Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଦସ୍ତଖତ ଅଭିଯାନ
ଆଜିର ଖବର

ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଦସ୍ତଖତ ଅଭିଯାନ

November 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚଳିତ ମାସ ୨୦ ରୁ ୨୮ ତାରିଖ ମଧ୍ୟରେ ଗୋଆରେ ଅନୁଷ୍ଠିତ ହେବାକୁ ଯାଉଛି ୫୫ ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ। ଏହି ଉତ୍ସବର ଅଧିକ ପ୍ରଚାର ପ୍ରସାର ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଛି।

ଭୁବନେଶ୍ୱର କେନ୍ଦ୍ରୀୟ ସଂଚାର ବ୍ୟୁରୋ, ପତ୍ର ସୂଚନା ବ୍ୟୁରୋ ଓ ସମାଜ ବିଜ୍ଞାନ ବିଭାଗର ମିଳିତ ଉଦ୍ୟମରେ ଏହି ଅଭିଯାନ ଆୟୋଜନ କରାଯାଇଛି। ସାମାଜ ବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ଡ. ରବୀନ୍ଦ୍ର ଗରଡା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବା ସହ ସମାଜ ବିଜ୍ଞାନ ଏବଂ ଚଳଚ୍ଚିତ୍ର ମଧ୍ୟରେ ଥିବା ସଂଯୋଗ ଉପରେ ଆଲୋକପାତ କରିଛନ୍ତି।ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ଼ର ଆଞ୍ଚଳିକ ଅଧିକାରୀ ତଥା ସିବିସିର ନିର୍ଦ୍ଦେଶକ ଡ. ଗିରୀଶ ଚନ୍ଦ୍ର ଦାସ ଯୋଗଦେଇ ଭାରତୀୟ ଓ ଓଡିଆ ଚଳଚ୍ଚିତ୍ରର ଗୌରବମୟ ଯାତ୍ରା ଉପରେ ଆଲୋକପାତ କରିଥିଲେ। ଆଗାମୀ ଚଳଚ୍ଚିତ୍ର ମହୋତ୍ସବ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଓ ଅନ୍ୟାନ୍ୟ ମାଧ୍ୟମରେ ପ୍ରଚାର ପ୍ରସାର ପାଇଁ ଛାତ୍ରଛାତ୍ରୀଙ୍କୁ ଡ ଦାଶ ପରାମର୍ଶ ଦେଇଥିଲେ।

କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଅବସରପ୍ରାପ୍ତ ସହକାରୀ କମିଶନର ଅଶୋକ କୁମାର ମିଶ୍ର, ଚଳଚ୍ଚିତ୍ର ମହୋତ୍ସବର ଗୁରୁତ୍ୱ ସମ୍ପର୍କରେ ମତ ଦେଇ ମହୋତ୍ସବରେ ଅଂଶ ହେବାକୁ କହିଥିଲେ। ଚଳଚ୍ଚିତ୍ର ମାଧ୍ୟମରେ ସମାଜରେ ବିଭିନ୍ନ ପରିବର୍ତ୍ତନ ଆସିପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପତ୍ର ସୂଚନା କାର୍ଯ୍ୟାଳୟର ଉପ ନିର୍ଦ୍ଦେଶକ ମନୋଜ କୁମାର ଜାଲି, ସମାଜ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ତନୟା ମହାନ୍ତି ଯୋଗ ଦେଇଥିଲେ। ସିବିସି କାର୍ଯ୍ୟକ୍ରମ ଅଧିକାରୀ ଏବଂ କ୍ଷେତ୍ର ପ୍ରଚାର ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ଧନ୍ୟବାଦ ଦେଇଥିଲେ। ଦସ୍ତଖତ ଅଭିଯାନରେ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

iffi ଉତ୍କଳ ବିଶ୍ୱବିଦ୍ୟାଳୟ ଦସ୍ତଖତ ଅଭିଯାନ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ପରି ଐତିହାସିକ ପଦକ୍ଷେପକୁ ଅମିତ ଶାହଙ୍କ ପ୍ରଶଂସା

December 27, 2025

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର

December 27, 2025

ଖାରବେଳ ଭବନଠାରେ ସୃଜନ କ୍ୟାଣ୍ଟିନର ଶୁଭାରମ୍ଭ କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

December 27, 2025

‘ଆତଙ୍କବାଦ ବିରୋଧୀ ସମ୍ମିଳନୀ-୨୦୨୫’ କୁ ଉଦଘାଟନ କଲେ ଅମିତ ଶାହ

December 27, 2025
Latest News

ସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ପରି ଐତିହାସିକ ପଦକ୍ଷେପକୁ ଅମିତ ଶାହଙ୍କ ପ୍ରଶଂସା

December 27, 2025

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର

December 27, 2025

ବାହାର ରାଜ୍ୟର ଧାନ ଗାଡି ଉପରେ ନଜର ରଖିବା ପାଇଁ ବିଭିନ୍ନ ଜିଲ୍ଲାରେ ଏନଫୋର୍ସମେଣ୍ଟ ଟିମ ନିଯୁକ୍ତ

December 27, 2025

ଖାରବେଳ ଭବନଠାରେ ସୃଜନ କ୍ୟାଣ୍ଟିନର ଶୁଭାରମ୍ଭ କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

December 27, 2025

‘ଆତଙ୍କବାଦ ବିରୋଧୀ ସମ୍ମିଳନୀ-୨୦୨୫’ କୁ ଉଦଘାଟନ କଲେ ଅମିତ ଶାହ

December 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.