Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ରେ ପୋଷ୍ୟ ସନ୍ତାନ ଗ୍ରହଣ ସଂପର୍କରେ ଏକ ଦିବସୀୟ ସଚେତନତା କାର୍ଯ୍ୟକ୍ରମ
ଆଜିର ଖବର

ନୟାଗଡ଼ରେ ପୋଷ୍ୟ ସନ୍ତାନ ଗ୍ରହଣ ସଂପର୍କରେ ଏକ ଦିବସୀୟ ସଚେତନତା କାର୍ଯ୍ୟକ୍ରମ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼: ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଦ୍ୱାରା ପୋଷ୍ୟ ମାସ ପାଳନ ଅବସରରେ ଏକ ସଚେତନତା ରଥର ଶୁଭ ଉଦ୍‌ଘାଟନ କରାଯାଇଥିଲା। ଏହାପରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ଯକ୍ଷତାରେ ପୋଷ୍ୟ ସନ୍ତାନ ଗ୍ରହଣ କର୍ମଶାଳା ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଶିଶୁ ମଙ୍ଗଳ ସମିତିର ଅଧ୍ଯକ୍ଷ କିଶୋର ଚନ୍ଦ୍ର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧୁକାରୀ ସୁରେନ୍ଦ୍ର କୁମାର ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସିବିୟନ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଅର୍ଚ୍ଚନା କଅଁର, ଉପ ଆରକ୍ଷୀ ଅଧୀକ୍ଷକ ହେମନ୍ତ ରାଓ, ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ଡ଼.ସୁବାସ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ପୋଷ୍ୟ ସନ୍ତାନ ଗ୍ରହଣ ସମ୍ବନ୍ଧରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ କଟକ ପ୍ରକଳ୍ପ ନିର୍ଦ୍ଦେଶକ ସଂଯୋଗ ପ୍ରଶାନ୍ତ କୁମାର ପାଲଟାସିଂ ସଂସାଧନ ସଦସ୍ୟ ଭାବେ ଯୋଗ ଦେଇ ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ କିଭଳି ଭାବେ ଅଭିବୃଦ୍ଧି ଘଟିବ ଓ ପ୍ରତିପାଳକ ଯତ୍ନ ବ୍ୟବସ୍ଥାର ସଠିକ୍ କାର୍ଯ୍ୟକାରୀ ହୋଇପାରିବ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ। ଏହି ସେଚନତା କାର୍ଯ୍ୟକ୍ରମରେ ଚାଇଲଡ୍ ହେଲପ୍ ଲାଇନର ସୁଦୂର ପ୍ରସାର ନିମନ୍ତେ ପୋଷ୍ଟର ଗୁଡ଼ିକୁ ମଞ୍ଚାସୀନ ଅତିଥିମାନେ ଉନ୍ମୋଚନ କରିଥିଲେ। ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଦମ୍ପତିଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଏହି କର୍ମଶାଳାରେ ନୟାଗଡ଼ ଜିଲ୍ଲାର ସମସ୍ତ ସିଡିପିଓ, ସୁପରଭାଇଜର, ନର୍ସିଂ ହୋମର କର୍ମକର୍ତ୍ତା, ସାମାଜିକ ଅନୁଷ୍ଠାନ, ଶିଶୁ ପରିଚର୍ଯ୍ୟା ଅନୁଷ୍ଠାନର ତତ୍ବାବଧାରକ, ଆଶା ସଂଯୋଜକ ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଯତ୍ନ ଅଧିକାରୀ ସତ୍ୟରଞ୍ଜନ ଦାସ ସଂଯୋଜନା କରିଥିଲା ବେଳେ ଅଣଆନୁଷ୍ଠାନିକ ଯତ୍ନ ଅଧିକାରୀ ଶୈଳବାଳା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ନୟାଗଡ ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଦୈନନ୍ଦିନ ଜୀବନଶୈଳୀକୁ ପରିବର୍ତ୍ତନ କରିବାର ଉପାୟ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ବଡ଼ ପଦକ୍ଷେପ

September 16, 2025

ଦୁଷ୍କର୍ମରେ ଓଡିଶା ପାଲଟିଲା ମଣିପୁର, ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍

September 16, 2025

ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନରେ ଆଦିତ୍ୟ ବିର୍ଲା ଗ୍ରୁପ ରାଜ୍ୟ ସରକରଙ୍କ ଠାରୁ ପାଇଲା ପୁରସ୍କାର

September 16, 2025

ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

September 16, 2025
Latest News

ଦୈନନ୍ଦିନ ଜୀବନଶୈଳୀକୁ ପରିବର୍ତ୍ତନ କରିବାର ଉପାୟ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ବଡ଼ ପଦକ୍ଷେପ

September 16, 2025

ଦୁଷ୍କର୍ମରେ ଓଡିଶା ପାଲଟିଲା ମଣିପୁର, ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍

September 16, 2025

ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନରେ ଆଦିତ୍ୟ ବିର୍ଲା ଗ୍ରୁପ ରାଜ୍ୟ ସରକରଙ୍କ ଠାରୁ ପାଇଲା ପୁରସ୍କାର

September 16, 2025

ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

September 16, 2025

୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.