Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ: ଲୌହମାନବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଡିଜିପି
ଆଜିର ଖବର

ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ: ଲୌହମାନବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଡିଜିପି

October 31, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ପୂର୍ବାହ୍ନରେ ସପ୍ତମ ଓଏସଏପି ବାଟାଲିୟନ, ଭୁବନେଶ୍ବରଠାରେ ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ଅନୁଷ୍ଠିତ ହୋଇଛି।  ସ୍ଵାଧୀନ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଓଏସଏପି ପଡିଆରେ ବିଧିବଦ୍ଧ ଭାବେ ପ୍ୟାରେଡ ଆୟୋଜନ କରାଯାଇ ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରାଯାଇଥିଲା।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ। ଏହାସହ ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ଏବଂ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ କରିବାପାଇଁ ଡିଜିପି ଶ୍ରୀ ଖୁରାନିଆ ଉପସ୍ଥିତ ପୋଲିସ ଅଧିକାରୀ, କର୍ମଚାରୀ ଏବଂ ଯବାନଙ୍କୁ ଶପଥ ପାଠ କରାଇଥିଲେ।

ଏତଦବ୍ୟତୀତ ଶ୍ରୀ ଖୁରାନିଆ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିବା ସହ ତାଙ୍କ କାର୍ଯ୍ୟlବଳୀ, କାର୍ଯ୍ୟଦକ୍ଷତା, ଦେଶପ୍ରେମ ଓ ସ୍ଵାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ସ୍ଵାଧୀନତା ପରେ ଶହ ଶହ ଛୋଟ ଛୋଟ ଦେଶୀୟ ରାଜ୍ୟଗୁଡିକୁ ଭାରତରେ ମିଶାଇବା ପାଇଁ ସର୍ଦ୍ଦାର ପଟେଲ ଯେଉଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ, ତାହା ଅତୁଳନୀୟ ଥିଲା। ଯାହା ଫଳରେ ବିଶ୍ଵ ଦରବାରରେ ଭାରତ ଆଜି ଏକ ସ୍ଵତନ୍ତ୍ର ରାଷ୍ଟ୍ର ଭାବେ ପରିଚୟ ଲାଭ କରିଛି ବୋଲି ମତବ୍ୟକ୍ତ କରିଥିଲେ।

ଦେଶର ପ୍ରତ୍ୟେକ ନାଗରିକ ଭାଇଚାରା, ବନ୍ଧୁତା ଏବଂ ଏକତା ହୋଇ ଚାଲିବା ସହ ସମସ୍ତଙ୍କ ମନରେ ଦେଶପ୍ରେମ ରହିବା ଉଚିତ ବୋଲି ଶ୍ରୀ ଖୁରାନିଆ କହିଥିଲେ। ଏକତାର ମନୋଭାବ ନେଇ କାର୍ଯ୍ୟ କରିବା ସହ ଭାରତର ଇତିହାସ ପାଇଁ ଏକ ସ୍ଵତନ୍ତ୍ର ଅଧ୍ୟାୟ ସୃଷ୍ଟି କରିବାକୁ ଆହ୍ଵାନ ଦେଇଥିଲେ। ଏହା ସହ ଆଗାମୀ ଦିନରେ ସମସ୍ତେ ମିଳିମିଶି ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣ, ଅପରାଧ ଓ ନକ୍ସଲ ସମସ୍ଯା ଦମନ କରିବାକୁ ଶ୍ରୀ ଖୁରାନିଆ ଗୁରୁତ୍ଵାରୋପ କରିଥିଲେ। ଲୋକଙ୍କୁ ନ୍ୟାୟ ପ୍ରଦାନ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ପ୍ୟାରେଡରେ ଏସଏସବିଏନ (ଭୁବନେଶ୍ବର), ଏନଡିଆରଏଫ (ମୁଣ୍ଡଳୀ), ୭ମ ଓଏସଏପି ବାଟାଲିୟନ (ଭୁବନେଶ୍ବର), ଓ.ଏସ.ଏ.ପି ଷଷ୍ଠ ବାଟାଲିୟନ (କଟକ), ଷଷ୍ଠ ଆଇ.ଆର ବାଟାଲିୟନ (ଖୋର୍ଦ୍ଧା), ଓଡ୍ରାଫ (କଟକ), ଟ୍ରାଫିକ (ଭୁବନେଶ୍ବର), ପୋଲିସ କଲର ପାର୍ଟି (କଟକ), ବ୍ରାସବ୍ୟାଣ୍ଡ ପାର୍ଟି (କଟକ) ଅଂଶଗ୍ରହଣ କରିଥିଲେ। ତାପସ ରଞ୍ଜନ ଦାସ (Commandant) ପ୍ୟାରେଡର ନେତୃତ୍ଵ ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ, ନିର୍ଦ୍ଦେଶକ ଏବଂ ତାଲିମ (ବିପିଏସପିଏ) ସଞ୍ଜୀବ ପଣ୍ଡା, ନିର୍ଦ୍ଦେଶକ (ଭିଜିଲାନ୍ସ) ୟଶୱନ୍ତ ଜେଠୱା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପୋଲିସ କମିଶନର (ଭୁବନେଶ୍ବର-କଟକ) ଏସ. ଦେବଦତ୍ତ ସିଂ, ଟ୍ରାନ୍ସପୋର୍ଟ କମିଶନର ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ.ଏ.ପି) ରାଜେଶ କୁମାରଙ୍କ ସମେତ ପୋଲିସ ବିଭାଗର ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ଓଏସଏପି ବାଟାଲିୟନ ଭୁବନେଶ୍ବର ରାଷ୍ଟ୍ରୀୟ ଏକତା ଦିବସ ସର୍ଦ୍ଦାର ବଲ୍ଲଭଭାଇ ପଟେଲ
Share. Facebook Twitter LinkedIn Email WhatsApp Copy Link

Related Posts

ଏସିଆ କପ୍ ପୂର୍ବରୁ ଭାରତ ସରକାରଙ୍କ ନୂଆ ନୀତି: ଭାରତ ପାକିସ୍ତାନ ସହିତ ଖେଳିବ ନାହିଁ, କିନ୍ତୁ…

August 21, 2025

ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର

August 21, 2025

ସାହସୀ ବାୟୁ ସେନା ଏବଂ ସୈନିକମାନଙ୍କୁ ଭେଟିବା ପାଇଁ ଏଏଫଏସ ଆଦମପୁର ଗସ୍ତ କଲେ ପ୍ରଧାନମନ୍ତ୍ରୀ

August 21, 2025

ଏବେ OTTରେ ଧମାକା କରିବ କାଜୋଲଙ୍କ ଫିଲ୍ମ ‘ମା’, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ?

August 21, 2025
Latest News

ଏସିଆ କପ୍ ପୂର୍ବରୁ ଭାରତ ସରକାରଙ୍କ ନୂଆ ନୀତି: ଭାରତ ପାକିସ୍ତାନ ସହିତ ଖେଳିବ ନାହିଁ, କିନ୍ତୁ…

August 21, 2025

ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର

August 21, 2025

ସାହସୀ ବାୟୁ ସେନା ଏବଂ ସୈନିକମାନଙ୍କୁ ଭେଟିବା ପାଇଁ ଏଏଫଏସ ଆଦମପୁର ଗସ୍ତ କଲେ ପ୍ରଧାନମନ୍ତ୍ରୀ

August 21, 2025

ଏବେ OTTରେ ଧମାକା କରିବ କାଜୋଲଙ୍କ ଫିଲ୍ମ ‘ମା’, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ?

August 21, 2025

କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.