Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହିନ ମାଝୀ
ଆଜିର ଖବର

ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହିନ ମାଝୀ

October 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ। ପୂଜା ମଣ୍ଡପ ବୁଲିବା ପାଇଁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ସକାଳେ ପୂଜା ମଣ୍ଡପ ଗୁଡ଼ିକ ପାଇଁ ଧାର୍ଯ୍ୟ ହୋଇଥିବା ସରକାରୀ ଦେୟ ଛାଡ଼ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଣା ଭୁବନେଶ୍ୱରସ୍ଥିତ ପାଟଣା ସାହି ପୂଜାମଣ୍ଡପକୁ ଯାଇଥିଲେ। ଉଲ୍ଲେଖଯୋଗ୍ୟ ଯେ ଏହି ମଣ୍ଡପରେ ଚଳିତ ବର୍ଷ ୭୫ତମ ଶାରଦୀୟ ଦୁର୍ଗାପୂଜାର ଆୟୋଜନ କରାଯାଇଛି। ଏହା ପରେ ମୁଖ୍ୟମନ୍ତ୍ରୀ ସୁନ୍ଦରପଦା, ବରମୁଣ୍ଡା, ନୟାପଲ୍ଲୀ, ସହିଦନଗର, ରସୁଲଗଡ଼, ବମିଖାଲ, ଷ୍ଟେସନ୍‌ ବଜାର ଏବଂ ଲକ୍ଷ୍ମୀସାଗର (କଟକ ରୋଡ୍‌) ପୂଜାମଣ୍ଡପ ବୁଲି ଦେଖିବା ସହ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନ କରିଥିଲେ। ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗଜ୍ଜନନୀ ମା’ଦୁର୍ଗାଙ୍କ ଆଗମନରେ ଧରଣୀ ଉତ୍ସବମୁଖର ହୋଇଉଠିଛି। ଭୁବନେଶ୍ୱରର ବିଭିନ୍ନ ମଣ୍ଡପରେ ମହାସମାରୋହରେ ତଥା ଆକର୍ଷଣୀୟ ଭାବେ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି । ଆଜି ଅଷ୍ଟମୀ ତିଥିରେ ମା’ଙ୍କ ଦର୍ଶନ କରି ମୁଁ ନିଜକୁ ଧନ୍ୟ ମନେ କରୁଛି। ମା’ଙ୍କ ନିକଟରେ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ସୁଖ, ଶାନ୍ତି, ସମୃଦ୍ଧି ସହ ରାଜ୍ୟର ବିକାଶ ପାଇଁ ପ୍ରାର୍ଥନା କରିଛି। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମା’ଦୁର୍ଗା ସମସ୍ତଙ୍କୁ ଆର୍ଶୀବାଦ ଦିଅନ୍ତୁ ବୋଲି ସେ କହିଥିଲେ। ଏହି ଅବସରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ।

ପୂଜା ମଣ୍ଡପ ବୁଲିବା ପାଇଁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ସକାଳେ ପୂଜା ମଣ୍ଡପ ଗୁଡ଼ିକ ପାଇଁ ଧାର୍ଯ୍ୟ ହୋଇଥିବା ସରକାରୀ ଦେୟ ଛାଡ଼ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଣା ଭୁବନେଶ୍ୱରସ୍ଥିତ ପାଟଣା ସାହି ପୂଜାମଣ୍ଡପକୁ ଯାଇଥିଲେ। ଉଲ୍ଲେଖଯୋଗ୍ୟ ଯେ ଏହି ମଣ୍ଡପରେ ଚଳିତ ବର୍ଷ ୭୫ତମ ଶାରଦୀୟ ଦୁର୍ଗାପୂଜାର ଆୟୋଜନ କରାଯାଇଛି।

ଏହା ପରେ ମୁଖ୍ୟମନ୍ତ୍ରୀ ସୁନ୍ଦରପଦା, ବରମୁଣ୍ଡା, ନୟାପଲ୍ଲୀ, ସହିଦନଗର, ରସୁଲଗଡ଼, ବମିଖାଲ, ଷ୍ଟେସନ୍‌ ବଜାର ଏବଂ ଲକ୍ଷ୍ମୀସାଗର (କଟକ ରୋଡ୍‌) ପୂଜାମଣ୍ଡପ ବୁଲି ଦେଖିବା ସହ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନ କରିଥିଲେ।

ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗଜ୍ଜନନୀ ମା’ଦୁର୍ଗାଙ୍କ ଆଗମନରେ ଧରଣୀ ଉତ୍ସବମୁଖର ହୋଇଉଠିଛି। ଭୁବନେଶ୍ୱରର ବିଭିନ୍ନ ମଣ୍ଡପରେ ମହାସମାରୋହରେ ତଥା ଆକର୍ଷଣୀୟ ଭାବେ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି । ଆଜି ଅଷ୍ଟମୀ ତିଥିରେ ମା’ଙ୍କ ଦର୍ଶନ କରି ମୁଁ ନିଜକୁ ଧନ୍ୟ ମନେ କରୁଛି।

ମା’ଙ୍କ ନିକଟରେ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ସୁଖ, ଶାନ୍ତି, ସମୃଦ୍ଧି ସହ ରାଜ୍ୟର ବିକାଶ ପାଇଁ ପ୍ରାର୍ଥନା କରିଛି। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମା’ଦୁର୍ଗା ସମସ୍ତଙ୍କୁ ଆର୍ଶୀବାଦ ଦିଅନ୍ତୁ ବୋଲି ସେ କହିଥିଲେ। ଏହି ଅବସରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

DurgaPuja DurgaPuja2024 ଦୁର୍ଗାପୂଜା ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Latest News

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.