Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ରେ ପିଆଇବି ପକ୍ଷରୁ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’
ଆଜିର ଖବର

ନୟାଗଡ଼ରେ ପିଆଇବି ପକ୍ଷରୁ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’

October 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ଆଜି ନୟାଗଡ଼ ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ପ୍ରଶାସନ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନାଚକ୍ର ଓ ମତବିନିମୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ପିଆଇବି ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର କହିଥିଲେ, ପିଆଇବି ଗତ ୧୦୦ ବର୍ଷ ଧରି ଭାରତ ସରକାରଙ୍କ ପ୍ରମୁଖ ଯୋଗାଯୋଗ ସଂସ୍ଥା ଭାବେ କାର୍ଯ୍ୟ କରି ଆସୁଛି। ସରକାର ଏବଂ ଗଣମାଧ୍ୟମ ମଧ୍ୟରେ ରହିଥିବା ସମ୍ପର୍କକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ପିଆଇବି ପକ୍ଷରୁ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ। ଏହି କାର୍ଯ୍ୟକ୍ରମ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିଥାଏ।

ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ) ରୋଜିନା ଦାସ କହିଥିଲେ, ଗଣତନ୍ତ୍ରରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି। ଏହା ପ୍ରଶାସନ ଓ ସାଧାରଣ ଜନତାଙ୍କ ମଧ୍ୟରେ ସମ୍ପର୍କର ସେତୁ ଭାବେ କାମ କରିଥାଏ।

ବାର୍ତ୍ତାଳାପର ବୈଷୟିକ ଅଧିବେଶନରେ ଅଂଶଗ୍ରହଣ କରି ଡାକ ବିଭାଗ ନୟାଗଡ଼ ଡିଭିଜନର ଅଧିକ୍ଷକ ଖଗେଶ୍ୱର ମଲ୍ଲିକ କେନ୍ଦ୍ର ସରକାରଙ୍କ ବିଭିନ୍ନ ଆର୍ଥିକ ଅନ୍ତର୍ଭୂକ୍ତିକରଣ ଯୋଜନା ବିଷୟରେ ସୂଚନା ଦେବା ସହିତ ନୟାଗଡ଼ ଜିଲ୍ଲାରେ ଏହାର କାର୍ଯ୍ୟକାରିତା ଉପରେ ଆଲୋକପାତ କରିଥିଲେ। ନୟାଗଡ଼ ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକ ତ୍ରିଲୋଚନ ବେହେରା ଜିଲ୍ଲାରେ ପିଏମ ବିଶ୍ୱକର୍ମା ଏବଂ ପିଏମଇଜିପି ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେଇଥିଲେ। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ରଥ ନୟାଗଡ଼ ଜିଲ୍ଲାରେ ପିଏମ ଆବାସ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେଇଥିଲେ। ଶେଷରେ ପିଆଇବି ଭୁବନେଶ୍ୱର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୫୦ରୁ ଅଧିକ ସାମ୍ବାଦିକ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିବା ସହ ବିଭିନ୍ନ ଯୋଜନା ସମ୍ପର୍କରେ ମତ ବିନିମୟ କରିଥିଲେ।

ଅଖିଳ କୁମାର ମିଶ୍ର ଅତିରିକ୍ତ ମହାନିର୍ଦ୍ଦେଶକ ପିଆଇବି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.