Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ପୋଲିସ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ପାରସ୍ପରିକ ଆଲୋଚନା କାର୍ଯ୍ୟକ୍ରମ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ପୋଲିସ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ପାରସ୍ପରିକ ଆଲୋଚନା କାର୍ଯ୍ୟକ୍ରମ

November 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ‘ପ୍ରୋଜେକ୍ଟ ସମ୍ପର୍କ’ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଗତକାଲି ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ପୋଲିସ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ପାରସ୍ପରିକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଗୁଇନ୍ଦା ଡ଼ିଏସପି ପ୍ରଶାନ୍ତ ମାଝୀ ସ୍ୱାଗତ ଭାଷଣ ଦେଇଥିବାବେଳେ ମହାବିଦ୍ୟାଳୟ ପ୍ରଫେସର ଶୁଭେନ୍ଦୁ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଏସପି ସାଗରିକା ନାଥ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଜର ବହୁମୂଲ୍ୟ ଉପଦେଶ ପ୍ରଦାନ କରିଥିଲେ। ବିଶେଷକରି ଛାତ୍ରଛାତ୍ରୀଙ୍କୁ ଟ୍ରାଫିକ ନିୟମ ପାଳନ, ସାମାଜିକ ଗଣମାଧ୍ୟମକୁ କିପରି ଭାବେ ବ୍ୟବହାର କରିବା, କ୍ୟାରିଅର ଡେଭଲପମେଣ୍ଟ, ପରସ୍ପରକୁ ସମ୍ମାନ ଦେବା, ସାମାଜିକ ସଚେତନତା ଏବଂ ଆଜିର ସମାଜରେ ନାରୀମାନେ କିପରି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି, ତାହା ଉପରେ ଆଲୋକପାତ କରିଥିଲେ।

ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼ ବିନୋଦିନୀ ମିଶ୍ର ଯୁବପିଢ଼ିଙ୍କୁ ଦାଇତ୍ୱବାନ ଏବଂ ପରିଶ୍ରମୀ ହେବାପାଇଁ ପରାମର୍ଶ ଦେଇଥିଲେ।

ଅନୁରୂପ ଭାବେ ଉକ୍ତ ସଭାରେ ଖୋର୍ଦ୍ଧା ଅଞ୍ଚଳର ଦୁଇ ଜଣ ରାଜ୍ୟ ଏବଂ ଜାତୀୟ ସ୍ତରୀୟ ସଫଳ ଛାତ୍ରୀ ଆଥଲେଟ ସମସାଦ ଆରା ବେଗମ ଓ ସନୟା ଆରା ବେଗମଙ୍କୁ ସମ୍ମାନିତ କରିଥିଲେ ଏସପି।

ଉକ୍ତ କାର୍ଯ୍ୟକ୍ରମରେ ଦୁଇ ଅତିରିକ୍ତ ଏସପି ସୁରେନ୍ଦ୍ରନାଥ ମୁର୍ମୁ, ଶ୍ରୀନିବାସ ମହାନ୍ତି, ଖୋର୍ଦ୍ଧା ଭାରପ୍ରାପ୍ତ ଏସଡ଼ିପିଓ ଅନିଲ କୁମାର ମହାନ୍ତି, ଶିଳ୍ପାଞ୍ଚଳ ଥାନା ଅଧିକାରିଣୀ ଗାୟତ୍ରୀ ମିଶ୍ର ଏବଂ ମହାବିଦ୍ୟାଳୟର ସମସ୍ତ କର୍ମକର୍ତ୍ତାମାନେ ଯୋଗଦେଇଥିଲେ।

ସଭାଶେଷରେ ମହାବିଦ୍ୟାଳୟ ଉପାଧ୍ୟକ୍ଷ ପ୍ରଫେସର ପ୍ରଣବ କିଶୋର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ତେବେ ଖୋର୍ଦ୍ଧା ଏସପିଙ୍କ ଉକ୍ତ ପଦକ୍ଷେପକୁ ଜିଲ୍ଲାବାସୀ ପ୍ରଶଂସା କରିବା ସହ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟରେ ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ ହେଉ ବୋଲି ମତ ଦେଇଛନ୍ତି।

ଖୋର୍ଦ୍ଧା ଜିଲ୍ଲା ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.