Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଙ୍ଗା ନଦୀ ଉପରେ ଏକ ନୂତନ ରେଳ ତଥା ସଡ଼କ ପୋଲ ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ
ଆଜିର ଖବର

ଗଙ୍ଗା ନଦୀ ଉପରେ ଏକ ନୂତନ ରେଳ ତଥା ସଡ଼କ ପୋଲ ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ

October 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ରେଳ ମନ୍ତ୍ରଣାଳୟର ମୋଟ ଆନୁମାନିକ ୨୬୪୨ କୋଟି ଟଙ୍କା ମୂଲ୍ୟର ଏକ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ପ୍ରସ୍ତାବିତ ମଲ୍ଟି-ଟ୍ରାକିଂ ପ୍ରକଳ୍ପ ପରିଚାଳନାକୁ ସହଜ କରିବ ଏବଂ ଭିଡ଼ ହ୍ରାସ କରିବ ଏବଂ ଭାରତୀୟ ରେଳପଥର ବ୍ୟସ୍ତବହୁଳ ସେକ୍ସନ ଗୁଡ଼ିକରେ ଅତ୍ୟନ୍ତ ଆବଶ୍ୟକ ଭିତ୍ତିଭୂମି ବିକାଶ ପ୍ରଦାନ କରିବ। ଏହି ପ୍ରକଳ୍ପ ଉତ୍ତରପ୍ରଦେଶର ବାରଣାସୀ ଏବଂ ଚାନ୍ଦୌଲି ଜିଲ୍ଲା ଦେଇ ଗତି କରିବ।

ବାରାଣସୀ ରେଳ ଷ୍ଟେସନ, ଭାରତୀୟ ରେଳବାଇର ଏକ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ର, ପ୍ରମୁଖ ଜୋନଗୁଡିକୁ ସଂଯୋଗ କରେ ଏବଂ ତୀର୍ଥଯାତ୍ରୀ, ପର୍ଯ୍ୟଟକ ଏବଂ ସ୍ଥାନୀୟ ଲୋକଙ୍କ ପାଇଁ ଏକ ପ୍ରବେଶ ପଥ ଭାବରେ କାର୍ଯ୍ୟ କରେ। ବାରଣାସୀ-ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ (ଡିଡିୟୁ) ଜଙ୍କସନ୍ ରୁଟ୍ ଉଭୟ ଯାତ୍ରୀ ଓ ମାଲ ପରିବହନ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ କୋଇଲା, ସିମେଣ୍ଟ ଏବଂ ଖାଦ୍ୟଶସ୍ୟ ପରି ସାମଗ୍ରୀ ପରିବହନ ସହିତ ପର୍ଯ୍ୟଟନ ଏବଂ ଶିଳ୍ପ ଚାହିଦା ପୂରଣ କରିବାରେ ଏହାର ଭୂମିକା ହେତୁ ପ୍ରବଳ ଭିଡ଼ର ସମ୍ମୁଖୀନ ହେଉଛି। ଏହି ସମସ୍ୟାର ସମାଧାନ ପାଇଁ ଗଙ୍ଗା ନଦୀ ଉପରେ ଏକ ନୂତନ ରେଳ-ତଥା-ସଡକ ପୋଲ ଏବଂ ତୃତୀୟ ଓ ଚତୁର୍ଥ ରେଳଲାଇନ୍‍ ସମେତ ଭିତ୍ତିଭୂମିର ଉନ୍ନତିକରଣ ର ଆବଶ୍ୟକତା ରହିଛି। ଏହି ବୃଦ୍ଧିର ଲକ୍ଷ୍ୟ ହେଉଛି କ୍ଷମତା, ଦକ୍ଷତା ବୃଦ୍ଧି ଏବଂ ଅଞ୍ଚଳର ସାମାଜିକ-ଅର୍ଥନୈତିକ ଅଭିବୃଦ୍ଧିକୁ ସମର୍ଥନ କରିବା। ଏହି ରାସ୍ତାରେ ଭିଡ଼ରୁ ଆଶ୍ୱସ୍ତି ବ୍ୟତୀତ, ପ୍ରସ୍ତାବିତ ରାସ୍ତାରେ 27.83 ଏମଟିପିଏ ମାଲ ପରିବହନ ଆଶା କରାଯାଉଛି।

ଏହି ପ୍ରକଳ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ନୂତନ ଭାରତର ପରିକଳ୍ପନା ଅନୁଯାୟୀ ହୋଇଛି ଯାହା ଏହି ଅଞ୍ଚଳର ଲୋକମାନଙ୍କୁ ଏହି ଅଞ୍ଚଳର ବ୍ୟାପକ ବିକାଶ ମାଧ୍ୟମରେ “ଆତ୍ମନିର୍ଭରଶୀଳ” କରିବ ଯାହା ସେମାନଙ୍କ ନିଯୁକ୍ତି / ସ୍ୱରୋଜଗାର ସୁଯୋଗ ବୃଦ୍ଧି କରିବ।

ଏହି ପ୍ରକଳ୍ପ ମଲ୍ଟି-ମୋଡାଲ୍ ସଂଯୋଗ ପାଇଁ ପିଏମ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନର ଫଳାଫଳ ଯାହା ସମନ୍ୱିତ ଯୋଜନା ମାଧ୍ୟମରେ ସମ୍ଭବ ହୋଇଛି ଏବଂ ଯାତ୍ରୀ, ସାମଗ୍ରୀ ଏବଂ ସେବାଗୁଡିକର ପରିବହନ ପାଇଁ ନିରବଚ୍ଛିନ୍ନ ସଂଯୋଗ ପ୍ରଦାନ କରିବ।

ଉତ୍ତର ପ୍ରଦେଶର ୨ଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରୁଥିବା ଏହି ପ୍ରକଳ୍ପ ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କକୁ ପ୍ରାୟ ୩୦ କିଲୋମିଟର ବୃଦ୍ଧି କରିବ।

ରେଳବାଇ ପରିବେଶ ଅନୁକୂଳ ଏବଂ ଶକ୍ତି ଦକ୍ଷ ପରିବହନ ମାଧ୍ୟମ ହୋଇଥିବାରୁ ଉଭୟ ଜଳବାୟୁ ଲକ୍ଷ୍ୟ ହାସଲ ଏବଂ ଦେଶର ଲଜିଷ୍ଟିକ୍ ଖର୍ଚ୍ଚକୁ ହ୍ରାସ କରିବା ରେ ସହାୟକ ହେବ ଏବଂ ୬ କୋଟି ବୃକ୍ଷରୋପଣ ସହିତ ସମାନ କାର୍ବନ CO2 ନିର୍ଗମନ (୧୪୯ କୋଟି କିଲୋଗ୍ରାମ) ହ୍ରାସ କରିବାରେ ସହାୟକ ହେବ।

କ୍ୟାବିନେଟ୍ ଅନୁମୋଦନ ଗଙ୍ଗା ନଦୀ ତୈଳ ଆମଦାନୀ ହ୍ରାସ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.