Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତ୍ରି -ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ
ଆଜିର ଖବର

ତ୍ରି -ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟରେ ଚାଲିଥିବା ତ୍ରି-ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ବୁଧବାର ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ତ୍ରିଲୋଚନ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଚେତା ପାଣି,ସ୍ବତନ୍ତ୍ର ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରଓ୍ବାନ ଓ ସମ୍ମାନିତ ଅତିଥି ଭାବେ ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର କୁଳସଚିବ ପିତାମ୍ବର ଭୋଇ ଯୋଗ ଦେଇ ଯୁବ ରେଡକ୍ରସର ମହନୀୟ ନୀତି ଓ ଆଦର୍ଶ ମାନବ ଜୀବନର ବ୍ରତ ହେବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ। ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ତର୍କ, ପ୍ରବନ୍ଧ, ଚିତ୍ରାଙ୍କନ,କଣ୍ଠ ସଂଗୀତ,ନୃତ୍ୟ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ତ୍ରି-ଦିବସୀୟ ଶିବିରରେ ରେଡକ୍ରସ୍ ର ଇତିହାସ, ବିକାଶ ଓ ମୌଳିକ ନୀତି, ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା ଓ ଅଗ୍ନି ନିରାପତ୍ତା, ସାଇବର ନିରାପତ୍ତା, ସଡ଼କ ସୁରକ୍ଷା ସଚେତନତା, ମହିଳା ସଶକ୍ତିକରଣ, ସମାଜର ପରିବର୍ତ୍ତନରେ ସ୍ବେଛାସେବୀମାନଙ୍କ ଭୂମିକା, ରକ୍ତଦାନର ଆବଶ୍ୟକତା ଓ ମହତ୍ତ୍ଵ, ଯୋଗ ଓ ପ୍ରାଣାୟାମ ବିଷୟରେ ଶିକ୍ଷା ତଥା ତାଲିମ ପ୍ରଦାନ କରାଯାଇଥିଲା। ଶିବିରର ଦ୍ବିତୀୟ ଦିବସରେ ଆୟୋଜିତ ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ମୋଟ ୫୮ୟୁନିଟ ରକ୍ତ ସଂଗୃହିତ ହୋଇଥିଲା।

ଏହି ଶିବିରରେ ବିଭିନ୍ନ ମହାବିଦ୍ୟାଳୟରୁ ୧୩୦ଜଣ ସ୍ବେଚ୍ଛାସେବୀ ଓ ପରାମର୍ଶଦାତା ଅଂଶ ଗ୍ରହଣ କରିଥିଲେ। ଶିବିର ଆୟୋଜନରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ତଥା ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥଲେ। .

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026
Latest News

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.