Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ପଞ୍ଚାୟତ ସମିତିର ଭାଟପଡାରେ ମିଳିତ ଜନଶୁଣାଣୀ, ଯୋଗଦେଲେ ଆଇନ ମନ୍ତ୍ରୀ
ଆଜିର ଖବର

ବାଣପୁର ପଞ୍ଚାୟତ ସମିତିର ଭାଟପଡାରେ ମିଳିତ ଜନଶୁଣାଣୀ, ଯୋଗଦେଲେ ଆଇନ ମନ୍ତ୍ରୀ

October 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଣପୁର ପଞ୍ଚାୟତ ସମିତିର ଭାଟପଡାରେ ମିଳିତ ଜନଶୁଣାଣୀ, ଯୋଗଦେଲେ ଆଇନ ମନ୍ତ୍ରୀ

ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତିର ଭାଟପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୧୦୩୪ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା।

ସେଥିମଧ୍ୟରୁ ୧୦୦୦ ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୨୪ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୮ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା l ଅନୁରୂପ ଭାବେ ଜଣେ ହିତାଧିକାରୀଙ୍କୁ ୨୦,୦୦୦/-ଟଙ୍କା ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଅନ୍ୟ ଜଣେ ହିତାଧିକାରୀ ଙ୍କୁ ୫୦୦୦/-ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ ରଖାଯାଇଛି ।

ଜନ ସଚେତନତା ପାଇଁ ବିଭିନ୍ନ ବିଭାଗ ତରଫରୁ ଯଥା- ସାମାଜିକ ସୁରକ୍ଷା ବିଭାଗ, ଗ୍ରାମିଣ ଆବାସ ବିଭାଗ, ମାଗଣା ସ୍ୱାସ୍ଥ୍ୟ ଶିବିର, ଆୟୁଷ୍ମାନ ଆରୋଗ୍ୟ ଶିବିର, ସମନ୍ଵିତ ଶିଶୁ ବିକାଶ ଯୋଜନା ପ୍ରଭୃତି ବିଭିନ୍ନ ଷ୍ଟଲ ର ପ୍ରଦର୍ଶନ କରାଯାଇଥିଲା । ଆଜିର ମିଳିତ ଜନଶୁଣାଣି ଶିବିରରେ ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୂଖ୍ୟ ଅତିଥି ଥିବାବେଳେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିଲେ।

ଉକ୍ତ ଶିବିରରେ ଏସପି ସାଗରିକା ନାଥ, ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ ) ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କସ୍ତୁରୀ ବାଳା ଜେନା, ସିଡ଼ିଏମ୍ଓ ଡଃ ରାଜ୍ୟଶ୍ରୀ ପଟ୍ଟନାୟକ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଅବକାରୀ ଅଧିକ୍ଷକା ସୁମତି ତ୍ରିପାଠୀ, ବାଣପୁର ବିଡିଓ ଶୀତଲ ଅଗ୍ରୱାଲ ,ତହସିଲଦାର ଟି ପଦ୍ମନାଭ ଦୋରା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ ହରିଚନ୍ଦନ ବିଭିନ୍ନ ଷ୍ଟଲ ପରିଦର୍ଶନ କରି ଲୋକମାନଙ୍କ ସମସ୍ୟା ପଚାରି ବୁଝିଥିଲେ।

ପୃଥୀରାଜ ହରିଚନ୍ଦନ ବାଣପୁର ବାଣପୁର ପଞ୍ଚାୟତ ସମିତି ଭାଟପଡ଼ା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.