Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏସ ସ୍ତରରେ ବଡ ଅଦଳବଦଳ, କଟକ ଭୁବନେଶ୍ବର ପୋଲିସ କମିଶନର ବଦଳିଲେ
ଆଜିର ଖବର

ଆଇପିଏସ ସ୍ତରରେ ବଡ ଅଦଳବଦଳ, କଟକ ଭୁବନେଶ୍ବର ପୋଲିସ କମିଶନର ବଦଳିଲେ

September 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇପିଏସ ସ୍ତରରେ ବଡ ଅଦଳବଦଳ, କଟକ ଭୁବନେଶ୍ବର ପୋଲିସ କମିଶନର ବଦଳିଲେ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ବରିଷ୍ଠ ଆଇପିଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ କରିଛନ୍ତି। କେବଳ ବରିଷ୍ଠ ନୁହେଁ କନିଷ୍ଠ ସ୍ତରରେ ମଧ୍ୟ ଅଦଳବଦଳ କରାଯାଇଛି। ଏହି ଅଦଳବଦଳ ଭିତରେ କଟକ ଭୁବନେଶ୍ବର ପୋଲିସ କମିଶନରଙ୍କୁ ବଦଳି କରାଯାଇଛି। ଭରତପୁର ଥାନା ଘଟଣାରେ ସେ ବିବାଦର ଥିଲେ।

କଟକ-ଭୁବନେଶ୍ୱର ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ଟ୍ରେନିଂ ଓ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୁରେଶ ଦେବଦତ୍ତ ସିଂଙ୍କୁ କଟକ-ଭୁବନେଶ୍ୱରର ନୂଆ ପୁଲିସ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଏ.କେ ରୟଙ୍କୁ ଜେଲ୍ ବିଭାଗ ଡିଜି କରାଯାଇଛି।

ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କର ମଧ୍ୟ ବଦଳି ହୋଇଛି। ତାଙ୍କୁ ଏଡିଜିପି ପୋଲିସ ଆଧୁନିକୀକରଣ ଦାୟିତ୍ୱ ଦିଆଯାଇଛି। ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲାଙ୍କୁ ଏସସି ଆରବି ଏବଂ ଏସଏଉଏସଏଲ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ସେହିପରି  ଆର୍‌ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ କରାଯାଇଛି।  କ୍ରାଇମବ୍ରାଞ୍ଚ ଏଡିଜି ଅରୁଣା ବୋଥ୍ରାଙ୍କର ବଦଳି ହୋଇଛି। ତାଙ୍କୁ ରେଲୱେ ଓ ତଟ ସୁରକ୍ଷା ଏଡିଜି ଭାବେ ଦାୟିତ୍ୱ ଦିଆଯାଇଛି। ବିନୟ ତୋଷ ମିଶ୍ରଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି କରାଯାଇଛି।

ଆଇପିଏସ ଆଇପିଏସ ଅଦଳବଦଳ ପୋଲିସ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.