Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ବିଜେପିର ଆରମ୍ଭ ହେବ ସକ୍ରିୟ ସଭ୍ୟ ସଂଗ୍ରହ ଅଭିଯାନ
ଆଜିର ଖବର

ଆସନ୍ତାକାଲିଠାରୁ ବିଜେପିର ଆରମ୍ଭ ହେବ ସକ୍ରିୟ ସଭ୍ୟ ସଂଗ୍ରହ ଅଭିଯାନ

October 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠାରୁ ବିଜେପିର ଆରମ୍ଭ ହେବ ସକ୍ରିୟ ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟ ବିଜେପି ଆରମ୍ଭ କରିବ ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ। ପ୍ରଥମେ ପ୍ରାଥମିକ ସଦସ୍ୟ ହେବା ପରେ କାର୍ଯ୍ୟକର୍ତାମାନେ ସକ୍ରିୟ ସଦସ୍ୟ ହୁଅନ୍ତି। ସେଥିପାଇଁ ୧୬ ଦିନ ଧରି ଏହି ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ ଚାଲିବ।ଏହାପରେ ଦଳ ବୁଥ୍‌ରୁ ଆରମ୍ଭ କରି ମଣ୍ଡଳ, ଜିଲ୍ଲା, ରାଜ୍ୟ ଏବଂ ରାଷ୍ଟ୍ରୀୟ ସ୍ତରୀୟ କମିଟି ନିର୍ବାଚନ କରିବ।

ଚଳିତ ଥର ସଦସ୍ୟତା ଅଭିଯାନ-୨୦୨୪ ଗତ ସେପ୍ଟେମ୍ବର ୨ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଚାଲୁରହିଛି। ୧୬ ତାରିଖରୁ ଅକ୍ଟୋବର ୩୧ତାରିଖ ପର୍ଯ୍ୟନ୍ତ ସକ୍ରିୟ ସଦସ୍ୟ ଗ୍ରହଣର ପ୍ରକ୍ରିୟା ଚାଲୁ ରହିବ। ଏହି ସମୟରେ ପ୍ରାଥମିକ ସଦସ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଜାରି ରହିବ।

ବିଜେପିର ପ୍ରାଥମିକ ସଦସ୍ୟ ସଂଗ୍ରହ ପାଇଁ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ୍‌ରେ ବ୍ୟବସ୍ଥା କରାଯାଇଛି। ଅନ୍‌ଲାଇନ୍‌ରେ ଫୋନ ନଂ.୮୮୦୦୦୦୨୦୨୪ରେ ମିସ୍ କଲ୍ ମାଧ୍ୟମରେ ସଦସ୍ୟ ସଂଗ୍ରହ କରାଯାଉଥିବାବେଳେ ଅଫ୍‌ଲାଇନ୍ ମାଧ୍ୟମରେ ସଦସ୍ୟତା ସଂଗ୍ରହ ଅଭିଯାନ ପାଇଁ ପ୍ରତ୍ୟେକ ବୁଥ୍‌କୁ ଆବଶ୍ୟକ ପରିମାଣର ସଦସ୍ୟ ପୁସ୍ତିକା ଦିଆଯାଇଛି।

ଏସବୁ ପୁସ୍ତିକା ବୁଥ୍‌ଗୁଡ଼ିକରୁ ଫେରି ନ ଥିବାରୁ ମୋଟ ସଦସ୍ୟ ସଂଖ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ । ବିଜେପି ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟରେ ଉତ୍ସାହିତ ହୋଇ ଅଧିକରୁ ଅଧିକ ଜନସାଧାରଣ ଦଳରେ ସାମିଲ ହେଉଛନ୍ତି। ବିଜେପିକୁ ଭଲ ପାଉଥିôବା ସମସ୍ତ ଇଚ୍ଛୁକ ବ୍ୟକ୍ତିବିଶେଷଙ୍କୁ ଦଳରେ ସାମିଲ କରିବା ପାଇଁ ପ୍ରାଥମିକ ସଦସ୍ୟ ଅଭିଯାନ ସଂଗ୍ରହ କାର୍ଯ୍ୟକ୍ରମ ଜାରି ରହିବ ବୋଲି ଏକ ପ୍ରେସ୍ ବାର୍ତାରେ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ କହିଛନ୍ତି ।

ଶ୍ରୀ ମଲ୍ଲିକ କହିଛନ୍ତି ଯେ, ଆସନ୍ତା ୨୧ ତାରିଖରେ ଦଳର କେନ୍ଦ୍ରୀୟ କମିଟି ଆଗାମୀ ଦିନର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ନିର୍ଦ୍ଧାରଣ କରିବ। କେନ୍ଦ୍ରୀୟ କମିଟି ପକ୍ଷରୁ ନିର୍ଦ୍ଧାରିତ ହେଲା ପରେ ଦଳରେ କେବେ ଓ କେଉଁଭଳି ଭାବେ ସାଙ୍ଗଠନିକ ନିର୍ବାଚନ ହେବ ସେସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ।

ବିଜେପି ସଭ୍ୟ ସଂଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026
Latest News

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.