Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ୨୦୨୪’ ଉଦ୍‌ଘାଟିତ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ୨୦୨୪’ ଉଦ୍‌ଘାଟିତ

November 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଜି ଭୁନେଶ୍ୱରସ୍ଥିତ କନଭେନସନ୍‌ ସେଣ୍ଟର୍‌ଠାରେ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ୨୦୨୪’ ଉଦ୍‌ଘାଟିତ ହୋଇଯାଇଛି। ସମ୍ମିଳନୀ ଅବସରରେ ଶ୍ରୀ ଅନ୍ନର ବହୁଳ ବ୍ୟବହାର ଏବଂ ଏହାର ଗୁଣାତ୍ମକ ଦିଗ ବାବଦରେ ବିଭିନ୍ନ ବୈଷୟିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।

ଏକ ବୈଷୟିକ ଅଧିବେଶନରେ ବିସ୍ମୃତ ଖାଦ୍ୟଶସ୍ୟର ପ୍ରକ୍ରିୟାକରଣ ଓ ମୂଲ୍ୟଯୋଗକୁ ନେଇ ବିସ୍ତୃତ ଆଲୋଚନା। ଏହି ଆଲୋଚନାରେ ବିସ୍ମୃତ ଖାଦ୍ୟକୁ ଲୋକାଭିମୁଖ କରିବା ଉଦ୍ଦେଶ୍ୟରେ ଏହାକୁ କିପରି ନୂତନ ଉପାୟରେ, ନୂତନ ପ୍ରଣାଳୀ ମାଧ୍ୟମରେ ଅଧିକ ଲୋକପ୍ରିୟ କରାଯାଇପାରିବ ସେ ନେଇ ଆଲୋଚନା କରାଯାଇଥିଲା।

ବୈଠକର ମୁଖ୍ୟବକ୍ତା ଭାବେ ଯୋଗଦେଇ ଓୟୁଏଟିର ଅଧ୍ୟାପକ ଡ. ନିହାର ରଞ୍ଜନ ସାହୁ ନୂତନ ପ୍ରକ୍ରିୟାକରଣ ଓ ମୂଲ୍ୟଯୋଗ ଦ୍ୱାରା ବିସ୍ମୃତ ଖାଦ୍ୟକୁ କିଭଳି ପୁଣି ଲୋକପ୍ରିୟ କରାଯାଇପାରିବ ସେ ନେଇ ମତ ରଖିଥିଲେ। ମହାରାଷ୍ଟ୍ରରୁ ଆସିଥିବା ସୃଜନ ସଂସ୍ଥାର ଟିମ୍‌ ଲିଡର ସନ୍ଦୀପ ଭୂଜେଲ ଆତ ଉତ୍ପାଦନରେ ଆଣିଥିବା ବୈପ୍ଲବିକ ପରିବର୍ତ୍ତନ ଓ ନିଜର ଅନୁଭୂତି ସମ୍ପର୍କରେ ଆଲୋଚନା କରିଥିଲେ। ଏମ୍‌. ଏସ୍‌. ସ୍ୱମୀନାଥାନ ରିସର୍ଚ୍ଚ ଫାଉଣ୍ଡେସନର ବୈଜ୍ଞାନିକ ଡ କାର୍ତ୍ତିକ ଚରଣ ଲେଙ୍କା ପୋଷଣୀୟ ଶକ୍ତି ବୃଦ୍ଧିରେ ବିସ୍ମୃତ ଖାଦ୍ୟର ଭୂମିକା ସମ୍ପର୍କରେ ସୂଚନା ଦେଇଥିଲେ। ସେଣ୍ଟ୍ରାଲ ଟୁ୍ୟବର୍‌ କ୍ରª ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ଅଧକ୍ଷ ଡ଼. କେ. ଲକ୍ଷ୍ମୀନାରୟଣ ମାଟି ତଳେ ଫଳୁଥିବା ଫସଲ ଯଥା – ମାଟି ଆଳୁ, ପାଳୁଅ, କନ୍ଦମୂଳ, ସାରୁ ଆଦି ଫସଲର ମୂଲ୍ୟଯୋଗ ସମ୍ପର୍କରେ ସୂଚନା ଦେଇଥିଲେ।

ତାଞ୍ଜାଭୁରସ୍ଥିତ ଦି ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଫୁଡ୍‌ ଟେକ୍ନୋଲୋଜି, ଏଣ୍ଟ୍ରୋପ୍ରିନୋର୍ସିିପ ଆଣ୍ଡ ମାନେଜ୍‌ମେଣ୍ଟର ସହାୟକ ଅଧ୍ୟାପକ ଡ଼ ଭିନସେଣ୍ଟ ହେମା ବିସ୍ମୃତ ଖାଦ୍ୟର ପୋଷଣୀୟତା ବୃଦ୍ଧି ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକରେ ଅନେକ ଚାଷୀ ଯୋଗ ଦଇ ଚାଷକୁ ନେଇ ନିଜ ନିଜ ସମସ୍ୟା ବିଷୟରେ ପଚାରି ବୁଝିଥିଲେ।

ଶେଷରେ ଉପସ୍ଥିତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଶ୍ରୀ ଅନ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.