Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଅନୁଷ୍ଠିତ
ଆଜିର ଖବର

ସୋଆ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଅନୁଷ୍ଠିତ

October 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ-୧ରେ ଏମ୍‌ବିବିଏସ୍ ନୂତନ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ସୋମବାର ଦିନ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୨, ଫୁଲନଖରା କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହି ଉତ୍ସବର ଆୟୋଜନ କରାଯାଇଥିଲା।

ଶନିବାର ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ-୧ରେ ଆୟୋଜିତ ହ୍ୱାଇଟ୍ କୋଟ ଉତ୍ସବରେ ୨୫୦ ଜଣ ଛାତ୍ରଛାତ୍ରୀ ହିପୋକ୍ରାଟିକ୍ ଶପଥ ନେବା ସହ ମୂଲ୍ୟବୋଧ ଭିତିକ ଚିକିତ୍ସା କରିବା ନିମନ୍ତେ ଶପଥ ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ଏହା କେବଳ ଏକ କୋଟ ନୁହେଁ ବରଂ ପ୍ରତି ଡାକ୍ତରର ପ୍ରଥମ ପରିଚୟ ଅଟେ ବୋଲି କହିଥିଲେ। ତେଣୁ ଏହାକୁ ପିନ୍ଧି ପ୍ରତ୍ୟେକ ଡାକ୍ତରୀ ଛାତ୍ରଛାତ୍ରୀ ଗର୍ବ ଅନୁଭବ କରିବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହିତ ସେମାନଙ୍କୁ ଅଧ୍ୟୟନରେ ମନୋନିବେଶ କରିବା ସହ ସମାଜ ସେବା ଓ ରୋଗୀଙ୍କ ପ୍ରତି ଦୟାଳୁ ମନୋଭାବ ନେଇ ଉତମ ଡାକ୍ତର ହେବା ପାଇଁ ବାର୍ତ୍ତା ଦେଇଥିଲେ।

ଏହି ଅବସରରେ ହସ୍ପିଟାଲର ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ସେହିପରି ସୋମବାର ଦିନ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌-୨ ଫୁଲନଖରା କ୍ୟାମ୍ପସ୍‌ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଥମ ବ୍ୟାଚ ତଥା ୨୦୨୪-୨୫ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ୧୫୦ ଜଣ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ହ୍ୱାଇଟ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଅବସରରେ ସମସ୍ତ ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କୁ ଆପ୍ରୋନ୍ ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ପ୍ରସନ୍ନଜିତ୍ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ଛାତ୍ରଛାତ୍ରୀଙ୍କୁ ଆପ୍ରୋନ୍ ପ୍ରଦାନ କରାଯିବା ଦ୍ୱାରା ସମାଜ ପ୍ରତି ସେମାନଙ୍କର ଦାୟିତ୍ୱ ବିଷୟରେ ସେମାନଙ୍କୁ ସଚେତନ କରାଯାଇଛି।
ଭରସା, ବିଶ୍ୱାସ, ଶକ୍ତି, ନୈତିକତା, ସହନଶୀଳତା ଓ ସମୟାନୁବର୍ତିତା ଭଳି ଗୁଣକୁ ଗୋଟିଏ ଡାକ୍ତର ନିଜ ଭିତରେ ସଦାସର୍ବଦା ଗୁରୁତ୍ୱ ଦେବା ଜରୁରୀ ବୋଲି ପ୍ରଫେସର ମହାନ୍ତି କହିଥିଲେ।

ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ କହିଥିଲେ ଯେ ଡାକ୍ତର ହେବାର ସ୍ୱପ୍ନ ନେଇ ଆସିଥିବା ଏହି ଛାତ୍ରଛାତ୍ରୀମାନେ ନିଜର ଦାୟିତ୍ୱକୁ କିପରି ସୁଚାରୁ ରୂପେ ତୁଲାଇବେ ତାହା ଜାଣିବା ଆବଶ୍ୟକ। ଏହି କୋଟ ପରିଧାନ କରିବା ପରେ ସେମାନଙ୍କ ଦାୟିତ୍ୱ ଓ କର୍ତବ୍ୟ କ’ଣ ରହିଛି ସେ ବିଷୟରେ ପ୍ରଥମେ ଅବଗତ ହେବା ଜରୁରୀ ବୋଲି କହିବା ସହ ସେ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ।

ଏହି ଅବସରରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଯୋଗ ଦେଇ କହିଥିଲେ ଯେ ପ୍ରତି ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏହି ଦିନଟି ହେଉଛି ଗୁରୁତ୍ୱପୂର୍ଣ୍ଣ। ସେମାନେ ଏହି ଆପ୍ରୋନ୍ ପିନ୍ଧିବା ପରେ ଏହାର ମହତ୍ୱ ଓ ଦାୟିତ୍ୱ ବିଷୟରେ ଜାଣିବା ଆବଶ୍ୟକ। ଡାକ୍ତରୀ ବୃତିରେ ଆଚାର ଓ ବ୍ୟବହାର ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ସେ ଛାତ୍ରଛାତ୍ରୀ ମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ନୂତନ ବର୍ଷର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଆସିଷ୍ଟାଂଟ ମେଡିକାଲ୍ ସୁପରିଟେଣ୍ଡେଂଟ ଡଃ ସିଦ୍ଧାର୍ଥ ଗୌତମ ଧନ୍ୟବାଦ ଅର୍ପଣ କରିଥିଲେ।

ଭୁବନେଶ୍ୱର ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

January 24, 2026

ଭୁବନେଶ୍ୱରରେ ରୋଜଗାର ମେଳା: 349 ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ

January 24, 2026

ସମ୍ବଲପୁରରୁ ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଆସନ୍ତାକାଲି ଜାତୀୟ ମତଦାତା ଦିବସ ଉପଲକ୍ଷେ ସଚେତନତା ପଦଯାତ୍ରା ଏବଂ ସାଇକେଲ୍‌ ଶୋଭାଯାତ୍ରା

January 24, 2026
Latest News

ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

January 24, 2026

ଭୁବନେଶ୍ୱରରେ ରୋଜଗାର ମେଳା: 349 ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ

January 24, 2026

ଟି-୨୦ ବିଶ୍ୱକପ୍ ରୁ ମଧ୍ୟ ବିଦା ହେବ ପାକିସ୍ତାନ?: ପିସିବି ମୁଖ୍ୟଙ୍କ ଏହି ବୟାନରୁ ଆରମ୍ଭ ହେଲା ଚର୍ଚ୍ଚା

January 24, 2026

ସମ୍ବଲପୁରରୁ ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଆସନ୍ତାକାଲି ଜାତୀୟ ମତଦାତା ଦିବସ ଉପଲକ୍ଷେ ସଚେତନତା ପଦଯାତ୍ରା ଏବଂ ସାଇକେଲ୍‌ ଶୋଭାଯାତ୍ରା

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.