Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଆସିଲା ବଡ ପ୍ରତିକ୍ରିୟା
ଆଜିର ଖବର

କଟକ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଆସିଲା ବଡ ପ୍ରତିକ୍ରିୟା

November 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କଟକ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ଏବେ ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି। ଏହି ମାମଲାକୁ ନେଇ ରାଜ୍ୟ ସରକାର ଗୁରୁତ୍ବର ସହ ନେଇଛନ୍ତି। ବର୍ତ୍ତମାନ ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ଆସିଛି।

ଆଇନ ମନ୍ତ୍ରୀ କହିଛନ୍ତି ଯେ, ମହିଳାଙ୍କ ଉପରେ ଆକ୍ରମଣ ହେଉ କି ନିର୍ଯାତନା କିମ୍ବା ଦୁଷ୍କର୍ମ, ସରକାର କଠୋର ଭାବେ ଦମନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ମହିଳା ବିରୋଧୀ ଅପରାଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବାକୁ ସରକାର କହିଛନ୍ତି।

କଟକରେ ଦୁର୍ଭାଗ୍ୟପୂର୍ଣ୍ଣ ସ୍ଥିତିରେ ଯେଉଁ ଘଟଣା ଘଟିଛି। ସେହି ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି। କୌଣସି ଟାଳଟୁଳ ନୀତି ଆପଣାଇବେନି। ଦୋଷୀକୁ ଦଣ୍ଡିତ କରିବା ପାଇଁ ସବୁ ପଦକ୍ଷେପ ନିଆଯିବ। ଓଡ଼ିଶାରେ ମହିଳା ବିରୋଧୀ ଅପରାଧରେ ଦଣ୍ଡ ବିଧାନ ହାର ସଜାଡ଼ିବା ପାଇଁ ପଦକ୍ଷେପ ନିଆଯାଉଛି। ୨୦୩୬ ସୁଦ୍ଧା ଓଡିଶା ଦେଶରେ ମହିଳା ବିରୋଧୀ ଅପରାଧ ମୁକ୍ତ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ପରେ ବ୍ଲାକମେଲିଂ କରିବା ଅଭିଯୋଗ ହୋଇଥିଲା। ଏହାପରେ ୬ ଜଣ ଅଭିଯୁକ୍ତଙ୍କୁ କଟକ ପୋଲିସ ଗରିଫ କରିଥିଲା।

ଅଭିଯୋଗ ଅନୁସାରେ କଟକର ଜଣେ କଲେଜ ଛାତ୍ରୀ ତାଙ୍କର ପୁରୁଷ ବନ୍ଧୁଙ୍କ ସହ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ସାଙ୍ଗମାନେ ତାଙ୍କର ଅଶ୍ଲିଳ ଫଟୋ ଉଠାଇଥିଲେ। ଏଥିରେ ସହଯୋଗ କରିଥିଲେ ଭରତପୁର ଅଞ୍ଚଳରେ ରହୁଥିବା କାଫେ ମାଲିକ। ଏହାପରେ ଛାତ୍ରୀଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ନେଇ ଗଣ ଦୁଷ୍କର୍ମ କରିଥିଲେ।

ଆଇନ ମନ୍ତ୍ରୀ କଟକ ଗଣଦୁଷ୍କର୍ମ ମାମଲା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026
Latest News

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.