Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅତ୍ୟାଧୁନିକ କୃଷି ନିମନ୍ତେ ସୋଆ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସ ମଧ୍ୟରେ ବୁଝାମଣା
ଆଜିର ଖବର

ଅତ୍ୟାଧୁନିକ କୃଷି ନିମନ୍ତେ ସୋଆ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସ ମଧ୍ୟରେ ବୁଝାମଣା

October 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍‌ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି।

ମଞ୍ଜି ବୁଣିବା ଠାରୁ ଆରମ୍ଭ କରି ଫସଲ ଅମଳ, ଫସଲର ପ୍ରକୃତ ସ୍ଥିତିର ତଦାରଖ ସହ ଜଳ ଓ ପୋଷଣର ନିଅଂଟ, ତଥା ରୋଗ ନିୟନ୍ତ୍ରଣ ସହ ଫସଲକୁ କୀଟ ଆକ୍ରମଣରୁ ରକ୍ଷା କରି ଉନ୍ନତମାନର ଫସଲ ଅମଳ କରିବାର ଜ୍ଞାନ ପ୍ରଦାନ କରିବା ହେଉଛି ଦୁଇ ଅନୁଷ୍ଠାନ ମଧ୍ୟରେ ଏହି ସହଭାଗିତାର ପ୍ରମୁଖ ଲକ୍ଷ୍ୟ।

ଏହି ଲକ୍ଷ୍ୟ ପୂରଣ ନିମନ୍ତେ ଦୁଇ ଅନୁଷ୍ଠାନ ମଧ୍ୟରେ ମିଳିତ ଭାବେ ଗବେଷଣା ଏବଂ କର୍ମଶାଳା ଇତ୍ୟାଦି କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାସ୍କରନ୍ ରଙ୍ଗରାଜନଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା।

ବୁଝାମଣା ଅନୁଯାୟୀ ହାଇଡେନ୍‌ମେଟ ସଲ୍ୟୁସନ୍‌ସ ସୋଆରେ ଏକ ସ୍ୱୟଂଚାଳିତ ପାଣିପାଗ କେନ୍ଦ୍ର ସ୍ଥାପନ କରିବା ସହ ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଅନୁଯାୟୀର ଫସଲ କିମ୍ବା ମୃତିକା ଇନ୍‌ଟରନେଟ ଅଫ୍ ଥିଙ୍ଗ୍‌ସ (ଆଇଓଟି) ସେନ୍ସର୍ ମଧ୍ୟ ସ୍ଥାପନ କରିବ। ଏହିସବୁକୁ ହାଇଡେନ୍‌ମେଟ ସଲ୍ୟୁସନ୍ସର ସ୍ମାର୍ଟ ଟେକ୍ନୋଲୋଜି –ବେସ୍‌ଡ ଏଗ୍ରିକଲ୍‌ଚର ଏନାବ୍ଲର୍ (ଷ୍ଟେଜ୍‌) ପ୍ଲାଟଫର୍ମ ତଦାରଖ କରିବ।

ଆବଶ୍ୟକତା ଅନୁଯାୟୀ ହାଇଡେନ୍‌ମେଟ ବୈଷୟିକ ମାନବ ସମ୍ବଳ ଏବଂ ଅନ୍ୟ ସୁବିଧା ମଧ୍ୟ ଯୋଗାଇବ। ଏତଦ୍ ବ୍ୟତୀତ ସୋଆର ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ହାଇଡେନ୍‌ମେଟ ସଲ୍ୟୁସନ୍ସର ଉତ୍ପାଦନ କେନ୍ଦ୍ରଗୁଡ଼ିକୁ ପରିଦର୍ଶନ କରିବା ସହ ପ୍ରଶିକ୍ଷଣ ପାଇପାରିବେ। ଉଭୟ ଅନୁଷ୍ଠାନ ଫାର୍ମର ପ୍ରଡ୍ୟୁସର ଅର୍ଗାନାଇଜେସନ୍ (ଏଫପିଓ) ଗୁଡ଼ିକ ସହ ମିଳିତ ଭାବେ ରାଜ୍ୟର କୃଷକ ସମାଜର ଉନ୍ନତି ନିମନ୍ତେ କାର୍ଯ୍ୟ କରିବେ।

ଏହି ବୁଝାମଣା ସ୍ୱାକ୍ଷରିତ କରିବା କ୍ଷେତ୍ରରେ ହାଇଡେନ୍‌ମେଟ ସଲ୍ୟୁସନ୍ସର ସହପ୍ରତିଷ୍ଠାତା ତଥା ମୁଖ୍ୟ ବ୍ୟବସାୟିକ ଅଧିକାରୀ ଗିରିଜା ପଟେଲ୍‌ଙ୍କର ପ୍ରମୁଖ ଭୂମିକା ରହିଥିଲା।

ଏହି ଅବସରରେ ହାଇଡେନ୍‌ମେଟ ସଲ୍ୟୁସନ୍ସର ମୁଖ୍ୟ ପରିଚାଳନା ଅଧିକାରୀ ଜୀବନ ସଂଗ୍ରାମ ଦାସ, ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ସୋଆ ସେଂଟର ଫର କ୍ଲାଇମେଟ ସ୍ମାର୍ଟ ଏଗ୍ରିକଲ୍‌ଚରର ନିର୍ଦ୍ଦେଶକ ପ୍ରଫେସର ଆର୍‌.କେ. ପଣ୍ଡା ଓ ସୋଆର ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ।

ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026
Latest News

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.