Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଗସ୍ତରେ ନୂତନ ଖୋର୍ଦ୍ଧା ଏସପି ସାଗରିକା ନାଥ, ଭଗବତୀ ମନ୍ଦିରର ସୁରକ୍ଷା ବ୍ୟବସ୍ଥା କଲେ ତଦାରଖ
ଆଜିର ଖବର

ବାଣପୁର ଗସ୍ତରେ ନୂତନ ଖୋର୍ଦ୍ଧା ଏସପି ସାଗରିକା ନାଥ, ଭଗବତୀ ମନ୍ଦିରର ସୁରକ୍ଷା ବ୍ୟବସ୍ଥା କଲେ ତଦାରଖ

October 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧାର ନୂତନ ଏସପି ସାଗରିକା ନାଥ ବାଣପୁର ଥାନା ଗସ୍ତରେ ଆସି ପ୍ରଥମେ ମା’ ଭଗବତୀଙ୍କ ଦର୍ଶନ କରିଥିଲେ। ମା’ଙ୍କୁ ଦର୍ଶନ କରିବା ସହ ମନ୍ଦିରରେ ସେ ପୂଜାର୍ଚ୍ଚନା କରିଥିଲେ। ବେଢାରେ କିଛି ସମୟ ଅତିବାହିତ କରିବା ସହ ମନ୍ଦିରର ସୁରକ୍ଷା ବିଷୟରେ ଏସପି ତଦାରଖ କରିଥିଲେ।

ଶାରଦୀୟ ପୂଜା ଉପଲକ୍ଷେ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାକୁ ଥିବା ବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦେବା ସହ ଏଦିଗରେ ନିଆଯାଇଥିବା ପଦକ୍ଷେପ ବିଷୟରେ ସ୍ଥାନୀୟ ପୋଲିସ ଅଧିକାରୀଙ୍କଠାରୁ ସେ ପଚାରି ବୁଝିଥିଲେ। ଏହାପରେ ଏସପି ବାଣପୁର ଥାନାକୁ ଯାଇ ବିଭିନ୍ନ ବ୍ୟବସ୍ଥା ପରଖିଥିଲେ।

ଏହି ଅବସରରେ ଥାନାର ସମସ୍ତ ପୋଲିସ କର୍ମଚାରୀମାନେ ନୂତନ ଏସପିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରିଥିଲେ। ବାଣପୁର ଥାନାର ଆଇନ ଶୃଙ୍ଖଳା ସ୍ଥିତି ଉପରେ ଏକ ଛୋଟ ବୈଠକରେ ଏସପି ଭାଗ ନେଇଥିଲେ। ତତସହିତ ଥାନାକୁ ଆସୁଥିବା ନାଗରିକମାନଙ୍କ ଅଭିଯୋଗର ତ୍ୱରିତ ପଞ୍ଜିକରଣ, ଉତ୍ତମ ବ୍ୟବହାର, ବୟସ୍କ ଓ ମହିଳା ନାଗରିକଙ୍କୁ ତ୍ୱରିତ ସେବା ପ୍ରଦାନ କରିବା ଆଦି ବିଷୟ ଉପରେ ଅଧିକାରୀଙ୍କୁ ନୂତନ ଏସପି ପରାମର୍ଶ ଦେଇଥିଲେ।

ଏସପି ଙ୍କ ଏହି ଗସ୍ତ ବେଳେ ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଣପୁର ଆଇଆଇସି ରମେଶ କୁମାର ଦେବତା ଏବଂ ବାଲୁଗାଁ ଆଇଆଇସି ଜୟପ୍ରକାଶ ପରିଡ଼ା ଉପସ୍ଥିତ ଥିଲେ।

ବାଣପୁର ଗସ୍ତ ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.