Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ
ଆଜିର ଖବର

ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

November 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ଵର: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ମିଳିତ ଭାବେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ୱେବସାଇଟ୍ (pbdindia.gov.in)କୁ ଉନ୍ମୋଚନ କରିଛନ୍ତି। ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ମଧ୍ୟ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ପ୍ରବାସୀ ଭାରତୀୟ ଦିବସ (ପିବିଡି) ସମ୍ମିଳନୀ ଭାରତ ସରକାରଙ୍କ ଏକ ପ୍ରମୁଖ କାର୍ଯ୍ୟକ୍ରମ। ବିଦେଶରେ ରହୁଥିବା ଭାରତୀୟ ପ୍ରବାସୀଙ୍କ ସହ ଯୋଗାଯୋଗ ଏବଂ ସମ୍ପର୍କ ସ୍ଥାପନ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ପ୍ରଦାନ କରିଥାଏ। ଓଡ଼ିଶା ସରକାରଙ୍କ ସହଯୋଗରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଆସନ୍ତା ୨୦୨୫ ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ।

୨୦୨୫ ପାଇଁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ବିଷୟବସ୍ତୁ ହେଉଛି ‘‘ଏକ ବିକଶିତ ଭାରତରେ ପ୍ରବାସୀଙ୍କ ଅବଦାନ’’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦଘାଟନ କରିବେ। ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ମିଳିତ ସହଯୋଗରେ ପ୍ରବାସୀ ଭାରତୀୟ ଦିବସର ଏକ ଯୁବ ସଂସ୍କରଣ ଅନୁଷ୍ଠିତ ହେବ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଉଦଯାପନୀ ଅଧିବେଶନରେ ଅଧ୍ୟକ୍ଷତା କରିବା ସହ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିବେ।

ୱେବସାଇଟର ଉନ୍ମୋଚନ ସହ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଅଂଶଗ୍ରହଣ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଏହି ୱେବସାଇଟ ଓଡ଼ିଶାରେ ରହିବା ପାଇଁ ରିଜର୍ଭେସନ ସୁବିଧା ପ୍ରଦାନ କରିବ ଏବଂ ପ୍ରବାସୀ ଭାରତୀୟ ଦିବସ ୨୦୨୫ ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିବ।

ୱେବସାଇଟକୁ ଉନ୍ମୋଚନ କରିବା ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରେରଣାଦାୟୀ ନେତୃତ୍ୱରେ ଭାରତ ସରକାର ୩୫ ନିୟୁତରୁ ଅଧିକ ପ୍ରଭାବଶାଳୀ ଭାରତୀୟ ପ୍ରବାସୀଙ୍କ କଲ୍ୟାଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛନ୍ତି। ବିଦେଶ ଗସ୍ତ ସମୟରେ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ନିୟମିତ ବାର୍ତ୍ତାଳାପ କରିଛନ୍ତି। ଭାରତର ବିକାଶ ଧାରା ପ୍ରତି ପ୍ରବାସୀଙ୍କ ଅତୁଟ ସମର୍ଥନ ଭାରତ ଏବଂ ଏହାର ବିଶ୍ୱ ସମୁଦାୟ ମଧ୍ୟରେ ଥିବା ଦୃଢ଼ ସମ୍ପର୍କର ପ୍ରମାଣ। ଭାରତୀୟ ପ୍ରବାସୀ ମାନେ ଏକ ବିକଶିତ ଭାରତ ଅଭିମୁଖେ ଭାରତର ଅଗ୍ରଗତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ।

ଓଡ଼ିଶା ଗସ୍ତରେ ଆସୁଥିବା ପ୍ରବାସୀ ଭାରତୀୟଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି। ପ୍ରବାସୀମାନେ ଓଡ଼ିଶାର ସମୃଦ୍ଧ ଐତିହାସିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଐତିହ୍ୟର ପ୍ରତ୍ୟକ୍ଷ ଅନୁଭୂତି ହାସଲ କରିପାରିବେ ବୋଲି ସେ ଆଶା ବ୍ୟକ୍ତ କରିଥିଲେ। ପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ବହୁ ସଂଖ୍ୟାରେ ଅଂଶଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ।

ଡକ୍ଟର ଏସ ଜୟଶଙ୍କର ପ୍ରବାସୀ ଭାରତୀୟ ଦିବସ ବୈଦେଶିକ ବ୍ୟାପାର ମନ୍ତ୍ରୀ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.