Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସ୍ତରରେ ବ୍ୟାପକ ଭାବରେ ପାଳନ କରାଯିବ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ
ଆଜିର ଖବର

ରାଜ୍ୟ ସ୍ତରରେ ବ୍ୟାପକ ଭାବରେ ପାଳନ କରାଯିବ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ

October 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶିଷ୍ଟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀକୁ ରାଜ୍ୟ ସ୍ତରରେ ବ୍ୟାପକ ଭାବରେ ପାଳନ କରାଯିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ ଏହାକୁ ଚତୁର୍ଥ ଜନ ଜାତୀୟ ଗୌରବ ଦିବସ ଭାବେ ପାଳନ କରାଯିବ। ସୂଚନାଯୋଗ୍ୟ ଯେ କେନ୍ଦ୍ରୀୟ ସ୍ତରରେ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ୨୦୨୧ରୁ ଜନ ଜାତୀୟ ଗୌରବ ଦିବସ ଭାବେ ପାଳିତ ହୋଇ ଆସୁଅଛି।

ଏହି ନିଷ୍ପତ୍ତି ଅନୁଯାୟୀ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଚଳିତ ବର୍ଷ ନଭେମ୍ବର ୧୫ ତାରିଖରୁ ୨୦୨୫ ନଭେମ୍ବର ୧୫ ପର୍ଯ୍ୟନ୍ତ ବର୍ଷ ବ୍ୟାପୀ ପାଳନ କରାଯିବ। ଆଦିବାସୀ କଳା, ସଂସ୍କୃତି, ଐତିହ୍ୟ, ଇତିହାସର ପ୍ରଚାର ପ୍ରସାର, ଶିକ୍ଷା ଓ ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସଚେତନତା ସଂପର୍କିତ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହିତ ସେମାନଙ୍କ ଜୀବିକାର ସୁରକ୍ଷା ଓ ଆର୍ଥିକ ବିକାଶ ପାଇଁ ପଦକ୍ଷେପ ନିଆଯିବ।

ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୨୦୨୪ ନଭେମ୍ବର ୧୫ରେ ବର୍ଷ ବ୍ୟାପୀ ଏହି ସମାରୋହର ଉଦ୍‌ଘାଟନୀ ଉତ୍ସବ ରାଉରକେଲାରେ ଅନୁଷ୍ଠିତ ହେବ।

ଉଦ୍‌ଘାଟନୀ ଉତ୍ସବରେ ସପ୍ତାହ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଏଥିରେ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ଉପରେ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ ସହିତ ସଫଳ ଆଦିବାସୀ ବ୍ୟକ୍ତିତ୍ବ ମାନଙ୍କୁ ସମ୍ମାନିତ କରାଯିବ। ଏହାସହିତ ଜଙ୍ଗଲ ଅଧିକାର ଆଇନ ୱେବ୍‌ ପୋର୍ଟାଲର ଶୁଭାରମ୍ଭ କରାଯାଇ ପଟ୍ଟା ଆବଣ୍ଟନ କରାଯିବ। ଏହାସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ବର୍ଷ ବ୍ୟାପୀ ଏହି କାର୍ଯ୍ୟକ୍ରମରେ ଆଦିବାସୀ ହସ୍ତତନ୍ତ ଓ ହସ୍ତଶିଳ୍ପର ସମ୍ବଳିତ ବିଭିନ୍ନ କାର୍ଯ୍ୟକ୍ରମ, ଆଦିବାସୀ ହସ୍ତଶିଳ୍ପୀ ମାନଙ୍କ ବିଭିନ୍ନ ଉତ୍ପାଦର ପ୍ରସାର ଓ ମାର୍କେଟିଂ ପାଇଁ କାର୍ଯ୍ୟକ୍ରମ, ସିକିଲ ସେଲ୍‌ ଆନାମିଆ ରୋଗ ସଂପର୍କରେ ସଚେତନତା, ଆଦିବାସୀ କବି ଓ ଲେଖକ ମାନଙ୍କ ସମ୍ମିଳନୀ, ଜଙ୍ଗଲ ଅଧିକାର ଆଇନ ଉପରେ ୱାର୍କସପ୍‌, ଆଦିବାସୀ ମାନଙ୍କ ପାରମ୍ପରିକ ସ୍ବାସ୍ଥ୍ୟସେବା ଜ୍ଞାନର ପ୍ରଚାର ପାଇଁ ସମ୍ମିଳନୀ ଇତ୍ୟାଦିର ଆୟୋଜନ କରାଯିବ। ଏହାସହିତ ବିଭିନ୍ନ ବିଭାଗ ପକ୍ଷରୁ ଅନ୍ୟାନ୍ୟ କାର୍ଯ୍ୟକ୍ରମମାନ ମଧ୍ୟ ପ୍ରସ୍ତୁତ କରାଯିବ। ରାଜଧାନୀ ଭୁବନେଶ୍ବର ସହିତ ଜିଲ୍ଲାସ୍ତରରେ ମଧ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।

ଚଳିତ ବର୍ଷ ଭୁବନେଶ୍ବରର ଆଦିବାସୀ ମେଳାକୁ ବ୍ୟାପକ ଆକାରରେ ପାଳନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।

ବୈଠକରେ ଆଦିବାସୀ ମାନଙ୍କ କଳା, ସଂସ୍କୃତି ଓ ଶିକ୍ଷା ଉପରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସହିତ ସେମାନଙ୍କ ଆର୍ଥିକ ପ୍ରଗତି ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ବ ଆରୋପ କରିଥିଲେ। ବିଭିନ୍ନ ବିଭାଗର ସମନ୍ବୟରେ (Convergence) ସେମାନଙ୍କର ଜୀବିକାର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ତଥା ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି, ଜାତି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶିଲ କୁମାର ଲୋହାନୀ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ।

ଜନଜାତୀୟ ଗୌରବ ଦିବସ ଭଗବାନ ବିର୍ସା ମୁଣ୍ଡା ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.