ପୋଲିସ ଏନକାଉଣ୍ଟରରେ ଚାରି ନକ୍ସଲଙ୍କ ମୃତ୍ୟୁ

Published: Oct 21, 2024, 6:54 pm IST

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଗଢଚିରୋଲିରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ତିନିରୁ ଚାରି ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାର ଖବର ରହିଛି। ଛତିଶଗଡ ସୀମାବର୍ତ୍ତୀ ଅଞ୍ଚଳର C60 କମାଣ୍ଡୋ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି। ଏନକାଉଣ୍ଟରରେ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି।

ପୋଲିସ ଏହି ଏନକାଉଣ୍ଟରକୁ ନିଶ୍ଚିତ କରିଛି କିନ୍ତୁ ନକ୍ସଲମାନଙ୍କ ମୃତ୍ୟୁକୁ ନିଶ୍ଚିତ କରିବା ପାଇଁ ମୃତଦେହ ଉଦ୍ଧାର ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଛି।

Related posts