Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଙ୍ଗାପୁରରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଆଜିର ଖବର

ସିଙ୍ଗାପୁରରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

October 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷା କ୍ଷେତ୍ରରେ ସମ୍ପର୍କକୁ ମଜଭୂତ୍ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତର ପ୍ରଥମ ଦିନରେ ସିଙ୍ଗାପୁରରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି।

ପ୍ରବାସୀ ଭାରତୀୟ ମାନଙ୍କ ଆତିଥେୟତାକୁ ପ୍ରଶଂସା କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ବିଦେଶରେ ଭାରତୀୟଙ୍କ ଗହଣରେ ରହିବା ଏବଂ ସେମାନଙ୍କ ସହ ଭୋଜନରେ ସାମିଲ ହେବା ମୋ ପାଇଁ ଖୁସିର ବିଷୟ। ସିଙ୍ଗାପୁର- ଭାରତ ଭାଗିଦାରୀକୁ ଅଧିକ ମଜଭୂତ୍ କରିବାରେ ଆମର ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ସେମାନେ ବାହାରେ ରହି ମଧ୍ୟ ଭାରତର ସଂସ୍କୃତିକୁ ପାଳନ କରୁଛନ୍ତି । ସିଙ୍ଗାପୁରର ପ୍ରଗତିରେ ତାଙ୍କର ଯୋଗଦାନ ଅନେକ ରହିଛି। ବର୍ତ୍ତମାନ ସମୟରେ ପୁଞ୍ଜିନିବେଶ ଏବଂ ସୁଯୋଗ ପାଇଁ ଭାରତ ହେଉଛି ବିଶ୍ୱର ସବୁଠୁ ଆକର୍ଷଣୀୟ ସ୍ଥାନ । ପ୍ରବାସୀମାନେ ଭାରତରେ ଥିବା ନିଜର ଆତ୍ମୀୟ ଏବଂ ସଂସ୍କୃତି ସହିତ ସବୁବେଳେ ଯୋଡ଼ି ହୋଇ ରହିବା ସହ ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଭାରତ ଓ ସିଙ୍ଗାପୁରକୁ ଗର୍ବିତ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

ସିଙ୍ଗାପୁରରେ ପ୍ରବାସୀଙ୍କ ସହ ଆଲୋଚନା କାଳରେ ଭାରତର ଯୁବକମାନଙ୍କୁ ଦକ୍ଷ କରିବାରେ ଜାତୀୟ ଶିକ୍ଷା ନୀତି – ୨୦୨୦ର ଭୂମିକା ଏବଂ ଭାରତରେ ଶିକ୍ଷାର ବ୍ୟାପକତା ଉପରେ ଆଲୋକପାତ କରିଥିଲେ ଶିକ୍ଷା ମନ୍ତ୍ରୀ । ଭାରତ ୫ ଟ୍ରିଲିୟନ ଆମେରିକୀୟ ଡଲାର ଅର୍ଥନୀତିର ଲକ୍ଷ୍ୟ ନେଇ କାମ କରିବା ତଥା ଏହା ଦ୍ୱାରା ହେବାକୁ ଥିବା ବିକାଶ ଉପରେ ଚର୍ଚ୍ଚା କରିଥିଲେ । ସେହିପରି ୨୦୭୦ ସୁଦ୍ଧା ନେଟ୍ ଜିରୋ ଆଡକୁ ଅଗ୍ରସର ହେବା ଏବଂ ବିଶ୍ୱ ସବୁଜ ଉର୍ଜା ମଡେଲକୁ ଆକାର ଦେବା ପାଇଁ ପ୍ରବାସୀଙ୍କ ସମ୍ଭାବନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଭାରତର ଐତିହ୍ୟ ସହ ଜଡ଼ିତ ବିଷୟ ସହ ଯୋଡି ହୋଇ ଏ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ଶ୍ରୀ ପ୍ରଧାନ ପ୍ରବାସୀଙ୍କୁ ଆହ୍ୱାନ ଦେଇଥିଲେ ।

ଏହି ସିଙ୍ଗାପୁର ଗସ୍ତ କାଳରେ ଶ୍ରୀ ପ୍ରଧାନ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

dharmendra pradhan singapore କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରବାସୀ ଭାରତୀୟ ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

SC-ST ସଂରକ୍ଷଣକୁ ନେଇ ବଡ଼ ରାୟ! ୫୬% କୋଟା ରଦ୍ଦ କଲେ ହାଇକୋର୍ଟ

October 13, 2026

ସୁନ୍ଦରଗଡ଼ରେ ବୀଭତ୍ସ ହତ୍ୟାକାଣ୍ଡ! କ୍ରସର ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ, ଖଣି ବିବାଦକୁ ନେଇ ବଢ଼ିଲା ସନ୍ଦେହ

October 13, 2026

ରାଜ୍ୟସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଉଦ୍‌ଯାପିତ: ୧୦ ଲକ୍ଷରୁ ଅଧିକ କୃତୀ ଛାତ୍ରଛାତ୍ରୀ ସମ୍ମାନିତ

October 13, 2026

ଅକ୍ଟୋବର ୨୨ ରେ ସମସ୍ତ ରେଳ ଷ୍ଟେସନରେ ନାଗରିକ-କୈନ୍ଦ୍ରିକ ସର୍ବଭାରତୀୟ ‘ରେଳ ଜନ ସଂବାଦ’

October 13, 2026
Latest News

SC-ST ସଂରକ୍ଷଣକୁ ନେଇ ବଡ଼ ରାୟ! ୫୬% କୋଟା ରଦ୍ଦ କଲେ ହାଇକୋର୍ଟ

October 13, 2026

ସୁନ୍ଦରଗଡ଼ରେ ବୀଭତ୍ସ ହତ୍ୟାକାଣ୍ଡ! କ୍ରସର ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ, ଖଣି ବିବାଦକୁ ନେଇ ବଢ଼ିଲା ସନ୍ଦେହ

October 13, 2026

ଡାଲି ଉତ୍ପାଦନରେ ଚମକିଲା ଓଡ଼ିଶା: ମୁଖ୍ୟମନ୍ତ୍ରୀ ଓ କୃଷି ମନ୍ତ୍ରୀଙ୍କୁ ବିଜେପିର ସାଧୁବାଦ

October 13, 2026

ରାଜ୍ୟସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଉଦ୍‌ଯାପିତ: ୧୦ ଲକ୍ଷରୁ ଅଧିକ କୃତୀ ଛାତ୍ରଛାତ୍ରୀ ସମ୍ମାନିତ

October 13, 2026

ଛାତ୍ର ସଂସଦ ନିର୍ବାଚନ : ବୋମାମାଡ଼ ଓ ମାରଣାସ୍ତ୍ର ଆକ୍ରମଣରେ ଥରୁଛି ବିଭିନ୍ନ ଶିକ୍ଷାନୁଷ୍ଠାନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.