Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଏନଏସି କର୍ତ୍ତୃପକ୍ଷଙ୍କ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ, ହାଇକୋର୍ଟର ପୁନଃ ଦ୍ୱାରସ୍ଥ ହେଲେ ଆବେଦନକାରୀ
ଆଜିର ଖବର

ବାଣପୁର ଏନଏସି କର୍ତ୍ତୃପକ୍ଷଙ୍କ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ, ହାଇକୋର୍ଟର ପୁନଃ ଦ୍ୱାରସ୍ଥ ହେଲେ ଆବେଦନକାରୀ

November 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ଓଡିଶା ଉଚ୍ଚ ନ୍ୟାୟାଳୟଙ୍କୁ ଅଦାଲତ ଅବମାନନା ମାମଲା ନମ୍ବର ୧୮୫୬୮/୨୦୨୪ ରେ କିଛି ବିଭ୍ରାନ୍ତିକର ତଥ୍ୟ ଦେଇଥିବାରୁ ତାହାକୁ ପ୍ରତିବାଦ କରି ଆବେଦନକାରୀ ଆଇନଜୀବୀ ସୀତାରାମ ଅଗ୍ରୱାଲ ପୁନଶ୍ଚ ଉଚ୍ଚ ନ୍ୟାୟାଳୟରେ ଏକ ମଧ୍ୟବର୍ତ୍ତିକାଳୀନ ପିଟିସନ ଆଗତ କରିଛନ୍ତି।

ସୂଚନା ଥାଉକି ଚଳିତ ବର୍ଷ ଜାନୁଆରୀ ୯ ତାରିଖରେ ମାନ୍ୟବର ଉଚ୍ଚ ନ୍ୟାୟାଳୟର ବିଚାରପତି ବିଭୁ ପ୍ରସାଦ ରାଉତରାୟ, ଆବେଦନକାରୀ ଆଇନଜୀବୀ ଶ୍ରୀ ଅଗ୍ରୱାଲ ଦାୟର କରିଥିବା ରିଟ ପିଟିସନ (୪୧୮୧୮/୨୦୨୩) ର ଶୁଣାଣି କରି ୩ ମାସ ମଧ୍ୟରେ ଆଇନ ଅନୁଯାୟୀ ଆବେଦନକାରୀଙ୍କ ସମସ୍ୟାର ସମାଧାନ କରିବାକୁ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଣି କାଦମ୍ବିନୀ ଜେନାଙ୍କୁ ନିର୍ଦ୍ଦେଶ ଦେଇଥିଲେ l ତେବେ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁଯାୟୀ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଶ୍ରୀମତୀ ଜେନା ନିର୍ଦିଷ୍ଟ ସମୟସିମା ମଧ୍ୟରେ ଆବେଦନକାରୀଙ୍କ ସମସ୍ୟାର ସମଧାନ ନକରିଥିବାରୁ ଆବେଦନକାରୀ ଆଇନଜୀବୀ ଶ୍ରୀ ଅଗ୍ରୱାଲ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଶ୍ରୀମତୀ ଜେନାଙ୍କ ବିରୁଦ୍ଧରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ।

ତେବେ ଉକ୍ତ ଅଦାଲତ ଅବମାନନା ମାମଲାରୁ ନିଜକୁ ବଞ୍ଚାଇବା ପାଇଁ କାର୍ଯ୍ୟନିର୍ବାହୀ ଅଧିକାରିଣୀ ଶ୍ରୀମତୀ ଜେନା ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କୁ କିଛି ବିଭ୍ରାନ୍ତିକର ତଥ୍ୟ ପ୍ରଦାନ କରିଥିବାରୁ ଏହାକୁ ପ୍ରତିବାଦ କରି ଆବେଦନକାରୀ ଆଇନଜୀବୀ ଶ୍ରୀ ଅଗ୍ରୱାଲ ପୁନଶ୍ଚ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଉକ୍ତ ମଧ୍ୟବର୍ତ୍ତିକାଳୀନ ପିଟିସନ ରୁଜୁ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଉକ୍ତ ମାମଲାକୁ ବରିଷ୍ଠ ଆଇନଜୀବୀ ଜୟଦେବ ବେହେରା ପରିଚାଳନା କରୁଛନ୍ତି।

ଅଦାଲତ ଅବମାନନା ମାମଲା ବାଣପୁର ଏନଏସି ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ହାଇକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.