Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକର ଦୁର୍ଗାପୂଜାରେ ସ୍ଵତନ୍ତ୍ର କାର୍ଯକ୍ରମ, “ଦୁର୍ଗା ଦୁର୍ଗତି ନାଶିନୀ”
ଆଜିର ଖବର

ଜୀ ସାର୍ଥକର ଦୁର୍ଗାପୂଜାରେ ସ୍ଵତନ୍ତ୍ର କାର୍ଯକ୍ରମ, “ଦୁର୍ଗା ଦୁର୍ଗତି ନାଶିନୀ”

October 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ। ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଥିବା ଜୀ ସାର୍ଥକ ସବୁବେଳେ ନିଚ୍ଛକ କାହାଣୀ ସହିତ ଲୋକଙ୍କର ଦୈନନ୍ଦୀନ ଜୀବନ ସହିତ କାହାଣୀକୁ ସଂଯୋଗ କରିଥାଏ। ଦର୍ଶକଙ୍କ ପାଖରୁ ମିଳୁଥିବା ଅଗଣିତ ଭଲପାଇବା ଫଳରେ ଜୀ ସାର୍ଥକ ଦର୍ଶକଙ୍କ ଭଲ ପାଇବାକୁ ଧ୍ୟାନରେ ରଖି ମନଛୁଆଁ ଧାରାବାହିକରେ କିଛି ନୂତନତ୍ତ୍ବ ଆଣିବାକୁ ନିଜର ପ୍ରୟାସ ଜାରି ରଖୁଥାଏ। କିଛି ସେମିତି ଦେଖାଯିବ ମନପସନ୍ଦର ବିଶେଷ କାର୍ଯକ୍ରମ ‘ଦୁର୍ଗା ଦୁର୍ଗତି ନାଶିନୀ’ ରେ ହେବ ଅନ୍ୟାୟ ସହିତ ସଂଗ୍ରାମ ଏହି ରବିବାର ସନ୍ଧ୍ୟା ୬.୩୦ ମିନିଟରେ।

ପବିତ୍ର ଦଶହରା ଅବସରରେ ଘଟିଛି ଏମିତି ଏକ ଘଟଣା ଯେଉଁଥିରେ ନଜର ଆସିବେ ମାନିନୀ, ମଧୁ, ରେଖା, ସନ୍ଧ୍ୟା, ରାଗିଣୀ ,ଲକ୍ଷ୍ମୀ ଓ ପ୍ରିୟା। ସମସ୍ତଙ୍କର ନିଜସ୍ବ ସଂଘର୍ଷ ରହିଛି କିନ୍ତୁ ସେ ସମୟକୁ ଅତିକ୍ରମ କରି ସେମାନେ ହୋଇଛନ୍ତି ଏକ୍ ଓ ସୃଷ୍ଟି ହୋଇଛି ଏକ ଅତୁଟ ବନ୍ଧନ। ଯାହା ଦଶଭୂଜା ମାଁ ଦୁର୍ଗାଙ୍କ ଭାବନାର ପ୍ରତିଛବି। ନାରୀ ଅବଳା ନୁହେଁ କି ଦୁର୍ବଳା ଆବଶ୍ୟକ ପଡିଲେ ସେ ଭୈରବୀ ରୂପ ମଧ୍ୟ ନେଇପାରେ ଓ ସମାଜକୁ ରକ୍ଷା କରିପାରେ। ସମସ୍ତେ ମିଶି ଅମରଜିତ ସିଂ ନାମକ ଚକ୍ରାନ୍ତକାରୀ ବ୍ୟକ୍ତିର ଦୁଷ୍ଟ ମାନସିକତା ଓ ମାନବ ଚାଲାଣକୁ ଜାଣି ପାରି କରିଛନ୍ତି ଏହି ଚାଲାଣର ପର୍ଦ୍ଦାଫାସ।

ତାଙ୍କର ଏହି ଯାତ୍ରା ଅନେକ ରହସ୍ୟ ଓ ଅଲୌକିକ ତତ୍ତ୍ବରେ ଭରି ରହିଛି। ନ୍ୟାୟ ପାଇଁ ସମସ୍ତେ ବ୍ୟକ୍ତିଗତ ସ୍ତରରେ ପାଲଟିଛନ୍ତି ଜଣେ ଜଣେ ଯୋଦ୍ଧା। ସେ କେବଳ ଅମରଜିତ ସାମନା କରିନାହାନ୍ତି ତା ସହିତ ସମାଜରେ ଘଟୁଥିବା ଅମାନବିକ ଘଟଣାର ମଧ୍ୟ ସାମନା କରିଛନ୍ତି। ଅମରଜିତ ସାମନା କରି ଶାରିରୀକ ଓ ମାନସିକ ସ୍ତରରେ ତାଙ୍କ ବିଜୟ ହୋଇଛି ଓ ସମାଜରେ ସନ୍ତୁଳନ ବଜାୟ ରହିଛି। ଏହି କାହାଣୀ ମାନବ ଚାଲାଣ , ଶକ୍ତିର ଦୁର୍ବ୍ୟବହାର ଓ ନାରୀର ଶକ୍ତିକୁ ସମ୍ବନ୍ଧିତ କରେ।

ଦେଖିବାକୁ ଭୁଲିବେନି ୩ ଘଂଟାର ବିଶେଷ କାର୍ଯ୍ୟକ୍ରମ ‘ଦୁର୍ଗା ଦୁର୍ଗତି ନାଶିନୀ’। ଏହି କାହାଣୀକୁ ଦେଖିବା ସହିତ ନିଜକୁ କାହାଣୀ ସହିତ ଯୋଡି ହେବାକୁ ଅନୁରୋଧ କରିଛନ୍ତି ଜୀ ସାର୍ଥକର ଚିଫ ଚ୍ୟାନେଲ ଅଫିସର ପ୍ରତୀକ ସିଲ୍। ଏହି ରବିବାର ସନ୍ଧ୍ୟା ୬.୩୦ ମିନିଟରେ କେବଳ ଜୀ ସାର୍ଥକରେ।

DurgaPuja DurgaPuja2024 ଅକ୍ଟୋବର ୬ ତାରିଖ ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.