Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଦ୍ୟଯୋଗାଣ କ୍ଷେତ୍ରରେ ଯୋଗାଣ ଅଧିକାରୀଙ୍କ ଭୂମିକାକୁ ପ୍ରଶଂସା କଲେ ମନ୍ତ୍ରୀ ଶ୍ରୀ ପାତ୍ର
ଆଜିର ଖବର

ଖାଦ୍ୟଯୋଗାଣ କ୍ଷେତ୍ରରେ ଯୋଗାଣ ଅଧିକାରୀଙ୍କ ଭୂମିକାକୁ ପ୍ରଶଂସା କଲେ ମନ୍ତ୍ରୀ ଶ୍ରୀ ପାତ୍ର

November 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କ ବାର୍ଷିକ ସାଧାରଣ ସଭା ସ୍ଥାନୀୟ ଇଂଜିନିୟର୍ସ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଛନ୍ତି। ରାଜ୍ୟରେ ଖାଦ୍ୟଯୋଗାଣ ଓ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କୁ ଠିକଣା ସମୟରେ ରାସନ୍‌ ପ୍ରଦାନ କରିବାରେ ଯୋଗାଣ ଅଧିକାରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି। ଏଥି ସହ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଯଥେଷ୍ଟ ପରିମାଣର ଖାଦ୍ୟଯୋଗାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ଜିଲ୍ଲା ଓ ରାଜ୍ୟ ପ୍ରଶାସନକୁ ସହଯୋଗ ଜାରି ରଖୁଛନ୍ତି।

ଏହି ସମୟରେ କିଛି ଅସାଧୁ ବ୍ୟବସାୟୀ ଅଧିକ ଲାଭ ଆଶାରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବାରୁ ଯୋଗାଣ ଅଧିକାରୀମାନେ ଠିକଣା ସମୟରେ ଚଢ଼ାଉ କରି ଯଥୋଚିତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି। ନିକଟରେ ବାତ୍ୟା ‘ଦାନା’କୁ ସରକାର ସଫଳତାର ସହ ମୁକାବିଲା କରିଛନ୍ତି। ଏହାର ପୂର୍ବ ଓ ପରବର୍ତ୍ତୀ ପରିସ୍ଥିତିର ମୁକାବିଲା ନିମନ୍ତେ ସମୁଚିତ ପଦକ୍ଷେପ ନେଇ ଯୋଗାଣ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟ ଦକ୍ଷତାର ପରିଚୟ ଦେଇଛନ୍ତି।

ସେହିଭଳି ରାଜ୍ୟରେ ପ୍ରାୟ ୩ କୋଟି ୩୬ ଲକ୍ଷ ହିତାଧିକାରୀମାନଙ୍କୁ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ସାମିଲ କରି ଠିକଣା ସମୟରେ ରାସନ୍‌ ପ୍ରଦାନ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଥିବା ମନ୍ତ୍ରୀ ଉଲ୍ଲେଖ କରିଥିଲେ। ଚଳିତ ଖରିଫ ଋତୁରେ ଧାନସଂଗ୍ରହବେଳେ ଯୋଗାଣ ଅଧିକାରୀମାନେ ଅସାଧୁ ବ୍ୟବସାୟୀଙ୍କୁ ପ୍ରତିହତ କରି ସରକାରଙ୍କୁ ସହଯୋଗ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଧାନସଂଗ୍ରହବେଳେ ଅଧିକାରୀମାନେ ନିଜର ଦାୟିତ୍ୱ ପ୍ରତି ନିଷ୍ଠା ରଖି କାର୍ଯ୍ୟ କରିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ସଂଘର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ପଦକ୍ଷେପ ଗ୍ରହଣ କରିବେ ବୋଲି ମନ୍ତ୍ରୀ କହିଥିଲେ।

ଆଜିର ଏହି ସାଧାରଣ ପରିଷଦ ବୈଠକରେ ସଂଘର ବିଭିନ୍ନ କାର୍ଯ୍ୟକର୍ତ୍ତା ଚୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସଂଘର ଉପଦେଷ୍ଟା ଶ୍ରୀ ଅଜୟ କୁମାର ରଥ ପ୍ରାରମ୍ଭିକ ଉଦ୍‌ବୋଧନ ଦେଇ ଯୋଗାଣ ଅଧିକାରୀଙ୍କ ବିଭିନ୍ନ ସମୟରେ କାର୍ଯ୍ୟ ଦକ୍ଷତା ପ୍ରତିପାଦନ ସମ୍ପର୍କରେ ଅବଗତ କରାଇଥିଲେ। ସେହିଭଳି ସଂଘ ସଭାପତି ଶ୍ରୀ ପବିତ୍ର କୁମାର ସାହୁ ଓ ସାଧାରଣ ସମ୍ପାଦକ ଶ୍ରୀ ଜ୍ଞାନେନ୍ଦ୍ରୀୟ ମିଶ୍ର ସଂଘର ବିଭିନ୍ନ ଦାବି ସଂପର୍କରେ ଉଲ୍ଲେଖ କରିଥିଲେ । ଶେଷରେ ସଂଘ ଉପଦେଷ୍ଟା ଶ୍ରୀ ବିଭୂ ପ୍ରସନ୍ନ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

କୃଷ୍ଣ ଚନ୍ଦ୍ର ପାତ୍ର ପ୍ରାକୃତିକ ବିପର୍ଯ୍ୟୟ ବାର୍ଷିକ ସାଧାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.