Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଞ୍ଜନଗରରେ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ 
ଆଜିର ଖବର

ଭଞ୍ଜନଗରରେ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ 

November 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ (ଜେଲ୍ ପଡିଆ)ରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି। ଏହି ମେଳା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରିଥିଲେ।

ସମ୍ମାନିତ ଅତିଥି ରୂପେ ମାନ୍ୟବର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ,ସୋରଡା ବିଧାୟକ ନିଳମଣୀ ବିଷୋୟୀ, ଆସିକା ବିଧାୟକ ସରୋଜ କୁମାର ପାଢ଼ୀ, ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଗ୍ରାମାଞ୍ଚଳ ଚାଷୀଙ୍କ ଅର୍ଥନୈତିକ ବିକାଶ ହେଲେ ରାଜ୍ୟର ବିକାଶ ହେବ। ସରକାର ସମସ୍ତ ପ୍ରକାର କୃଷି ଯନ୍ତ୍ରପାତିକୁ ରିହାତି ଦରରେ ଚାଷୀ ମାନଙ୍କୁ କୃଷି ବିଭାଗ ମାଧ୍ୟମରେ ଯୋଗାଇ ଦେଉଛନ୍ତି।

ପ୍ରକୃତ ହିତାଧିକାରୀଙ୍କ ନିକଟରେ ସରକାରଙ୍କ ସମସ୍ତ ଯୋଜନା ପହଞ୍ଚିଲେ କୃଷି ଓ କୃଷକର ବିକାଶ ହେବ ବୋଲି ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ। ତିନିଦିନ ଧରି ଚାଲିବାକୁ ଥିବା ମେଳାରେ ଟ୍ରାକ୍ଟର, ପାଓ୍ବାରଟିଲର, ଧାନ ଅମଳ, ଧାନ ଋଆ,ମଞ୍ଜି ସଫା,ରୋଟାଭେଟର,ଘାସ ଛେଦନ, କୋଡାଖୁସା,ଘାସ କଟା,ଗାତ ଖୋଳା,ଧାନ କଳ, ମକା ଛଡା, ଡାଲି କଳ, ତେଲ କଳ, ମୁଢି ମିଲ୍, ବିହନ ବୁଣା, ସାର ବୁଣା ଓ ଔଷଧ ସିଞ୍ଚନ ଭଳି ବିଭିନ୍ନ କୃଷି ଯନ୍ତ୍ରପାତି ରିହାତି ବିକ୍ରି ସହ ପ୍ରଦର୍ଶନ କରାଯାଉଛି। ଏହା ସହ ଅଞ୍ଚଳର ଚାଷୀଙ୍କୁ ନେଇ କୃଷି ପାଠଶାଳା ମଧ୍ୟ ଅନୁଷ୍ଠିତ ହୋଇଛି।

ଏହି ମେଳାରେ ବିଭିନ୍ନ ପ୍ରକାର ଅତ୍ୟାଧୁନିକ କୃଷି ଯନ୍ତ୍ରପାତି,ବିଭିନ୍ନ ମହିଳା ଏସଏଚଜି ଗୋଷ୍ଠୀର ଉତ୍ପାଦନ ଦ୍ରବ୍ୟ ସମେତ ସରକାରଙ୍କ ବିଭିନ୍ନ ବିଭାଗର ୨୫ ଷ୍ଟଲ ମେଳାରେ ଖୋଲା ଯାଇଛି।ଏହି ଅବସରରେ ୬ ଜଣ କୃଷକ ଙ୍କୁ ରିହାତି ଦରରେ ଟ୍ରାକ୍ଟର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଉପଜିଲ୍ଲାପାଳ ବିଶ୍ବରଞ୍ଜନ କର,ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ, ବ୍ଲକ ସାଂସଦ ପ୍ରତିନିଧି ରବିନ୍ଦ୍ର କୁମାର ଗୌଡ,ନଗର ସାଂସଦ ପ୍ରତିନିଧି ସନ୍ତୋଷ କୁମାର ତିଆଡି ଉପସ୍ଥିତ ଥିଲେ।ଗଞ୍ଜାମ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରବିନାରାୟଣ ପଣ୍ଡା ସ୍ବାଗତ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ କୃଷି ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଚୌଧୁରୀ ଦେବବ୍ରତ ଦାସ ଯୋଗ ଦେଇ ବିଭିନ୍ନ କୃଷି ଯନ୍ତ୍ରପାତିର ବ୍ୟବହାର ଓ ଜ୍ଞାନକୌଶଳ ଉପଯୋଗିତା ଉପରେ ଉପସ୍ଥିତ ଚାଷୀଙ୍କୁ ଅବଗତ କରାଇଥିଲେ।

ଭଞ୍ଜନଗର କୃଷି ଜିଲ୍ଲା ଅଧିକାରୀ ବ୍ୟାମକେଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମରେ ଭଞ୍ଜନଗର ଉପଖଣ୍ଡ ଅଧିନ ୮ଟି ବ୍ଲକର ଚାଷୀ ଯୋଗଦେଇଥିଲେ। ସହକାରୀ କୃଷି ଅଧିକାରୀ ଦିବ୍ୟରଞ୍ଜନ ମାଝୀଙ୍କ ସମେତ ସମସ୍ତ କୃଷି ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ।

କୃଷି ଯନ୍ତ୍ରପାତି ମେଳା ଭଞ୍ଜନଗର
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.