Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଗମ୍ଭାରୀମୁଣ୍ଡା ଅଞ୍ଚଳର ଦୁଇ ଯୁବକଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ, ସାରା ଅଞ୍ଚଳରେ ଶୋକର ଛାୟା
ଆଜିର ଖବର

ବାଣପୁର ଗମ୍ଭାରୀମୁଣ୍ଡା ଅଞ୍ଚଳର ଦୁଇ ଯୁବକଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ, ସାରା ଅଞ୍ଚଳରେ ଶୋକର ଛାୟା

October 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଦୁଇ ଯୁବ ବାଇକ ଆରୋହୀଙ୍କ ମୃତ୍ୟୁ

ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ପଞ୍ଚୁଗାଁ ଗ୍ରାମର ଦୁଇ ଜଣ ଯୁବକଙ୍କ ବାଇକ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି। ଯୁବକ ଦ୍ବୟ ହେଲେ ଉକ୍ତ ଗ୍ରାମର ସୌମ୍ୟରଞ୍ଜନ ପ୍ରଧାନ, ୨୨ ବର୍ଷ ଏବଂ ରାଜେଶ ମହାପାତ୍ର, ୧୬  ବର୍ଷ।

ସୂଚନା ମୁତାବକ ଉକ୍ତ ଦୁଇ ଯୁବକ ଗତକାଲି ଏକ ବାଇକରେ ପୁରୀ ଜିଲ୍ଲା କାକଟପୁର ଅଞ୍ଚଳକୁ କୌଣସି କାର୍ଯ୍ୟରେ ଯାଇଥିଲେ। ତେବେ କାର୍ଯ୍ୟ ସାରି ଅପରାହ୍ନରେ ଘରକୁ ଫେରୁଥିବାବେଳେ ଗୋପ ଥାନା ଯୋଗେଶ୍ବରପୁର ଆଳୁଦଣ୍ଡାପାଟଣା ମଧ୍ୟରେ ଥିବା ଅଣ୍ଡର କଲଭର୍ଟ ଠାରେ ଏକ କାର ସହ ମୁହାଁମୁହିଁ ବାଇକଟି ଧକ୍କା ହୋଇଥିଲା।

ଯାହା ଫଳରେ ବାଇକରେ ଥିବା ଉଭୟ ସୌମ୍ୟ ଏବଂ ରାଜେଶ କିଛି ଦୂରରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକମାନେ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ। କିନ୍ତୁ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ନୟାହାଟ ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟ ବାଇକ ଓ କାରକୁ ଜବତ କରିବା ସହ କାର ଚାଳକ ଗଞ୍ଜାମ ଜିଲ୍ଲାର ଭବାନୀ ଶଙ୍କର ପାତ୍ରଙ୍କୁ ଗିରଫ କରିଛି। ମୃତକ ଦ୍ଵୟଙ୍କ ଶବ ବ୍ୟବଛେଦ ପାଇଁ ପଠାଯାଇଥିବା ବେଳେ ଗୋପ ଥାନାରେ କେସ ନମ୍ବର ୨୯୪/୨୪ ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଥିବା ନୟାହାଟ ଫାଣ୍ଡି ଅଧିକାରୀ ଅଶୋକ ବେହେରା ସୂଚନା ଦେଇଛନ୍ତି। ତେବେ ଉକ୍ତ ଖବର ପ୍ରକାଶ ହେବା ପରେ ବାଣପୁର ପଞ୍ଚୁଗାଁରେ ଶୋକର ଛାୟା ଖେଳିଯାଇଛି।

ଦୁର୍ଘଟଣା ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.