Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ଧମାଳ ଆମ୍ବ ଟାକୁଆ ଖାଇ ଦୁଇ ମହିଳାଙ୍କ ମୃତ୍ୟୁ ଘଟଣା: ଫୁଡ ପଏଜନିଙ୍ଗ ଥିଲା କାରଣ
ଆଜିର ଖବର

କନ୍ଧମାଳ ଆମ୍ବ ଟାକୁଆ ଖାଇ ଦୁଇ ମହିଳାଙ୍କ ମୃତ୍ୟୁ ଘଟଣା: ଫୁଡ ପଏଜନିଙ୍ଗ ଥିଲା କାରଣ

November 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଲଭ, ସେକ୍ସ ଓ ଧୋକ୍କା!: ଛାତ୍ରୀଙ୍କ ଆତ୍ମହତ୍ୟା ନା ହତ୍ୟା?, ପରିବାର ପକ୍ଷରୁ ଗୁରୁତର ଅଭିଯୋଗ
ଲଭ, ସେକ୍ସ ଓ ଧୋକ୍କା!: ଛାତ୍ରୀଙ୍କ ଆତ୍ମହତ୍ୟା ନା ହତ୍ୟା?, ପରିବାର ପକ୍ଷରୁ ଗୁରୁତର ଅଭିଯୋଗ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକର ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଦୁଇ ଜଣ ମହିଳାଙ୍କ ଦୁଃଖଦ ମୃତ୍ୟୁ ଘଟଣା ପରେ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କ ପକ୍ଷରୁ ଘଟଣାର କାରଣ ସମ୍ପର୍କରେ ଅନୁସନ୍ଧାନ କରାଯାଇଥିଲା। ରିପୋର୍ଟରୁ ଜଣାପଡିଛି ଆକ୍ରାନ୍ତ ଓ ମୃତବ୍ୟକ୍ତି ମାନେ ତାଙ୍କର ନିୟମିତ ଖାଦ୍ୟ ଅଭ୍ୟାସ ଭାବରେ ପଖାଳ ଓ ଆମ୍ବଟାକୁଆ ଜାଉ ଖାଇଥିଲେ। ଫୁଡ ପଏଜନିଙ୍ଗ କାରଣରୁ ସେମାନେ ଅସୁସ୍ଥ ହୋଇ ପଡିଥିଲେ ଏବଂ ସେମାନଙ୍କ ମଧ୍ୟରୁ ଦୁଇଜଣ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି।

ଏହି ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ପରେ ଡାକ୍ତରୀ ଦଳ, ଜିଲ୍ଲା ପ୍ରଶାସନର ଅଧିକାରୀମାନେ ନଭେମ୍ବର ୧ ତାରିଖ ସକାଳେ ଉକ୍ତ ଗ୍ରାମରେ ପହଞ୍ଚି ସମସ୍ତ ବିଷୟ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଓ ତର୍ଜମା କରିଥିଲେ। ସମସ୍ତ ଅସୁସ୍ଥ ବ୍ୟକ୍ତିଙ୍କୁ ତୁରନ୍ତ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରବର୍ତ୍ତୀ ସମୟରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇ ତୁରନ୍ତ ଚିକିତ୍ସା ଆରମ୍ଭ କରାଯାଇଥିଲା। ସେଠାରେ ରମିତା ପାଟମାଝୀ ଓ ରୁନୁ ମାଝୀଙ୍କ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ଅନ୍ୟ ଛଅ ଜଣ ପୀଡିତ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ସେମାନଙ୍କର ଆରୋଗ୍ୟ ପାଇଁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ଜିଲ୍ଲା ପ୍ରଶାସନ ତରଫରୁ ପ୍ରତି ମୃତ ବ୍ୟକ୍ତିଙ୍କ ପରିବାରକୁ ୩୦ ହଜାର ଟଙ୍କା ଏବଂ ଚିକିତ୍ସାଧୀନ ବ୍ୟକ୍ତିଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତ ପ୍ରଦାନ କରାଯାଇଛି।

ପ୍ରକାଶ ଯୋଗ୍ୟ ଯେ ଆକ୍ରାନ୍ତ ପରିବାର ସମେତ ଏହି ଗ୍ରାମର ସମସ୍ତ ୬୯ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଚାଉଳ ପାଉଛନ୍ତି। ରିପୋର୍ଟରୁ ଜଣା ଯାଇଛି ଯେ ଜୁଲାଇରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ  ମୃତକଙ୍କ ପରିବାର ସହିତ ଗାଁର ସମସ୍ତେ ଚାଉଳ ପାଇଛନ୍ତି। ଅକ୍ଟୋବର, ନଭେମ୍ବର ଏବଂ ଡିସେମ୍ବର ମାସ ପାଇଁ ସରକାରଙ୍କ ପକ୍ଷରୁ ଚାଉଳ ଯୋଗାଣ ଚାଲୁ ରହିଛି। ସମସ୍ତ ରିଟେଲରଙ୍କୁ ମଧ୍ୟ ହିତାଧିକାରୀମାନଙ୍କୁ ଚାଉଳ ଦେବା ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ରହିଛି।

ଏହା ବ୍ୟତୀତ ଆକ୍ରାନ୍ତ ପରିବାରଙ୍କୁ ମଧ୍ୟ ପୂର୍ବରୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି। ମାଣ୍ଡିପଙ୍କା ଗ୍ରାମରେ ଏକ ଅଙ୍ଗନବାଡ଼ି କେନ୍ଦ୍ର କାର୍ଯ୍ୟ କରୁଥିବାବେଳେ ଏହି ଗ୍ରାମକୁ ଆଶାକର୍ମୀ ଏବଂ ଶିଶୁ ବିକାଶ ପ୍ରକଳ୍ପ ଅଧୁକାରୀ ନିୟମିତ ପରିଦର୍ଶନ କରି ଲୋକଙ୍କୁ ସ୍ୱାସ୍ଥ୍ୟରକ୍ଷା ନେଇ ସଚେତନ କରିଥାନ୍ତି। ଏହି ଗ୍ରାମର ବାସିନ୍ଦା ସାବିତ୍ରୀ ପ୍ରଧାନ ଏବଂ ମିନାକ୍ଷୀ ବଳିୟାରସିଂ ନିୟମିତ ଭାବେ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଚାଉଳ ପାଇଥିବା କଥା ପ୍ରକାଶ କରିଛନ୍ତି।

ଭବିଷ୍ୟତରେ ଯେପରି ଏହିପରି ଅଭାବନୀୟ ଘଟଣା ନ ଘଟେ, ସେଥିପାଇଁ ସୂଚନା, ଶିକ୍ଷା ଓ ସଂଚାର ଅଭିଯାନ ଦ୍ଵାରା ଉକ୍ତ ଅଞ୍ଚଳରେ ଅଙ୍ଗନବାଡି କର୍ମୀ ଏବଂ ସ୍ଵାସ୍ଥ୍ୟ ଟିମ ଦ୍ଵାରା ବିଭିନ୍ନ ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଲୋକମାନେ ଯେପରି ସଫା ସୁତୁରା ରହିବା ସହ ସୁଷମ ଖାଦ୍ୟ ଗ୍ରହଣ କରିବେ ସେଥିପାଇଁ ସ୍ୱୟଂ ସହାୟକ ଗୋଷ୍ଠୀ ତଥା ପଂଚାୟତ ପ୍ରତିନିଧି ଆଦିଙ୍କ ଦ୍ୱାରା ସଚେତନତାର ବାର୍ତ୍ତା ଦିଆଯାଉଛି ବୋଲି ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, କନ୍ଧମାଳ ସୂଚନା ଦେଇଛନ୍ତି।

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସ୍ବାସ୍ଥ୍ୟ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.