Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ: ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେଲେ ସାମିଲ
ଆଜିର ଖବର

ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ: ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେଲେ ସାମିଲ

October 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଯୋଗେଶ ବାହାଦୁର ଖୁରାନିଆ ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇଥିଲେ। ଉଭୟ ଜିଲ୍ଲାରେ ଆଇନ ଓ ଶୃଙ୍ଖଳା ପରିସ୍ଥିତି, ମାଓବାଦୀ ସମସ୍ୟା, ଗଞ୍ଜେଇ ଚାଷ ଓ ଚୋରାଚାଲାଣ, ଜିଲ୍ଲାରେ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି, ଅତୀତରେ ପୋଲିସ ବିଭାଗର ସଫଳତା ଏବଂ ଆଗାମୀ ଦିନରେ ଅପରାଧୀ ତଥା ମାଓବାଦୀଙ୍କ  ବିରୋଧରେ ସ୍ଵତନ୍ତ୍ର ରଣନୀତି ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି।

ଆଜି ପୂର୍ବାହ୍ନରେ ବୌଦ୍ଧ ଜିଲ୍ଲା ପୋଲିସ ମୁଖ୍ୟାଳୟ ପରିସରରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଅପରାଧ ସ୍ଥିତି ଏବଂ ନିୟନ୍ତ୍ରଣ ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜିଲ୍ଲାର ଥାନାଧିକାରୀଙ୍କଠାରୁ  ଆରମ୍ଭ କରି ଏସଡିପିଓ, ଅତିରିକ୍ତ ଏସପି ଏବଂ ମୁଖ୍ୟାଳୟ ପରିସରରେ ଥିବା ବିଭିନ୍ନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।  ଡିଜିପି ସମସ୍ତ ବିଭାଗର ସମୀକ୍ଷା କରିବା ସହ ଜିଲ୍ଲାକୁ ନକ୍ସଲ ମୁକ୍ତ ତଥା ଗଞ୍ଜେଇ ମୁକ୍ତ କରିବାକୁ ସମସ୍ତ ଅଧିକାରୀଙ୍କୁ ଆହ୍ଵାନ ଦେଇଥିଲେ। ଅତୀତରେ ମାଓବାଦୀ ମୁକାବିଲା କ୍ଷେତ୍ରରେ ଜିଲ୍ଲା ପୋଲିସ ସକ୍ରିୟ ଭୁମିକା ଗ୍ରହଣ କରିଥିଲା। ଆଗାମୀ ଦିନରେ ଏହାକୁ ଆହୁରି ଅଧିକ ତ୍ୱରାନ୍ୱିତ କରାଯିବ ବୋଲି ଡିଜିପି ମତବ୍ୟକ୍ତ କରିଥିଲେ।

ଏତଦବ୍ୟତୀତ ଜିଲ୍ଲାରେ ନକ୍ସଲ ସମସ୍ୟାକୁ ପ୍ରତିହତ କରିବାକୁ ସ୍ଵତନ୍ତ୍ର ରଣନୀତି ପ୍ରସ୍ତୁତ କରିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଜିଲ୍ଲାରେ ଗଞ୍ଜେଇ ଚାଷ ହେଉଥିବା ଅଞ୍ଚଳକୁ ଚିହ୍ନଟ କରି ସମ୍ପୃକ୍ତ ଅଞ୍ଚଳକୁ ସଂପୂର୍ଣ୍ଣ ନଷ୍ଟ କରିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ। ଏହି ଅବସରରେ ଜିଲ୍ଲାରେ ଗଞ୍ଜେଇ ଚୋରା ଚାଲାଣ ଉପରେ ରୋକ ଲଗାଇବାକୁ ସ୍ଵତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ସେ ଏସଓଜି ଟିମ ଲିଡର, ଡିଭିଏଫ ଯବାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଗତକାଲି ଡିଜିପି ଶ୍ରୀ ଖୁରାନିଆ ଘଣ୍ଟପଡା ଥାନା ପରିଦର୍ଶନରେ ଯାଇଥିଲେ । ସେଠାରେ ଅବସ୍ଥାପିତ ଥିବା ବିଏସଏଫ ଯବାନ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଡିଜିପି ଶ୍ରୀ ଖୁରାନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇଥିଲେ। ସେଠାରେ ବରଖମାସ୍ଥିତ ବିଏସଫ କ୍ୟାମ୍ପ ଏବଂ ସିନ୍ଧିପୋଙ୍କେଲସ୍ଥିତ ସିଆରପିଏଫ କ୍ୟାମ୍ପକୁ ପରିଦର୍ଶନ କରିବା ସହ ପରବର୍ତ୍ତୀ ସମୟରେ ଜିଲ୍ଲା ମୁଖ୍ୟାଳୟରେ ଏକ ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ।

ଡିଜିପିଙ୍କ ଏହି ଗସ୍ତ ସମୟରେ ଆଇଜି (ଅପରେସନ) ଜୟନାରାୟଣ ପଙ୍କଜ, ଡିଆଇଜି (ଦକ୍ଷିଣାଞ୍ଚଳ) ଡଃ ସାର୍ଥକ ଷଡଙ୍ଗୀ, ଡିଆଇଜି (ଏସଆଇଡବ୍ଲୁ) ଡଃ କନୱାର ବିଶାଲ ସିଂ, ଏସପି କଳାହାଣ୍ଡି ଅବିଲାଶ ଜି., ଏସପି (ବୌଦ୍ଧ) ନାଗରାଜ ଦେବରକୋଣ୍ଡା, ଏସପି (କନ୍ଧମାଳ) ହରିଶ ବି. ସି. ପ୍ରମୁଖ ଉପସ୍ଥିତ ଥିଲେ।

କନ୍ଧମାଳ ବୌଦ୍ଧ ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.