Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହୋଇଗଲା ପଞ୍ଚୁକ, ଜାଣନ୍ତୁ କଣ ରହିଛି ଏବଂ କିପରି ପାଳନ କରାଯାଇ ଥାଏ ଏହି ବ୍ରତ
ଆଜିର ଖବର

ଆରମ୍ଭ ହୋଇଗଲା ପଞ୍ଚୁକ, ଜାଣନ୍ତୁ କଣ ରହିଛି ଏବଂ କିପରି ପାଳନ କରାଯାଇ ଥାଏ ଏହି ବ୍ରତ

November 11, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
କାର୍ତ୍ତିକ ମାସ
କାର୍ତ୍ତିକ ମାସରେ ମାନନ୍ତୁ ଏହି ସାତୋଟି କଥା, ଜୀବନରେ ହାସଲ କରିବେ ପୂର୍ଣ୍ଣ ସଫଳତା

ଭୁବନେଶ୍ବର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି। ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି। ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି। ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି। ତେଣୁ ଏହାକୁ \’ବକ ପଞ୍ଚକ\’ କୁହାଯାଏ।

ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ। ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ। ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି। କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ। ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା। ଏଣୁ ଆଜିଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ। ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ। ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି।

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର‌୍ୟ୍ୟନ୍ତ ପରମ ପବିତ୍ର ଦିବସ। ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି ଓ ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି। “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି ଓ” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି ଓ ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ ଓ ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ। “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି ।” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ ଓ ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ। ସ୍କନ୍ଦ ପୁରାଣ ମତରେ…

“ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ
ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ
ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି
ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ
ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍
ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି ”

ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ ଓ ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ ଓ ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି ଓ କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ ଓ ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା।

ଏଣୁ ଆଜିଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ ଓ ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ ଓ ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ ଓ ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ।

ମନ୍ତ୍ର ହେଉଛି-

“ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ
ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ ଓ”

ଆଜନ୍ମ ବ୍ରାହ୍ମଚର‌୍ୟ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି। ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ମଧ୍ୟ ପାଳନ କରନ୍ତି।

କାର୍ତ୍ତିକ ପଞ୍ଚୁକ ପଞ୍ଚୁକ ବ୍ରତ
Share. Facebook Twitter LinkedIn Email WhatsApp Copy Link

Related Posts

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.