Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ପଡ଼ିଆବାହାଲରେ “ଆୟୁଷ୍ମାନ ଆରୋଗ୍ୟ ମନ୍ଦିର” ଉଦଘାଟିତ
ଆଜିର ଖବର

ସମ୍ବଲପୁର ପଡ଼ିଆବାହାଲରେ “ଆୟୁଷ୍ମାନ ଆରୋଗ୍ୟ ମନ୍ଦିର” ଉଦଘାଟିତ

November 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପଡ଼ିଆବାହାଲ/ସମ୍ବଲପୁର: ସମ୍ବଲପୁରରେ ସ୍ୱାସ୍ଥ୍ୟସେବାକୁ ମଜଭୂତ୍ କରିବା ପାଇଁ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ସେହି ଶୃଙ୍ଖଳାରେ ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ପଡ଼ିଆ ବାହାଲ ଠାରେ ପ୍ରାୟ ୨ କୋଟି ଟଙ୍କା ବ୍ୟୟରେ  ନିର୍ମିତ ହୋଇଥିବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଭବନ ଏକ ବଡ ଉପଲବ୍ଧି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ପଡ଼ିଆବାହାଲ ଠାରେ “ଆୟୁଷ୍ମାନ ଆରୋଗ୍ୟ ମନ୍ଦିର” ନାମରେ ନାମିତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଉଦଘାଟନ କରିବା ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ମୌଳିକ ସ୍ୱାସ୍ଥ୍ୟସେବା ଯୋଗାଇବାରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ବଡ ଦାୟିତ୍ୱ ଅଛି। ସ୍ଥାନୀୟ ଅଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଦିଗରେ ଲୋକାର୍ପିତ ହୋଇଥିବା ଏହି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦ୍ୱାରା ଅନେକ ଲୋକମାନେ ଉପକୃତ ହୋଇପାରିବେ। ଗରିବ ଓ ବଞ୍ଚିତ ଲୋକଙ୍କ ସ୍ୱାସ୍ଥ୍ୟସେବାକୁ କେମିତି ସୁବିଧାଜନକ କରାଯିବ, ସେଥିପାଇଁ ଆମ ସରକାର ଦାୟିତ୍ୱ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍ – ସବକା ବିକାଶ’କୁ ପ୍ରାଥମିକତାରେ ରଖି ସ୍ୱାସ୍ଥ୍ୟସେବାକୁ ପ୍ରାଧାନ୍ୟ ଦେଉଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ।

ଗ୍ରାମାଞ୍ଚଳରେ ଆଶା ଦିଦିଙ୍କର ଭୂମିକାକୁ ପ୍ରଶଂସା କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ଆମ ରାଜ୍ୟରେ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀ ସମୟରେ ସାହାଯ୍ୟ ସହଯୋଗ ଯୋଗାଇ ଦେବା ଦିଗରେ ଆଶା ଦିଦିମାନେ ବଡ ଦାୟିତ୍ୱ ନିର୍ବାହ କରି ଆସୁଛନ୍ତି। ନିକଟରେ କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ସମୟରେ ବୟସ୍କା ମହିଳାଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ଆଣି ସମସ୍ତଙ୍କ ଦ୍ୱାରା ପ୍ରଶଂସିତ ହୋଇଛନ୍ତି। ଆଜି ଜନ୍ମ ନେଉଥିବା ପିଲା ୨୦୪୭ ବା ଆଉ ୨୪ ବର୍ଷ ପରେ ସମ୍ବଲପୁର ସମେତ ଦେଶର ଦାୟିତ୍ୱ ନେବ। ତେଣୁ ବର୍ତ୍ତମାନ ସମୟରୁ ସେମାନଙ୍କର ସୁରକ୍ଷା ଓ ଦାୟିତ୍ୱ ଆମକୁ ନେବାକୁ ହେବ।

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଜିଲ୍ଲା ଚିକିତ୍ସାଳୟ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟସେବାରେ ସୁଧାର ଅଣାଯିବ। ଆଶା ଦିଦିଙ୍କ ସହଯୋଗରେ ହିଁ ଗର୍ଭବତୀ ମହିଳା, ଶିଶୁ ସ୍ୱାସ୍ଥ୍ୟାବସ୍ଥା ତଥା ସମ୍ବଲପୁର ଜିଲ୍ଲାର ସ୍ୱାସ୍ଥ୍ୟସେବାରେ ସୁଧାର ଆସିପାରିବ। ସେମାନଙ୍କ ଯୋଗଦାନ ବିନା ୨୦୪୭ ସୁଦ୍ଧା ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ।

ଏହି ଉଦଘାଟନ କାର୍ଯ୍ୟକ୍ରମରେ ରାଜ୍ୟ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ ମଧ୍ୟ ଉପସ୍ଥିତ ଥିଲେ।

ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ସ୍ୱାସ୍ଥ୍ୟସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026
Latest News

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.