Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
ଆଜିର ଖବର

ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

November 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦି
ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ: ତଦନ୍ତ ଆରମ୍ଭ କଲା ମେଲବୋର୍ଣ୍ଣ ପୋଲିସ

ନୂଆଦିଲ୍ଲୀ: ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ମୁଁ ଏବେ ବିମାନରେ ଚଢ଼ିବାକୁ ଯାଉଛି।

ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ଏହା ମୋର ପ୍ରଥମ ନାଇଜେରିଆ ଗସ୍ତ, ଯିଏକି ପଶ୍ଚିମ ଆଫ୍ରିକା ଅଞ୍ଚଳରେ ଘନିଷ୍ଠ ସହଯୋଗୀ। ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର ଓ ବହୁଳବାଦର ପାରସ୍ପରିକ ବିଶ୍ୱାସ ଆଧାରିତ ତାକୁ ସୁଦୃଢ଼ କରିବା ପାଇଁ ମୋର ଗସ୍ତ ଏକ ସୁଯୋଗ। ନାଇଜେରିଆରୁ ହିନ୍ଦୀରେ ମୋତେ ସ୍ୱାଗତମ ବାର୍ତ୍ତା ପଠାଇଥିବା ଭାରତୀୟ ସମୁଦାୟ ଓ ବନ୍ଧୁମାନଙ୍କୁ ଭେଟିବାକୁ ମଧ୍ୟ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛି।

ବ୍ରାଜିଲରେ ମୁଁ ୧୯ ତମ ଜି-୨୦ ଶିଖର ସମ୍ମିଳନୀରେ ଟ୍ରୋଇକା ସଦସ୍ୟ ଭାବେ ଯୋଗ ଦେବି। ଗତ ବର୍ଷ ଭାରତ ସଫଳତାର ସହ ଅଧ୍ୟକ୍ଷତା କରିବା କରି ଜି-୨୦କୁ ଜନସାଧାରଣଙ୍କ ଜି-୨୦ ଭାବେ ଶୀର୍ଷକୁ ନେଇଥିଲା ଏବଂ ଗ୍ଲୋବାଲ ସାଉଥର ଅଗ୍ରାଧିକାରକୁ କାର୍ଯ୍ୟସୂଚୀରେ ସାମିଲ କରିପାରିଥିଲା। ଚଳିତ ବର୍ଷ ବ୍ରାଜିଲ ଏହେି ପରମ୍ପରାକୁ ଆଗକୁ ନେବ। ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ଦୃଷ୍ଟିକୋଣ ଅନୁଯାୟୀ ଫଳପ୍ରଦ ଆଲୋଚନାକୁ ମୁଁ ଅପେକ୍ଷା କରି ରହିଛି। ଅନ୍ୟାନ୍ୟ ନେତାମାନଙ୍କ ସହ ଦ୍ୱିପାକ୍ଷିକ ସହଯୋଗ ସମ୍ପର୍କରେ ଭାବ ବିନିମୟ କରିବାକୁ ମଧ୍ୟ ଏହି ସୁଯୋଗର ମୁଁ ସଦ୍‌ବ୍ୟବହାର କରିବି।

ରାଷ୍ଟ୍ରପତି ମହମ୍ମଦ ଇରଫାନ ଅଲ୍ଲୀଙ୍କ ଆମନ୍ତ୍ରଣ କ୍ରମେ ମୋର ଗୁୟାନା ଗସ୍ତ ବିଗତ ୫୦ ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଗୁୟାନା ଗସ୍ତ ହେବ। ଐତିହ୍ୟ, ସଂସ୍କୃତି ଓ ନୈତିକତା ଆଧାରରେ ଆମର ସ୍ୱତନ୍ତ୍ର ସମ୍ପର୍କକୁ ରଣନୀତିକ ଦିଗକୁ ନେବାକୁ ଆମେ ଭାବ ବିନିମୟ କରିବୁ। ଭାରତର ଏକ ପୁରାତନ ସମୁଦାୟ ଯେଉଁମାନେ କି ୧୮୫ ବର୍ଷ ପୂର୍ବେ ଗୁୟାନା ଚାଲି ଯାଇଥିଲେ ସେମାନଙ୍କୁ ମୁଁ ସମ୍ମାନ ଜଣାଇବି ଏବଂ ଲୋକତନ୍ତ୍ରର ସାଥୀ ଭାବେ ସଂସଦରେ ମୁଁ ଉଦବୋଧନ ଦେବି।

ଏହି ଗସ୍ତ ଅବସରରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ପାଇଁ ମୁଁ ନାରିବିୟନ ସହଯୋଗୀ ଦେଶର ନେତୃବୃନ୍ଦଙ୍କ ସହ ଯୋଗ ଦେବି। ସୁଖ ଦୁଃଖ ସମୟରେ ଆମେ ଏକାଠି ହୋଇ ରହିଛୁ। ଶିଖର ସମ୍ମିଳନୀ ଆମକୁ ଐତିହାସିକ ସମ୍ପର୍କର ନବୀକରଣ ପାଇଁ ଏବଂ ନୂତନ କ୍ଷେତ୍ରକୁ ଆମ ସହଯୋଗକୁ ସମ୍ପ୍ରସାରିତ କରିବାକୁ ସୁଯୋଗ ଦେବ।

ଗୁୟାନା ଜି-୨୦ ଶିଖର ସମ୍ମିଳନୀ ନାଇଜେରିଆ ବ୍ରାଜିଲ ଶିଖର ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Latest News

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.