Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ ଓ ସୋନପୁର ଜିଲ୍ଲାର ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ
ଆଜିର ଖବର

ଭଦ୍ରକ ଓ ସୋନପୁର ଜିଲ୍ଲାର ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

October 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭଦ୍ରକ ଓ ସୋନପୁର ଜିଲ୍ଲାର ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ ଭଦ୍ରକ ଓ ସୋନପୁର ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା।

ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା। ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଂଚଳରେ ସାମ୍ପ୍ରଦାୟିକ ଅଶାନ୍ତି ଓଡିଶା ର ଛବି କୁ ମଳିନ କରିଛି।

ପ୍ରଥମେ ବାଲେଶ୍ୱର ପରେ ପରେ ଖୋର୍ଦ୍ଧା, ଧାମନଗର ଓ ଭଦ୍ରକ ରେ ସାମ୍ପ୍ରଦାୟିକ ଅଶାନ୍ତି ସରକାର ଙ୍କ କାର୍ଯ୍ୟଦକ୍ଷତା କୁ ନେଇ ପ୍ରଶ୍ନ ବାଚୀ ସୃଷ୍ଟି କରିଛି ବୋଲି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ। ଶ୍ରୀ ପଟ୍ଟନାୟକ କହିଲେ ଶାନ୍ତି ଓ ସଦଭାବ ଓଡିଶା ର ପରିଚୟ.ଏହାକୁ ବଜାୟ ରଖିବା ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ବିଜେଡି ସରକାର ସମୟ ରେ ଗରିବୀ ହ୍ରାସ ପାଇଁ ଅନେକ କାମ ହୋଇଛି. ଯାହା ଆଜି ସୁଫଳ ଦେଇଛି ଏବଂ ଏହା ୭୦% ରୁ କମି ଦଶ % ରେ ପହଂଚିଛି. ବିକାଶ ର ବିଭିନ୍ନ ସୂଚକଙ୍କରେ ଓଡିଶା ଭଲ ପ୍ରଦର୍ଶନ କରିଛି। ବିଜେଡ଼ି ସରକାର ସମୟ ର ଭଲ କାମ ବିଷୟରେ ଲୋକ ଙ୍କୁ ସଚେତନ କରିବା ସହ ପଦଯାତ୍ରା ସମୟରେ ବିଜେପି ର ମିଛ ଲୋକଙ୍କୁ ଜଣାଇବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ।

ଶ୍ରୀ ପଟନାୟକ କହିଥିଲେ ଲୋକଙ୍କ ସହିତ ସମ୍ପର୍କ କୁ ଅଧିକ ମଜବୁତ କରିବାକୁ ହେବ।ଏଥିପାଇଁ ଦଳ ର ପଦଯାତ୍ରା କାର୍ଯ୍ୟକ୍ରମ ଓ ସଭ୍ୟ ସଂଗ୍ରହ ଅଭିଯାନ ରେ ସକ୍ରିୟ ଭାବରେ ଅଂଶ ଗ୍ରହଣ କରିବାକୁ ଶ୍ରୀ ପଟ୍ଟନାୟକ ଦଳୀୟ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ।

ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ ,ବିଧାୟକ ଶ୍ରୀ ବ୍ୟୋମକେଶ ରାୟ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ସାମଲ,ପଦ୍ମନାଭ ବେହେରା ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଜଗନ୍ନାଥ ସ୍ୱାଇଁ ମଧୁ ହୋତା, ସୋନପୁରଜିଲ୍ଲା ପରିଷଦ ସଭାପତି, ପୌରପରିଷଦ ଓ ଦୁଇ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ଅଂଶଗ୍ରହଣ କରିଥିଲେ।

BJD ନବୀନ ପଟ୍ଟନାୟକ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.