥାନ ପାଇବା ଆମ ପାଇଁ ଗର୍ବର ବିଷୟ। ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ଅଭିନବ ଶିକ୍ଷା ପଦ୍ଧତିର ପ୍ରୟୋଗରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ସହିତ ବିଜ୍ଞାନ ଶିକ୍ଷାକୁ ସହଜ ଉପାୟରେ ପିଲାମାନଙ୍କୁ ବୁଝାଇ ଜଣେ ସୁନାମଧନ୍ୟ ଓ ଆଦର୍ଶ ଶିକ୍ଷକ ଭାବେ ନିଜକୁ ପ୍ରତିପାଦିତ କରିଛନ୍ତି। ସେହିଭଳି କଳା ଶିକ୍ଷକ ଡ. ଦ୍ବିତି ଚନ୍ଦ୍ର ସାହୁ ଆମୋଦପୂର୍ଣ୍ଣ ଶିକ୍ଷାଦାନ ସହିତ ଶିକ୍ଷାରେ ଜନ ଜାତି ସଂସ୍କୃତି ଓ କଳାକୁ ପ୍ରଦର୍ଶିତ କରିବା ଏକ ପ୍ରଶଂସନୀୟ କାର୍ଯ୍ୟ। ଉଭୟଙ୍କର ଏହି ଉଚ୍ଚ ଆଦର୍ଶ ଓ ଉଦ୍ୟମ ବଳରେ ସେମାନେ ଆଜି ଜାତୀୟ ସ୍ତରରେ ପ୍ରଶଂସନୀୟ ହୋଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସର୍ବୋତ୍ତମ ପ୍ରଣାଳୀ ଆଣିବା ପାଇଁ ଆମ ସରକାର ଚେଷ୍ଟା ଜାରି ରଖିଛନ୍ତି। ଶିକ୍ଷା ଭିତ୍ତିଭୂମିର ସୁଦୃଢି କରଣ ପାଇଁ ବଜେଟ୍‌ରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ପ୍ରାଥମିକ ସ୍ତରରେ ପିଲାମାନଙ୍କ ମୂଳଦୁଆକୁ ମଜବୁତ୍ କରିବା ପାଇଁ ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଖୋଲାଯିବ। ଏହି ବିଦ୍ୟାଳୟ ଗୁଡିକ ପ୍ରାଥମିକ ସ୍ତରରେ ପିଲାଙ୍କ ମେଧା ଶକ୍ତିର ପରିସ୍ଫୁଟନ କରି ସେମାନଙ୍କୁ ଉଚ୍ଚ ବିଦ୍ୟାଳୟକୁ ଛାଡିବ। ଆଗାମୀ ଦିନରେ ଏହା ଆମର ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଶ୍ରୀ ସନ୍ତୋଷ କୁମାର କର କଳାହାଣ୍ଡି ଜିଲ୍ଲା ନର୍ଲା ରୋଡ ଜୟ ଦୁର୍ଗା ହାଇସ୍କୁଲରେ ବିଜ୍ଞାନ ଶିକ୍ଷକ ଥିବା ବେଳେ ଡ. ଦ୍ବିତି ଚନ୍ଦ୍ର ସାହୁ ରାୟଗଡା ଜିଲ୍ଲା ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନସ୍ଥ ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟରେ କଳା ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି।

ଏହି ଅବସରରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ ପିଲାମାନଙ୍କୁ ଭବିଷ୍ୟତରେ ଜଣେ ଜଣେ ଭଲ ନାଗରିକ ଭାବେ ଗଢି ତୋଳିବା ହେଉଛି ଆମ ଶିକ୍ଷକ ସମାଜର ଦାୟିତ୍ବ। ସନ୍ତୋଷ କୁମାର କର ଏବଂ ଦ୍ବିତି ଚନ୍ଦ୍ର ସାହୁ ହେଉଛନ୍ତି ଶିକ୍ଷା ଦାନ କ୍ଷେତ୍ରରେ କାମ କରୁଥିବା ସମସ୍ତଙ୍କ ପାଇଁ ପ୍ରେରଣା।

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁ ପଦ ସେଠୀ କାର୍ଯ୍ୟକ୍ରମରେ କୃତୀ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଧନ୍ୟବାଦ ଦେଇଥିଲେ।

ମୋହନ ଚରଣ ମାଝୀ ରାଷ୍ଟ୍ରପତି ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025
Latest News

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.