Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ରୋଜଗାର ମେଳା: ୩୩୦ ଯୁବକଯୁବତୀଙ୍କୁ ସରକାରୀ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱରରେ ରୋଜଗାର ମେଳା: ୩୩୦ ଯୁବକଯୁବତୀଙ୍କୁ ସରକାରୀ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ

October 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ ୪୦ଟି ସ୍ଥାନରେ ଆୟୋଜିତ ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନବନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିଛନ୍ତି। ଭୁବନେଶ୍ୱରସ୍ଥିତ ସିଏସଆଇଆର – ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି) ପରିସରରେ ଆୟୋଜିତ ରୋଜଗାର ମେଳାରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଯୋଗ ଦେଇ ପ୍ରାୟ ୩୩୦ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଥିଲେ। ଏହି ପ୍ରାର୍ଥୀମାନଙ୍କ ମଧ୍ୟରୁ ଆୟକର ବିଭାଗ, ଆଇଆଇଟି ଭୁବନେଶ୍ବର, ସିଆରପିଏଫରେ ଜଣେ ଲେଖାଏଁ, ସିଆଇଏସଏଫରୁ ତିନି ଜଣ, ପୂର୍ବତଟ ରେଳବାଇରେ ୧୩ ଜଣ, ଭାରତୀୟ ଷ୍ଟେଟବ୍ୟାଙ୍କରେ ୨୪ ଜଣ, ଏମ୍ସ ଭୁବନେଶ୍ୱରରୁ ୭୦ ଜଣ, ଡାକ ବିଭାଗରେ ୨୧୭ ଜଣଙ୍କୁ ନିଯୁକ୍ତି ମିଳିଛି। ବିଭିନ୍ନ ସରକାରୀ ବିଭାଗରେ ଖାଲି ପଡ଼ିଥିବା ପଦପଦବୀ ପୂରଣ ଏବଂ ଯୁବବର୍ଗଙ୍କୁ ରୋଜଗାର ଦେବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ନିର୍ଦ୍ଦେଶକ୍ରମେ ଦେଶବ୍ୟାପୀ କ୍ରମାଗତ ଭାବେ ରୋଜଗାର ମେଳା ଆୟୋଜନ କରାଯାଇ ଆସୁଛି।

ସିଏସଆଇଆର-ଆଇଏମଏମଟି ପରିସରରେ ଆୟୋଜିତ ଆଜିର ରୋଜଗାର ମେଳାକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଓରାମ୍‌ କହିଛନ୍ତି, ବର୍ତ୍ତମାନର ସରକାର ସାର୍ବଜନୀନ ରୋଜଗାର ମେଳା ଆୟୋଜନ କରି ଯୁବବର୍ଗଙ୍କୁ ବ୍ୟାପକ ସଂଖ୍ୟାରେ ସରକାରୀ ଚାକିରି ଦେଉଛନ୍ତି। ଦେଶର ଯୁବପିଢ଼ିଙ୍କୁ ନିଯୁକ୍ତି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଅଭିନବ ପଦକ୍ଷେପକୁ ସେ ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ, ଏଭଳି କାର୍ଯ୍ୟକ୍ରମ ଦେଶର ଲକ୍ଷ ଲକ୍ଷ ଯୁବପିଢ଼ିଙ୍କୁ ଚାକିରି ସୁଯୋଗ ଦେବା ସହ ସେମାନଙ୍କୁ ରୋଜଗାରକ୍ଷମ ହେବା ଲାଗି ଅନୁପ୍ରାଣିତ କରିବ। ସରକାର କେବଳ ଚାକିରି ସୃଷ୍ଟି କରୁନାହାନ୍ତି, ବରଂ ଯୁବବର୍ଗଙ୍କୁ ନିଯୁକ୍ତିଦାତା ହେବା ପାଇଁ ପ୍ରୋତ୍ସାହନ ମଧ୍ୟ ଦେଉଛନ୍ତି ବୋଲି ଶ୍ରୀ ଓରାମ୍‌ କହିଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ। ସରକାରୀ ଚାକିରି ପାଇଥିବା ପ୍ରାର୍ଥୀମାନେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଥିଲେ।

କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ୍ ଭୁବନେଶ୍ୱର ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.