Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ‘ମିଶନ ଶକ୍ତି’ ମହିଳାଙ୍କ ହାତ ତିଆରି ଉତ୍ପାଦର ଚାହିଦା
ଆଜିର ଖବର

ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ‘ମିଶନ ଶକ୍ତି’ ମହିଳାଙ୍କ ହାତ ତିଆରି ଉତ୍ପାଦର ଚାହିଦା

November 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪। ଏହି ମେଳାରେ ଓଡ଼ିଶାର ମିଶନ ଶକ୍ତି ମହିଳାମାନଙ୍କ ହାତ ତିଆରି ବିଭିନ୍ନ ଉତ୍ପାଦର ବିଶେଷ ଚାହିଦା ରହିଛି। କନ୍ଧମାଳ ହଳଦୀ ସହିତ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ କିଣିବା ପାଇଁ ‘ଓଡ଼ିଶା ମଣ୍ତପ’ରେ ଲୋକଙ୍କର ଭିଡ଼ ଜମୁଛି।

ନଭେମ୍ବର ୧୪ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଆରମ୍ଭ ହୋଇଛି। ସୋମବାର ଦିନ ସଂସଦୀୟ କମିଟିର (ବାଣିଜ୍ୟ) ପ୍ରତିନିଧିମାନେ ‘ଓଡ଼ିଶା ମଣ୍ଡପ’ ପରିଦର୍ଶନ କରିଥିଲେ। ଓଡ଼ିଶାର କାରୁକାର୍ଯ୍ୟ, କଳା କାରିଗରିକୁ ଦେଖି ସେମାନେ ପ୍ରଶଂସା କରିଥିଲେ।

‘ଓଡ଼ିଶା ମଣ୍ଡପ’ରେ ଏଥର ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫ଟି ଷ୍ଟଲ ସ୍ଥାନ ପାଇଛି। ତା’ଭିତରେ ମିଶନ ଶକ୍ତି ବିଭାଗ ପକ୍ଷରୁ ୫ଟି ଷ୍ଟଲ ରହିଛି। ଏଥିରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର (ଏସଏଚଜି) ସଦସ୍ୟାମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଉତ୍ପାଦ ଆକର୍ଷଣ ସାଜିଛି।

ଯାଜପୁର ଜିଲ୍ଲାର ଜୟ ମା’ ମଙ୍ଗଳା ଏସଏଚଜି, କେନ୍ଦ୍ରାପଡ଼ା ଜିଲ୍ଲାର ସତ୍ୟସାଇ ଉତ୍ପାଦକ ଗୋଷ୍ଠୀ, ବାଲେଶ୍ୱରର ମା’ ସୁଭଦ୍ରା ଏସଏଚଜି, କନ୍ଧମାଳର ଶ୍ରୀୟା ଏସଏଚଜି ଏବଂ ଖୋର୍ଦ୍ଧାର ରାଧାରାଣୀ ଏସଏଚଜି ପକ୍ଷରୁ ପ୍ରସ୍ତୁତ ବିଭିନ୍ନ ଉତ୍ପାଦ ଓଡ଼ିଶା ମଣ୍ଡପରେ ପ୍ରଦର୍ଶନ ଓ ବିକ୍ରି କରାଯାଉଛି।

‘‘ପ୍ରଥମ ଥର ପାଇଁ ଆମେ ଦିଲ୍ଲୀରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାକୁ ଆସିଛୁ। ଆମ ଷ୍ଟଲରେ ଜଉ କଣ୍ଢେଇ ଓ ଲାଖ ଚୁଡ଼ି ଭଲ ବିକ୍ରି ହେଉଛି। ଲୋକମାନେ ଆସି ଏହାକୁ ଆଗ୍ରହର ସହିତ କିଣିବା ସହ ଏସବୁ କେମିତି ତିଆରି ହେଉଛି ତାହା ପଚାରି ବୁଝୁଛନ୍ତି’’, କହିଛନ୍ତି ଏସଏଚଜି ସଦସ୍ୟା ଫୁଲମଣି ସୋରେନ୍।

‘‘ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ନେଇ ଆମେ ଦିଲ୍ଲୀ ଆସିଛୁ। ମାଣ୍ଡିଆ ଛତୁଆ, କୁରୁମା, ବିସ୍କୁଟ ଆଦି କିଣିବାକୁ ଲୋକେ ପସନ୍ଦ କରୁଛନ୍ତି। ଆମେ ଭଲ ଦି’ ପଇସା ବ୍ୟବସାୟ ମଧ୍ୟ କରିପାରୁଛୁ,’’ କହିଛନ୍ତି ଏସଏଚଜି ସଦସ୍ୟା ପୂର୍ଣ୍ଣିମା ବେହେରା।

‘ଓଡ଼ିଶା ମଣ୍ଡପ’ରେ ଥିବା ମିଶନ ଶକ୍ତି ଷ୍ଟଲରେ କନ୍ଧମାଳ ହଳଦୀ ସହିତ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ନୁଡୁଲ୍ସ, ମିକ୍ସଚର, କୁରୁମା, ନିମିକି, ସେଉ ଏବଂ ଲଡୁ ଆଦି ରହିଛି। ସେହିପରି ଟସରରୁ ତିଆରି ଆକର୍ଷଣୀୟ ଶାଢ଼ି ଓ ଆଧୁନିକ ପୋଷାକ, ଜଉ କଣ୍ଢେଇ ଓ ଲାଖ ଚୁଡ଼ି, କାଇଁଚ ଓ ସବାଇ ଘାସରୁ ପ୍ରସ୍ତୁତ ଘର ସାଜସଜ୍ଜା ଜିନିଷ ଏବଂ ବିଭିନ୍ନ ମସଲା ଆଦି ଦର୍ଶକଙ୍କୁ ଆକୃଷ୍ଟ କରୁଛି।

ମିଶନ ଶକ୍ତି ବିଭାଗ ପକ୍ଷରୁ ଖୋଲାଯାଇଥିବା ୫ଟି ଷ୍ଟଲରେ ୧୦ରୁ ଅଧିକ ଏସଏଚଜି ମହିଳା ଅଂଶଗ୍ରହଣ କରିଛନ୍ତି। ଦିଲ୍ଲୀ ବଜାରରେ ସେମାନଙ୍କ ହାତ ତିଆରି ସାମଗ୍ରୀ ବିକ୍ରି ଓ ପ୍ରଦର୍ଶନ କରିବାର ସୁଯୋଗ ପାଇଥିବାରୁ ସେମାନେ ଏଥିପାଇଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ବାଣିଜ୍ୟ ମେଳା ବୁଲି ଆସୁଥିବା ଲୋକମାନେ ଓଡ଼ିଶା ମଣ୍ଡପରେ ମିଶନ ଶକ୍ତି ଷ୍ଟଲରୁ ମା’ମାନଙ୍କ ହାତ ତିଆରି ଜିନିଷ କିଣିବାକୁ ଆଗ୍ରହ ଦେଖାଉଛନ୍ତି। ରାଜ୍ୟ ସରକାରଙ୍କ ଏଭଳି ଏକ ଅନନ୍ୟ ପଦକ୍ଷେପକୁ ସେମାନେ ପ୍ରସଂଶା କରୁଛନ୍ତି।

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ସବାଇ ଘାସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.