Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂତନ ଶ୍ରେଣୀଭୁକ୍ତ ଶାସ୍ତ୍ରୀୟ ଭାଷାର ଭାଷାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ନୂତନ ଶ୍ରେଣୀଭୁକ୍ତ ଶାସ୍ତ୍ରୀୟ ଭାଷାର ଭାଷାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

October 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଏହି ସବୁ ଭାଷାର ଭାଷାବିତମାନଙ୍କୁ ଭେଟି ସାକ୍ଷାତ୍ ଆଲୋଚନା କରିଛନ୍ତି।

ଏହି ଭାରତୀୟ ଭାଷା ଗୁଡ଼ିକୁ ଶାସ୍ତ୍ରୀୟ ଭାଷା ତାଲିକାରେ ଅନ୍ତର୍ଭୁକ୍ତ କରିଥିବାରୁ ଭାଷାବିତମାନେ ଖୁସି ବ୍ୟକ୍ତ କରିବା ସହ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ସବୁ ଭାଷାକୁ ପ୍ରୋତ୍ସାହିତ ଓ ସୁସମୃଦ୍ଧ କରିବା ଦିଗରେ ସମସ୍ତେ ନିଜର ସମର୍ଥନ ଜଣାଇଛନ୍ତି। ଏ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆମ ଭାଷା ଗୁଡିକ ହେଉଛି ‘ଭାରତୀୟତା’ର ପ୍ରାଣ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ସବୁ ଭାରତୀୟ ଭାଷା ବା ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରୁଛନ୍ତି । ଜାତୀୟ ଶିକ୍ଷା ନୀତିର କଳ୍ପନା ଅନୁସାରେ ଆମର ଭାଷାଗତ ଐତିହ୍ୟକୁ ସମ୍ମାନ ଜଣାଇବା ସହ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ କରୁଛନ୍ତି। ମାତୃଭାଷା ଶିକ୍ଷାକୁ ସୁଗମ କରିବା, ସମସ୍ତ ଭାରତୀୟ ଭାଷା ଉପରେ ସମାନ ଗୁରୁତ୍ୱ ଦେବା ସହିତ ବହୁଭାଷାଭିତ୍ତିକ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଉଲ୍ଲେଖନୀୟ ଯେ, ଭାରତ ସରକାର ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମlଲlୟାଲମ୍‌ ଓ ଓଡ଼ିଆ ଭାଷାଗୁଡିକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇସାରିଛନ୍ତି। ଶାସ୍ତ୍ରୀୟ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସଂସ୍କୃତ ଭାଷାର ପ୍ରଚାର ପାଇଁ ସଂସଦର ଏକ ଅଧିନିୟମ ମାଧ୍ୟମରେ ୨୦୨୦ରେ ତିନୋଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ପ୍ରାଚୀନ ତାମିଲ ଗ୍ରନ୍ଥଗୁଡିକର ଅନୁବାଦକୁ ସୁଗମ କରିବା ଅନୁସନ୍ଧାନକୁ ପ୍ରୋତ୍ସାହିତ କରିବା ଏବଂ ତାମିଲର ଭାଷା ଛାତ୍ରମାନଙ୍କ ପାଇଁ ପାଠ୍ୟକ୍ରମ ପ୍ରଦାନ କରିବାକୁ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନ ପ୍ରତିଷ୍ଠା କରାଯାଇଥିଲା।

ଶାସ୍ତ୍ରୀୟ ଭାଷାର ଅଧ୍ୟୟନ ଏବଂ ସଂରକ୍ଷଣକୁ ଆହୁରି ବଢ଼ାଇବା ପାଇଁ ମହୀଶୁରରେ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ଲାଙ୍ଗୁଏଜ୍ ଅଧିନରେ ଶାସ୍ତ୍ରୀୟ କନ୍ନଡ, ତେଲୁଗୁ, ମାଲାୟାଲମ୍ ଏବଂ ଓଡିଆରେ ଅଧ୍ୟୟନ ପାଇଁ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏହି ପଦକ୍ଷେପଗୁଡିକ ସହିତ, ଶାସ୍ତ୍ରୀୟ ଭାଷା କ୍ଷେତ୍ରରେ ଉପଲବ୍ଧତାକୁ ମାନ୍ୟତା ଦେବା ସହ ପ୍ରୋତ୍ସାହିତ  କରିବା ପାଇଁ ଅନେକ ଜାତୀୟ ଏବଂ ଅର୍ନ୍ତଜାତୀୟ ପୁରସ୍କାର ମଧ୍ୟ ଆରମ୍ଭ କରାଯାଇଛି।

dharmendra pradhan ଆସାମୀ ପାଲି ପ୍ରାକୃତ ମରାଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.