Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଇଞ୍ଜିନିୟରିଂ ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ସୋଆ ଇଞ୍ଜିନିୟରିଂ ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 30, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀମାନଙ୍କୁ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି।

ଗ୍ରାଜୁଏସନ୍ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଆଇଟିଇଆରର କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂ ବିଭାଗର ୨୦୨୪ ଶିକ୍ଷା ବର୍ଷରେ ଶିକ୍ଷା ସମାପ୍ତ କରିଥିବା ବି.ଟେକ୍ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଥିଲା। ସେହିପରି ଦ୍ୱିତୀୟ ଦିନରେ ସିଭିଲ ଇଞ୍ଜିନିୟରିଂ, ଇଲେକ୍ଟ୍ରୋନିକ୍ସ ଆଣ୍ଡ କମ୍ୟୁନିକେସନ୍ ଇଞ୍ଜିନିୟରିଂ, ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ, କମ୍ପ୍ୟୁଟର ସାଇନସ୍ ଆଣ୍ଡ ଇନଫରମେସନ ଟେକ୍‌ନୋଲୋଜି ଏବଂ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗରେ ୨୦୨୪ ଶିକ୍ଷା ବର୍ଷ ନିମନ୍ତେ ବି. ଟେକ୍ ଓ ଏମ୍‌.ଟେକ୍ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଛି।

ଆଇଟିଇଆରର ଗଣିତ, ରସାୟନ ବିଜ୍ଞାନ, ପଦାର୍ଥ ବିଜ୍ଞାନ ଓ କମ୍ପ୍ୟୁଟର ଆପ୍ଲିକେସନ୍ (ବିସିଏ ଓ ଏମ୍‌ସିଏ)ରେ ୨୦୨୪ ଶିକ୍ଷା ବର୍ଷରେ ଶିକ୍ଷା ସମାପ୍ତ କରିଥିବା ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କୁ ମଧ୍ୟ ସ୍ନାତକୋତର ଡିଗ୍ରୀ ପ୍ରଦାନ କରାଯାଇଛି।

ଗ୍ରାଜୁଏସନ୍ କାର୍ଯ୍ୟକ୍ରମର ପ୍ରଥମ ଦିନରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିବା ସହ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସୋଆ ଦେଶର ୧୪ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ପାଇଥିବା ଦୃଷ୍ଟିରୁ ଏହି ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରୁଥିବା ଛାତ୍ରଛାତ୍ରୀମାନେ ନିଜକୁ ସେହିଭଳି ଢ଼ଙ୍ଗରେ ପ୍ରତିଷ୍ଠିତ କରାଇବା ସହ ଗର୍ବିତ ହେବା ଆବଶ୍ୟକ ବୋଲି ପ୍ରଫେସର ନନ୍ଦ କହିଥିଲେ।

ପ୍ରତିଟି ଛାତ୍ରଛାତ୍ରୀ ଆମ ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ। ନୂତନ ଛାତ୍ରଛାତ୍ରୀ ହୁଅନ୍ତୁ ଅବା ପୁରାତନ ସେମାନେ ସୋଆ ସହିତ ଜଡିତ ହୋଇ ରହିବା ଆବଶ୍ୟକ ବୋଲି କୁଳପତି କହିଥିଲେ।

ସୋଆ ଗବେଷଣା ଓ ବିକାଶ ଦିଗରେ କାର୍ଯ୍ୟ କରୁଛି ବୋଲି ପ୍ରକାଶ କରି ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ଯେ କୌଣସି ଅନୁଷ୍ଠାନରେ ଗବେଷଣା କାର୍ଯ୍ୟ କରିପାରିବେ ବୋଲି ସେ କହିଥିଲେ। ଛାତ୍ରଛାତ୍ରୀମାନେ ଯେଉଁ ଶିକ୍ଷା ଲାଭ କରିଛନ୍ତି ତାହାକୁ ସମାଜର ହିତ ସାଧନ ନିମନ୍ତେ ବ୍ୟବହାର କରିବେ ବୋଲି ସେ ଆଶା ପ୍ରକାଶ କରିଥିଲେ।

ଆଇଟିଇଆର୍ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରି ଏହାର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ ଗବେଷଣାକୁ ଅଧିକ ଗୁରୁତ୍ୱ ଦେବା ସହ ୧୭ଟି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଗବେଷଣା ଉପରେ ଜୋର ଦିଆଯାଉଥିବା କହିଥିଲେ। ତେବେ ଛାତ୍ରଛାତ୍ରୀମାନେ ନିଜକୁ ପ୍ରତିଷ୍ଠିତ କରିବା ପାଇଁ କଠିନ ପରିଶ୍ରମ କରନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ। ଆଇଟିଇଆର୍‌ର ଆଡିସ୍‌ନାଲ୍ ଡିନ୍ (ଏକାଡେମିକ୍ ) ପ୍ରଫେସର ଧୀରେନ୍ଦ୍ର ନାଥ ଥାଟୋଇ ଏବଂ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ମଧ୍ୟ ଉପସ୍ଥିତ ଥିଲେ।

ଆଇଟିଇଆର୍‌ର ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ।

କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ସୋଆର କଂଟ୍ରୋଲର ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ଉପାଧି ପ୍ରଦାନ କରିଥିଲେ।

ଛାତ୍ରଛାତ୍ରୀମାନଙ୍କ ପାଇଁ ଏହି ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଏକ ଗୁୁରୁତ୍ୱପୂର୍ଣ୍ଣ ଦିନ ଅଟେ। ଏହି ଡିଗ୍ରୀ ଛାତ୍ରଛାତ୍ରୀମାନଙ୍କର କଠିନ ପରିଶ୍ରମ, ନିଷ୍ଠା, ଶୃଙ୍ଖଳା ଓ ସମୟାନୁବର୍ତିତାର ଫଳ ତଥା ଶିକ୍ଷକ ଓ ଅଭିଭାବକଙ୍କର ସହଯୋଗରେ ସମ୍ଭବପର ହୋଇପାରିଛି ବୋଲି ପ୍ରଫେସର ଦାସ କହିଥିଲେ।

ନିଜର କଠିନ ପରିଶ୍ରମ ଫଳରେ ନିଜର ସ୍ୱପ୍ନକୁ ସାକାର କରିବା ସମ୍ଭବ ହୋଇପାରେ। ସବୁବେଳେ ନିଜ କର୍ମକ୍ଷେତ୍ରରେ ସକାରାତ୍ମକ ମନୋଭାବ ରଖି କାର୍ଯ୍ୟ କଲେ ସବୁ କାର୍ଯ୍ୟରେ ସଫଳତା ମିଳିପାରିବ ବୋଲି ସେ କହିଥିଲେ।

ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଇଟିଇଆର୍ ଆଡିସ୍‌ନାଲ୍ ଡିନ୍ (ଏକାଡେମିକ୍ ) ପ୍ରଫେସର ଧୀରେନ୍ଦ୍ର ନାଥ ଥାଟୋଇ ଏବଂ ଡିନ୍ (ରିସର୍ଚ୍ଚ) ପ୍ରଫେସର ଜୟନ୍ତ କୁମାର ନାଥ ଉପସ୍ଥିତ ଥିଲେ।

ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.